୨ ଭାଜପା ବିଧାୟକ ବିଧାନସଭାରୁ ସସ୍‌ପେଣ୍ଡ

ଭୁବନେଶ୍ୱର,୨୮।୯(ସୁନିତ୍‌ ମିଶ୍ର): ବିଧାନସଭା ଅଧିବେଶନରେ ବାଚସ୍ପତିଙ୍କ ପୋଡିୟମ ଉପରକୁ ଡାଲି ଫିଙ୍ଗିବାରୁ ୨ ଭାଜପା ବିଧାୟକ ମୋହନ ମାଝୀ ଏବଂ ମୁକେଶ ମହାଲିଙ୍ଗଙ୍କୁ ଗୁରୁବାର ଗୃହରୁ ସସ୍‌ପେଣ୍ଡ କରିଛନ୍ତି ବାଚସ୍ପତି ପ୍ରମିଳା ମଲ୍ଲିକ।

ବିଧାନସଭା ଅଧିବେଶନରେ ଗୃହର ମଧ୍ୟଭାଗକୁ ଚାଲିଆସି ଭାଜପା ବିଧାୟକମାନେ ହୋହଲ୍ଲା କରିଥିଲେ। ଏହି ସମୟରେ ଭାଜପା ସଦସ୍ୟମାନେ ଡାଲି ଭର୍ତ୍ତି ପଲିଥିନ ପ୍ୟାକେଟ୍‌ ଆଣି କିଛି ସମୟ ଦେଖାଇବା ପରେ ବାଚସ୍ପତିଙ୍କ ଆଡକୁ ଫିଙ୍ଗି ଥିଲେ। ଏହାକୁ ପ୍ରଥମେ ବିଜେଡି ସଦସ୍ୟ ଦେବୀ ମିଶ୍ର ନିନ୍ଦା କରିଥିଲେ। ପରେ ବାଚସ୍ପତି ୨ ଭାଜପା ବିଧାୟକଙ୍କୁ ଗୃହରୁ ସସ୍‌ପେଣ୍ଡ କରିଛନ୍ତି।

ଏନେଇ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି। ବିରୋଧୀ ଦଳ ନେତାଙ୍କୁ ବିଜେଡି ବିଧାୟକ ମେଣ୍ଟାଲ ଡିଜଅର୍ଡର କହିଥିଲେ। ଏହାକୁ ବିବରଣୀରୁ ବାଦ ଦେବାକୁ କୁହାଯାଇଥିଲା। ହେଲେ ବାଚସ୍ପତି ଏହାକୁ ଗ୍ରହଣ କଲେ ନାହିଁ। ବାଚସ୍ପତି ନିରପେକ୍ଷ ନୁହନ୍ତି। ସେ ଦଳୀୟ କର୍ମକର୍ତ୍ତା ଭଳି ଆଚରଣ କରୁଛନ୍ତି। ବାଚସ୍ପତି ନିଜେ ସସ୍‌ପେଣ୍ଡ ହେବା କଥା, କିନ୍ତୁ ସେ ସସ୍‌ପେଣ୍ଡ କରୁଛନ୍ତି। ସସ୍‌ପେଣ୍ଡକୁ ଦଳ ଡରୁ ନାହିଁ। ଦଳ ପକ୍ଷରୁ ପ୍ରତିବାଦ ଜାରି ରହିବ ବୋଲି ଜୟନାରାୟଣ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଭଉଣୀ, ଭାଣିଜୀଙ୍କୁ ନେଇ ଯାଉଥିଲେ ମାମୁ: ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା

ବାଲେଶ୍ୱର, ୩୦।୬ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ୍ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ…

ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ହତ୍ୟା ଘଟଣା: ପୂର୍ବ ପ୍ରେମିକାଙ୍କୁ ଘରେ ପଶି ମାରିଥିଲେ, ଆସିଲା ବଡ଼ ରାୟ

ଭୁବନେଶ୍ବର,୩୦।୬: ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ପ୍ରିୟଙ୍କା ସାହୁ ହତ୍ୟା ଘଟଣାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। କୋର୍ଟ ଅଭିଯୁକ୍ତ ଯାଜପୁରର ଜଗନ୍ନାଥ ପ୍ରଧାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ…

ସଂସଦର ସବୁଠାରୁ ଧନୀ ଏମ୍ପି କିଏ? ଜାଣନ୍ତୁ କେଉଁ ଦଳ ସବୁଠାରୁ ଅଧିକ ମାଲାମାଲ୍!

ନୂଆଦିଲ୍ଲୀ,୩୦।୬: ଦେଶର ସଂସଦରେ ରାଜନୀତି ସହିତ ସମ୍ପତ୍ତିର ପରିମାଣ ମଧ୍ୟ ନୂଆ ରେକର୍ଡ ସୃଷ୍ଟି କରୁଛି। ଗୋଟିଏ ପଟେ ଲୋକ ସଭାରେ କୋଟିପତି ଏମ୍ପିଙ୍କ ସଂଖ୍ୟା କ୍ରମାଗତ…

ଭଞ୍ଜନଗର ବିଇଓଙ୍କ ତ୍ୱରିତ ପଦକ୍ଷେପ: ଅବସର ଦିନ ହିଁ ମିଳିଲା ୬ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ଫାଇନାଲ ପେନସନ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀଣୀ ଲୋପାମୁଦ୍ରା ରଥଙ୍କ ତ୍ୱରିତ ପଦକ୍ଷେପ ଯୋଗୁ ମଙ୍ଗଳବାର ଚାକିରିରୁ ଅବସର ନେଇଥିବା ୬ ଜଣ ଶିକ୍ଷୟିତ୍ରୀ,…

ବ୍ୟବସ୍ଥିତ ଏସ୍‌.ଆଇ.ଆର୍ ପ୍ରକ୍ରିୟାରେ ଯୋଗ୍ୟ ଭୋଟରଙ୍କ ଅନ୍ତର୍ଭୁକ୍ତି ସୁନିଶ୍ଚିତ

ଛତ୍ରପୁର, ୩୦୬ (ଦିଲ୍ଲୀପ ସାମଲ): ନିର୍ବାଚନ ପ୍ରକ୍ରିୟାର ସ୍ୱଚ୍ଛତା, ନିର୍ଭୁଲତା ଓ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌.ଆଇ.ଆର୍) କାର୍ଯ୍ୟକ୍ରମକୁ…

ଇପିଏଫ କି ପେନସନ ନାହିଁ: ୪୧ ବର୍ଷ ସରକାରୀ ସେବାପରେ ବିନା ସୁବିଧାରେ ଅବସର ନେଲେ ତ୍ରିନାଥ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ କାର୍ଯ୍ୟରତ ଥିବା ପିଅନ ତ୍ରିନାଥ ପ୍ରଧାନ ମଙ୍ଗଳବାର କର୍ମମୟ ଜୀବନରୁ ଅବସର ନେଇଛନ୍ତି। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri