୨ ଡଙ୍ଗା ବୁଡ଼ି, ୨ ନିଖୋଜ

ମାଲକାନଗିରି,୨ା୬(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଗୁରୁବାର ଅପରାହ୍ନରେ ହଠାତ୍‌ କାଳବୈଶାଖୀରେ ପ୍ରବଳ ବେଗରେ ପବନ ବହିବାରୁ ସତୀଗୁଡ଼ା ଜଳଭଣ୍ଡାରରେ ୨ଟି ଡଙ୍ଗା ବୁଡ଼ିଯାଇଛି। ଏଥିରେ ମଞ୍ଜୁସା ଗ୍ରାମର ତୁଳୁସା ମାଢ଼ୀ ଓ ଏମ୍‌ଭି ୧୧୧ ଗ୍ରାମର ଗୋବିନ୍ଦ ସର୍ଦ୍ଦାର ନିଖୋଜ ଅଛନ୍ତି।
ପ୍ରକାଶ ଯେ, ତୁଳୁସା ତାଙ୍କ ପୁଅ ନବୀନାଙ୍କ ସହ ଜଳଭଣ୍ଡାରକୁ ଜାଲ ପକାଇବାକୁ ଯାଇଥିବା ବେଳେ ହଠାତ୍‌ ଜୋରରେ ପବନ ବହିବାରୁ ଡଙ୍ଗାଟି ଭାରସାମ୍ୟ ହରାଇ ବୁଡ଼ିଯାଇଥିଲା। ପୁଅ ନବୀନା ପହଁରି କୂଳକୁ ଆସିଥିବା ବେଳେ ମା’ ତୁଳୁସା ନିଖୋଜ ଅଛନ୍ତି।
ସେହିପରି ଏମ୍‌ଭି ୧୧୧ ଗ୍ରାମର ଗୋବିନ୍ଦ ସର୍ଦ୍ଦାର ଜାଲ ଜଳଭଣ୍ଡାରକୁ ଜାଲ ବିଛାଇବାକୁ ଯାଇଥିବା ବେଳେ ପ୍ରବଳ ପବନରେ ଡଙ୍ଗାଟି ବୁଡ଼ିଯାଇଥିଲା। ଫଳରେ ସେ ନିଖୋଜ ଅଛନ୍ତି।
ସୂଚନା ଅନୁସାରେ, ଗଭୀର ଜଳରେ ଡଙ୍ଗା ବୁଡ଼ିଯାଇଥିବା ଜଣାପଡ଼ିବା ପରେ ଜଳଭଣ୍ଡାରରେ ଥିବା ଅନ୍ୟ ମତ୍ସ୍ୟଜୀବୀମାନେ ସେହି ସ୍ଥାନକୁ ଯାଇ ଖୋଜାଖୋଜି କରିଥିଲେ ମଧ୍ୟ ନିଖୋଜମାନଙ୍କୁ ପାଇ ନ ଥିଲେ। ଖବର ଜଣାପଡ଼ିବା ପରେ ସିନ୍ଧ୍ରିମାଳ ସରପଞ୍ଚ ଘାସି ନାୟକ ଘଟଣାସ୍ଥଳରେ ପହଞ୍ଚି ଅଗ୍ନିଶମ ବିଭାଗ ଓ ମତ୍ସ୍ୟ ବିଭାଗକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ରାଜସ୍ବ ଓ ମତ୍ସ୍ୟ ବିଭାଗ ଅଧିକାରୀମାନେ ପହଞ୍ଚି ଅନ୍ୟ ଡଙ୍ଗା ସାହାଯ୍ୟରେ ନିଖୋଜମାନଙ୍କୁ ଖୋଜା ଖୋଜି କରିଥିଲେ। ପରେ ଅଗ୍ନିଶମ ବିଭାଗ କର୍ମଚାରୀମାନେ ପହଞ୍ଚି ଖୋଜାଖୋଜି ଜାରି ରଖିଛନ୍ତି। ରିପୋର୍ଟ ଲେଖାହେବା ସୁଦ୍ଧା ଉଭୟଙ୍କର କୌଣସି ସନ୍ଧାନ ମିଳି ନ ଥିବା ସରପଞ୍ଚ ନାୟକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri