ଶିମିଳିପାଳରେ ୨ କଳାବାଘ ଶାବକ

ବାରିପଦା, ୪ା୧୨:(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟର ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରେ ମିଲେନାଷ୍ଟିକ ଟି-୨୪ ପ୍ରଜାତି ବାଘର ୨ ଶାବକ ମା’ ସହ ବୁଲୁଥିବା ଏଆଇ କ୍ୟାମେରାରେ କଏଦ ହୋଇଛି। ଏନେଇ ଖୁସି ପ୍ରକଟ କରି ପ୍ରଧାନ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ ପ୍ରେମ କୁମାର ଝା ସୋସିଆଲ ମିଡିଆ (ଏକ୍ସ)ରେ ପୋଷ୍ଟ କରିଛନ୍ତି।
କଳାବାଘକୁ ନେଇ ଶିମିଳିପାଳ ପ୍ରସିଦ୍ଧି ଲାଭ କରିଛି। ମିଲେନାଷ୍ଟିକ ପ୍ରଜାତିର ବାଘ କେବଳ ଶିମିଳିପାଳରେ ଦେଖିବାକୁ ମିଳିଥାଏ, ଯାହାକୁ ନେଇ ବନ୍ୟପ୍ରାଣୀପ୍ରେମୀ ଓ ଦେଶ ବିଦେଶରୁ ଆସୁଥିବା ପର୍ଯ୍ୟଟକମାନେ ବେଶ ଆନନ୍ଦିତ ହୋଇଥାନ୍ତି। ଶିମିଳିପାଳ ଅଭୟାରଣ୍ୟରେ ଖଞ୍ଜାଯାଇଥିବା ଏଆଇ କ୍ୟାମେରାରେ କଳାବାଘର ଗତିବିଧି ଉପରେ ବନବିଭାଗ ସମ୍ପୂର୍ଣ୍ଣ ନଜର ରଖିଛି। କଳାବାଘକୁ ନେଇ ବିଭାଗ ପକ୍ଷରୁ ବିଭିନ୍ନ ଚିତ୍ର ସୋସିଆଲ ମିଡିଆରେ ପୋଷ୍ଟ କରାଯାଇଥାଏ। ସେଥିମଧ୍ୟରୁ ଟି-୨୪ ପ୍ରଜାତି କଳାବାଘର ଦୁଇ ଶାବକ କବ୍‌-୧ ଓ କବ୍‌-୨ର ଫଟୋକୁ ଏଆଇ କ୍ୟାମେରା ଉତ୍ତୋଳନ କରିଛି। ଏହି ବାଘ ଶାବକ ଦ୍ୱୟର ବୟସ ଏକ ବର୍ଷ ହୋଇଥିବା ନେଇ ବିଭାଗ ସୂଚନା ଦେଇଛି। ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରେ ମୋଟ ୨୭ଟି ମହାବଳ ବାଘ ଓ ୧୨ଟି ଶାବକ ରହିଥିବା ବେଳେ ସେଥିମଧ୍ୟରୁ ୧୩ଟି କଳାବାଘ ଥିବା ନେଇ ଆଞ୍ଚଳିକ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ ଡ.ପ୍ରକାଶ ଚାନ୍ଦ ଗୋଗିନେନୀ ପ୍ରକାଶ କରିଛନ୍ତି। ଆଗାମୀ ଦିନରେ କଳାବାଘ ସଂଖ୍ୟା ବୃଦ୍ଧି ହେବା ନେଇ ବନବିଭାଗ ଆଶା ରଖିଥିବା ବେଳେ ମହାବଳ ବାଘର ବଂଶ ବୃଦ୍ଧି ନିମନ୍ତେ ଦୁଇ ବାଘୁଣୀ ଯମୁନା ଓ ଜିନତ୍‌କୁ ଅଭୟାରଣ୍ୟ ଅଧୀନ ଦୁଇ ବନଖଣ୍ଡର କୋର୍‌ ଅଞ୍ଚଳରେ ଛଡ଼ାଯାଇଛି। ସେମାନେ ସୁସ୍ଥ ଓ ନିର୍ଭୟରେ ନିଜର ବାସସ୍ଥାନ ଚୟନ କରିବାରେ ଲାଗିଛନ୍ତି। ବେକରେ ଲାଗିଥିବା ରେଡିଓକଲାର ମାଧ୍ୟମରେ ସେମାନଙ୍କ ଗତିବିଧି ଉପରେ ବନ ବିଭାଗ ୨୪ ଘଣ୍ଟିଆ ସ୍ବତନ୍ତ୍ର ଦୃଷ୍ଟି ରଖିଥିବା ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କାରଣକୁ ନେଇ ୧୨ ଘଣ୍ଟିଆ ଲାଞ୍ଜିଗଡ ବନ୍ଦ ଡାକରା: ସ୍କୁଲ, କଲେଜ, ଦୋକାନ ବଜାର ସବୁ ଠପ୍‌

ଲାଞ୍ଜିଗଡ,୫।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସବ-ରେଜିଷ୍ଟାର କାର୍ଯ୍ୟାଳୟକୁ ଜିଲା ପ୍ରଶାସନ ପକ୍ଷରୁ ବିଶ୍ୱନାଥପୁରଠାରେ ସ୍ଥାପନ ନେଇ ଲାଞ୍ଜିଗଡ ଅଞ୍ଚଳବାସୀ ବିରୋଧ କରିଛନ୍ତି।…

ବିବାହର କିଛି ଘଣ୍ଟା ପରେ ଏକ ସନ୍ତାନକୁ ଜନ୍ମ ଦେଲେ କନ୍ୟା, ଆଶ୍ଚର୍ଯ୍ୟ ହୋଇଗଲା ବର, ପୂରା ଘଟଣା ଜାଣିଲେ…

ଲକ୍ଷ୍ନୌ,୫।୨: ଉତ୍ତର ପ୍ରଦେଶର ରାମପୁର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଆଜିମନଗର ଥାନା ଅଞ୍ଚଳ ଅନ୍ତର୍ଗତ…

ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ…

ନଡ୍ଡା-ଖାର୍ଗେ କଥା କଟାକଟି: ରାହୁଲଙ୍କୁ ନେଇ ହଙ୍ଗାମା

ନୂଆଦିଲ୍ଲୀ,୫।୨: ସଂସଦର ବଜେଟ ଅଧିବେଶନର ସପ୍ତମ ଦିନରେ ମଧ୍ୟ ଗୃହରେ ହୋହଲ୍ଲା ଜାରି ରହିଛି। ଗୁରୁବାର ଲୋକ ସଭା କାର୍ଯ୍ୟ ସକାଳ ୧୧ଟାରେ ଆରମ୍ଭ ହୋଇଥିଲା। କିନ୍ତୁ…

UPI New Rules: ବଦଳିଲା UPI ଟ୍ରାଞ୍ଜାକ୍ସନ ପଦ୍ଧତି, ଜାଣନ୍ତୁ କେଉଁମାନେ ହେବେ ପ୍ରଭାବିତ

ନୂଆଦିଲ୍ଲୀ,୫।୨: ଭାରତରେ ଡିଜିଟାଲ ପେମେଣ୍ଟ ଆମ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି। ପନିପରିବା କିଣିବା ଠାରୁ ଆରମ୍ଭ କରି ଅନଲାଇନ ସପିଂ, ବିଦ୍ୟୁତ୍‌ ବିଲ…

ମମତା ସରକାରଙ୍କୁ ସୁପ୍ରିମକୋର୍ଟ ଝଟକା, ୨୦ ଲକ୍ଷ କର୍ମଚାରୀଙ୍କୁ ୨୫% DA ଦେବାକୁ ନିର୍ଦ୍ଦେଶ

କୋଲକାତା,୫।୨: ପଶ୍ଚିମବଙ୍ଗ ସରକାର ଏବଂ କର୍ମଚାରୀଙ୍କ ମଧ୍ୟରେ ମହଙ୍ଗା ଭତ୍ତା (ଡିଏ) ନେଇ ଦୀର୍ଘ ଦିନ ଧରି ଚାଲିଥିବା ବିବାଦରେ ସୁପ୍ରିମକୋର୍ଟ ଗୁରୁବାର ପ୍ରାୟ ୨୦ ଲକ୍ଷ…

ଧାନ କିଣାକୁ ନେଇ ଅବ୍ୟବସ୍ଥା: ଯୋଗାଣ ଅଧିକାରୀଙ୍କୁ ଅଟକ ରଖିଲେ ଉତ୍ତ୍ୟକ୍ତ ଚାଷୀ

ଲଇକେରା, ୫।୨(ରଞ୍ଜନ କୁମାର ମେହେର ): ଝାରସୁଗୁଡା ଜିଲାରେ ବର୍ତ୍ତମାନ ଧାନ କିଣାକୁ ନେଇ ଘୋର ଅବ୍ୟବସ୍ଥା ଲାଗି ରହିଛି। ଗୁରୁବାର ସକାଳୁ ମଣ୍ଡିକୁ ଟ୍ରାକ୍ଟରରେ ଧାନ…

ପରିବା ବିକ୍ରି ପାଇଁ ଯାଉଥିଲେ ଦମ୍ପତି, ଅଟୋ ଓଲଟି ଚାଲିଗଲା ମହିଳାଙ୍କ ଜୀବନ

ନନ୍ଦପୁର,୫।୨( ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଥାନା ଅଧୀନ କେଚଲା ରାସ୍ତାର ନାରଜିପୁଟ ଗ୍ରାମ ନିକଟରେ ଦୁର୍ଘଟଣା । ନିଜ ଅଟୋରେ ଦମ୍ପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri