ଶିମିଳିପାଳରେ ୨ କଳାବାଘ ଶାବକ

ବାରିପଦା, ୪ା୧୨:(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟର ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରେ ମିଲେନାଷ୍ଟିକ ଟି-୨୪ ପ୍ରଜାତି ବାଘର ୨ ଶାବକ ମା’ ସହ ବୁଲୁଥିବା ଏଆଇ କ୍ୟାମେରାରେ କଏଦ ହୋଇଛି। ଏନେଇ ଖୁସି ପ୍ରକଟ କରି ପ୍ରଧାନ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ ପ୍ରେମ କୁମାର ଝା ସୋସିଆଲ ମିଡିଆ (ଏକ୍ସ)ରେ ପୋଷ୍ଟ କରିଛନ୍ତି।
କଳାବାଘକୁ ନେଇ ଶିମିଳିପାଳ ପ୍ରସିଦ୍ଧି ଲାଭ କରିଛି। ମିଲେନାଷ୍ଟିକ ପ୍ରଜାତିର ବାଘ କେବଳ ଶିମିଳିପାଳରେ ଦେଖିବାକୁ ମିଳିଥାଏ, ଯାହାକୁ ନେଇ ବନ୍ୟପ୍ରାଣୀପ୍ରେମୀ ଓ ଦେଶ ବିଦେଶରୁ ଆସୁଥିବା ପର୍ଯ୍ୟଟକମାନେ ବେଶ ଆନନ୍ଦିତ ହୋଇଥାନ୍ତି। ଶିମିଳିପାଳ ଅଭୟାରଣ୍ୟରେ ଖଞ୍ଜାଯାଇଥିବା ଏଆଇ କ୍ୟାମେରାରେ କଳାବାଘର ଗତିବିଧି ଉପରେ ବନବିଭାଗ ସମ୍ପୂର୍ଣ୍ଣ ନଜର ରଖିଛି। କଳାବାଘକୁ ନେଇ ବିଭାଗ ପକ୍ଷରୁ ବିଭିନ୍ନ ଚିତ୍ର ସୋସିଆଲ ମିଡିଆରେ ପୋଷ୍ଟ କରାଯାଇଥାଏ। ସେଥିମଧ୍ୟରୁ ଟି-୨୪ ପ୍ରଜାତି କଳାବାଘର ଦୁଇ ଶାବକ କବ୍‌-୧ ଓ କବ୍‌-୨ର ଫଟୋକୁ ଏଆଇ କ୍ୟାମେରା ଉତ୍ତୋଳନ କରିଛି। ଏହି ବାଘ ଶାବକ ଦ୍ୱୟର ବୟସ ଏକ ବର୍ଷ ହୋଇଥିବା ନେଇ ବିଭାଗ ସୂଚନା ଦେଇଛି। ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରେ ମୋଟ ୨୭ଟି ମହାବଳ ବାଘ ଓ ୧୨ଟି ଶାବକ ରହିଥିବା ବେଳେ ସେଥିମଧ୍ୟରୁ ୧୩ଟି କଳାବାଘ ଥିବା ନେଇ ଆଞ୍ଚଳିକ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ ଡ.ପ୍ରକାଶ ଚାନ୍ଦ ଗୋଗିନେନୀ ପ୍ରକାଶ କରିଛନ୍ତି। ଆଗାମୀ ଦିନରେ କଳାବାଘ ସଂଖ୍ୟା ବୃଦ୍ଧି ହେବା ନେଇ ବନବିଭାଗ ଆଶା ରଖିଥିବା ବେଳେ ମହାବଳ ବାଘର ବଂଶ ବୃଦ୍ଧି ନିମନ୍ତେ ଦୁଇ ବାଘୁଣୀ ଯମୁନା ଓ ଜିନତ୍‌କୁ ଅଭୟାରଣ୍ୟ ଅଧୀନ ଦୁଇ ବନଖଣ୍ଡର କୋର୍‌ ଅଞ୍ଚଳରେ ଛଡ଼ାଯାଇଛି। ସେମାନେ ସୁସ୍ଥ ଓ ନିର୍ଭୟରେ ନିଜର ବାସସ୍ଥାନ ଚୟନ କରିବାରେ ଲାଗିଛନ୍ତି। ବେକରେ ଲାଗିଥିବା ରେଡିଓକଲାର ମାଧ୍ୟମରେ ସେମାନଙ୍କ ଗତିବିଧି ଉପରେ ବନ ବିଭାଗ ୨୪ ଘଣ୍ଟିଆ ସ୍ବତନ୍ତ୍ର ଦୃଷ୍ଟି ରଖିଥିବା ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମବାର୍ଷିକୀ ପାଇଁ ଦେଓଲ ପରିବାର ନେଲେ ବଡ଼ ନିଷ୍ପତ୍ତି, ପ୍ରଶଂସକଙ୍କୁ ମିଳିବ…

ମୁମ୍ବାଇ,୬।୧୨: ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ଜନ୍ମଦିନର ମାତ୍ର ୧୫ ଦିନ ପୂର୍ବରୁ ଦେହାନ୍ତ ହୋଇଗଲା। ଏବେ, ସନି ଦେଓଲ ଏବଂ ବବି ଦେଓଲ ସମେତ...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

ଏଇ ଭାରତରେ

ପ୍ରବେଶିକାର ଲିଖିତ ଓ ଶାରୀରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ପୋଲିସରେ ନିଯୁକ୍ତି ମିଳିଥାଏ। ଏଥିପାଇଁ ଅଶାୟୀମାନେ ବୟସ ସୀମା ମଧ୍ୟରେ ନିଜକୁ ପ୍ରସ୍ତୁତ କରିଥାନ୍ତି।...

ସ୍ମାର୍ଟ ସିଟି ଲୋକର ବ୍ୟଥା

ପ୍ରବଳ ଶୀତରେ କିଛି ବେସାହାରା ଲୋକ ପୋଲ ତଳେ, ଦୋକାନ ପିଣ୍ଡାରେ, ପାର୍କ ବେଞ୍ଚ ଉପରେ କଟାଉଥିବା ଦେଖାଯାଏ। ସେମାନଙ୍କ ମଧ୍ୟରୁ କୌଣସି ବୃଦ୍ଧାବୃଦ୍ଧ ରୋଗୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri