ଭାଜପା ଏମ୍‌ପି ପ୍ରତିନିଧି-ବିଧାୟକ ପ୍ରତିନିଧି ହାତାହାତି: ଠିକା କାମକୁ ନେଇ ତିକ୍ତତା

ଝରିଗାଁ,୨୭।୨(କିଶୋର ଚନ୍ଦ୍ର ମଣ୍ଡଳ): ରାଜ୍ୟରେ ବିଜେଡି ସରକାରକୁ ଟକ୍କର ଦେଇ ଭାଜପା ସରକାର ଗଠନ କରିଥିବାର କେଇଟା ମାସ ଯାଇଥିବାବେଳେ ଗ୍ରାମାଞ୍ଚଳରେ ଭାଜପା କର୍ମୀମାନଙ୍କ ମଧ୍ୟରେ ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ମାରପିଟ ହୋଇଥିବା ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ନବରଙ୍ଗପୁର ଭାଜପା ଏମ୍‌ପି ବଳଭଦ୍ର ମାଝୀଙ୍କ ପ୍ରତିନିଧି ଯିଏକି ଏମ୍‌ପିଙ୍କ ନିଜ ଭାଇ ଏବଂ ଝରିଗାଁ ଭାଜପା ବିଧାୟକ ନରସିଂହ ଭଦ୍ରାଙ୍କ ବ୍ଲକ ପ୍ରତିନିଧି ପ୍ରତାପ ବାଗଙ୍କ ମଧ୍ୟରେ ହାତାହାତି ଓ ମାରପିଟ ହୋଇଛି । ଉଭୟ ପକ୍ଷକୁ ପୋଲିସର ପଚରାଉଚରା କରୁଛି।

ଘଟଣା ଅନୁସାରେ, ଗୁରୁବାର ଚନ୍ଦାହାଣ୍ଡି ବ୍ଲକ କାର୍ଯ୍ୟାଳୟରେ ସମିତି ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକ ସରିବା ପରେ ବିଧାୟକଙ୍କ ପ୍ରତିନିଧି ପ୍ରତାପ ବାଗ ପଞ୍ଚାୟତ ସମିତି କାର୍ଯ୍ୟାଳୟରୁ ଫେରିବା ସମୟରେ ଏମ୍‌ପିଙ୍କ ଭାଇ ତଥା ତାଙ୍କ ବ୍ଲକ ପ୍ରତିନିଧି ବସନ୍ତ ମାଝୀ ବ୍ଲକ କାର୍ଯ୍ୟାଳୟ ଫାଟକ ସାମ୍ନାରେ ପ୍ରତାପ ବାଗଙ୍କ ଗାଡ଼ିକୁ ଅଟକାଇ ତାଙ୍କୁ ଆକ୍ରମଣ କରିଥିଲେ। ପରେ ଉଭୟଙ୍କ ମଧ୍ୟରେ ହାତାହାତି ହୋଇଥିଲା। ଉଭୟଙ୍କ ସମର୍ଥନଙ୍କ ମଧ୍ୟରେ ଗଣ୍ଡଗଳ ହୋଇଥିଲା।

ଏହି ସମୟର ଚନ୍ଦାହାଣ୍ଡି ଥାନା ଏସ୍‌ଆଇ ଖଗେଶ୍ବର ଖୋସଲା, ଏଏସଆଇ ଲାବନ୍ୟ ବେମାଲ ଘଟଣାସ୍ଥଳରେ ପହଞ୍ଚିଥିଲେ। ପରେ ଘଟଣା ସମ୍ପର୍କରେ ପଚରାଉଚରା ପାଇଁ ଥାନାକୁ ଡକାଇଥିଲେ। ୨ରୁ ୩ ମାସ ପୂର୍ବରୁ ପ୍ରତାପ ବାଗଙ୍କୁ ବିଧାୟକ ନରସିଂହ ଭଦ୍ରା ନିଜ ପ୍ରତିନିଧିତ୍ ପ୍ରଦାନ କରିଥିଲେ। ବିଧାୟକଙ୍କ ପ୍ରତିନିଧି ଠିକା କାମକୁ ବିକ୍ରି କରିଥିବା ସହ ସେ କୌଣସି ଗୁରୁତ୍ୱପୂର୍ଣ୍ଣ ବୈଠକରେ ସାମିଲ ହେଉନଥିବା ନେଇ ଚନ୍ଦାହାଣ୍ଡି ବ୍ଲକ ଭାଜପା କର୍ମୀମାନଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଥିଲା। ତେବେ ଏ ଯାଏ ଥାନରେ କୌଣସି ଲିଖିତ ଅଭିଯୋଗ କରାଯାଇନଥିବା ଏସଆଇ ଶ୍ରୀ ଖୋସଲା ପ୍ରକାଶ କରିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ

ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?