ଆମାଜନ ଗ୍ଲୋବାଲରେ ଏମ୍‌ଏସ୍‌ଏମ୍‌ଇଙ୍କ ୨ ବିଲିୟନ ଡଲାର ରପ୍ତାନି

ନୂଆଦିଲ୍ଲୀ,୨୦।୭: ପ୍ରମୁଖ ଇ-କମର୍ସ କମ୍ପାନୀର ବିଶ୍ୱ ବଜାର ବିକ୍ରି କାର୍ଯ୍ୟକ୍ରମ ଆମାଜନ ଗ୍ଲୋବାଲରେ ଦେଶର ଏମ୍‌ଏସ୍‌ଏମ୍‌ଇଗୁଡିକ ୨ ବିଲିୟନ ଡଲାର ସାମଗ୍ରୀ ରପ୍ତାନି କରିବାକୁ ସକ୍ଷମ ହୋଇଛନ୍ତି। ୨୦୧୫ରେ ଏହି କାର୍ଯ୍ୟକ୍ରମକୁ କମ୍ପାନୀ ଆରମ୍ଭ କରିଥିଲା। ଆମାଜନର ୧୫ ଓ୍ବେବ୍‌ସାଇଟରେ ବିଶ୍ୱବଜାରକୁ ରପ୍ତାନି ସୁଯୋଗ କମ୍ପାନୀଗୁଡିକ ଏହା ଦ୍ୱାରା ଲାଭ କରିବାକୁ ସକ୍ଷମ ହୋଇଥିଲେ। ମାତ୍ର କେତେଜଣ ସେଲରଙ୍କୁ ନେଇ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ବର୍ତ୍ତମାନ ସୁଦ୍ଧା ୬୦ ହଜାର ରପ୍ତାନିକାରୀ ଯୋଡି ହୋଇଛନ୍ତି। ୨୦୨୫ ସୁଦ୍ଧା ଏହି ବର୍ଗରେ ରପ୍ତାନିକୁ ୧୦ ବିଲିୟନ ଡଲାରକୁ ବଢ଼ାଇବାକୁ ଯୋଜନା ରଖାଯାଇଥିବା କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି। ଦେଶର ଏମ୍‌ଏସ୍‌ଏମ୍‌ଇ ବିଶ୍ୱବଜାରକୁ ଅଧିକ ସାମଗ୍ରୀ କିଭଳି ପଠାଇପାରିବେ ସେ ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ଗ୍ରହଣ କରୁଥିବା କେନ୍ଦ୍ର ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରୀ ନୀତିନ ଗଡକରୀ କହିଛନ୍ତି। ଏହି ଅବସରରେ ସେ ଗଡକରୀ ଆମାଜନର ରପ୍ତାନି ଡାଇଜେଷ୍ଟକୁ ଉନ୍ମୋଚନ କରିଥିଲେ। ଏଭଳି ଏକ ପଦକ୍ଷେପ ଦ୍ୱାରା ଦେଶର ଅଭିବୃଦ୍ଧିକୁ ତ୍ୱରାନ୍ବିତ କରିବା ସହ କମ୍ପାନୀଗୁଡିକର ଉନ୍ନତି ଏବଂ ନିଯୁକ୍ତି ସୃଷ୍ଟି ଦିଗରେ କାର୍ଯ୍ୟକ୍ରମ ଜାରି ରହିଛି ବୋଲି ଆମାଜନର ବରିଷ୍ଟ ଉପସଭାପତି ତଥା କଣ୍ଟ୍ରି ମୁଖ୍ୟ ଅମିତ ଅଗ୍ରଓ୍ବାଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ହାତ ମାରିହେବନି, ପୁଣି ଏତେ ବଢିଗଲା ସୁନା ଦର

ନୂଆଦିଲ୍ଲୀ,୧୮।୧୨: ଗୁରୁବାର, ଡିସେମ୍ବର ୧୮ ତାରିଖ, ଭାରତରେ ସୁନା ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ଗୁରୁବାର ରୂପା ମୂଲ୍ୟ ମଧ୍ୟ ପ୍ରତି କିଲୋଗ୍ରାମ ୨.୧୧...

୨୦୩୦ରେ ଅବସର ନେବାକୁ ଥିବା ପ୍ରାଇଭେଟ କର୍ମଚାରୀଙ୍କୁ ମିଳିବ ଏତିକି ଦରମା, ଏମିତି କରନ୍ତୁ ହିସାବ

ନୂଆଦିଲ୍ଲୀ,୧୫।୧୨:ପ୍ରାଇଭେଟ କ୍ଷେତ୍ରର କର୍ମଚାରୀମାନେ ପ୍ରାୟତଃ ସେମାନଙ୍କର ବାର୍ଦ୍ଧକ୍ୟ ସୁରକ୍ଷା ବିଷୟରେ ଚିନ୍ତିତ ଥାଆନ୍ତି। ତଥାପି, ଯଦି ଆପଣଙ୍କର PF କଟାଯାଏ, ତେବେ ନିରାଶ ହେବାର କୌଣସି...

ନଭେମ୍ବରରେ ଦ୍ୱିତୀୟ ମାସ ପାଇଁ ପାଇକାରୀ ମୁଦ୍ରାସ୍ଫୀତି ନକାରାତ୍ମକ

ନୂଆଦିଲ୍ଲୀ,୧୫।୧୨: ସରକାରୀ ତଥ୍ୟ ଅନୁଯାୟୀ, ନଭେମ୍ବର ୨୦୨୫ରେ ପାଇକାରୀ ମୂଲ୍ୟ ସୂଚକାଙ୍କ (WPI) ଭିତ୍ତିକ ମୁଦ୍ରାସ୍ଫୀତି ହାର କ୍ରମାଗତ ଦ୍ୱିତୀୟ ମାସ ପାଇଁ (-) ୦.୩୨...

BSNL ଆଣିଲା ଖୁସିଖବର: ଏଣିକି ଶସ୍ତାରେ ମିଳିବ ଇଣ୍ଟରନେଟ୍‌ ପ୍ଲାନ୍‌

ନୂଆଦିଲ୍ଲୀ,୧୫।୧୨: ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ନିରନ୍ତର ଭାବରେ ଏହାର ଉପଭୋକ୍ତାମାନଙ୍କୁ ସୁଲଭ ଯୋଜନା ପ୍ରଦାନ କରୁଛି। ଏହି ପରିପ୍ରେକ୍ଷୀରେ,...

Gold Silver Price: ୨୦ ବର୍ଷରେ ରେକର୍ଡ ଭାଙ୍ଗିଲା ରୂପା ଦର, ଆଜି ପୁଣି ବଢ଼ିଲା ସୁନା

ନୂଆଦିଲ୍ଲୀ,୧୫।୧୨: ଗତ କିଛି ଦିନ ଧରି ସୁନା ଏବଂ ରୂପା ମୂଲ୍ୟ ବୃଦ୍ଧି ପାଉଛି । ଯଦି ଦେଖାଯାଏ, ତେବେ ରୂପା ଦର ୧୨ହଜାରରୁ ୨...

SBI, HDFC ଏବଂ ICICI ବ୍ୟାଙ୍କକୁ ନେଇ RBI ଜାରି କଲା ବଡ଼ ଅପଡେଟ, ଆକାଉଣ୍‌ଟ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୧୩।୧୨:ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଘୋଷଣା କରିଛି ଯେ ଭାରତୀୟ ଷ୍ଟେଟ ବ୍ୟାଙ୍କ (SBI), HDFC ବ୍ୟାଙ୍କ ଏବଂ ICICI ବ୍ୟାଙ୍କ ଘରୋଇ ସିଷ୍ଟମଲିକାଲି ଇମ୍ପୋର୍ଟଣ୍ଟ...

ପ୍ରଥମ ଚାକିରିରୁ ଏହିଥିରେ କରନ୍ତୁ ନିବେଶ, ଯୁବପିଢିଙ୍କୁ ମିଳିବ ମୋଟା ଅଙ୍କର ଟଙ୍କା!

ନୂଆଦିଲ୍‌ଲୀ,୧୩।୧୨: ଆଜି ଆପଣ କରୁଥିବା ନିବେଶ କାଲି ଖରାପ ସମୟରେ ଆପଣଙ୍କର ସବୁଠାରୁ ଭଲ ବନ୍ଧୁ। ଏହି କାରଣରୁ ସମସ୍ତେ ସଞ୍ଚୟ ଏବଂ ନିବେଶକୁ ପ୍ରାଥମିକତା...

୨୦୦୦, ୩୦୦୦ ଓ ୫୦୦୦ ନିବେଶ କଲେ କେତେ ମିଳିବ ରିଟର୍ଣ୍ଣ? ଜାଣନ୍ତୁ ଏହି ଖାସ୍ ଯୋଜନାର ଲାଭ…

ପୋଷ୍ଟ ଅଫିସ୍ ଆରଡି ଯୋଜନା ଏକ ସୁରକ୍ଷିତ ଏବଂ ଆକର୍ଷଣୀୟ ନିବେଶ ବିକଳ୍ପ ଯେଉଁଥିରେ ଆପଣ ୬.୭% ସୁଧ ହାରରେ ଅଳ୍ପ ପରିମାଣରେ ନିବେଶ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri