ଓଡ଼ିଶା ପୋଲିସକୁ ୨ ବ୍ରୋଞ୍ଜ ପଦକ

କଟକ ଅଫିସ,୭ା୧୨: ୭୧ତମ ସର୍ବଭାରତୀୟ ପୋଲିସ ହକି ଚାମ୍ପିୟନଶିପ୍‌ରେ ଓଡ଼ିଶା ପୋଲିସର ମହିଳା ଓ ପୁରୁଷ ଟିମ୍‌ ଦଳଗତ ପ୍ରଦର୍ଶନ କରି ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ଓଡ଼ିଶା ପୋଲିସର ପୁରୁଷ ଟିମ୍‌ ସିଆଇଏସଏଫ୍‌କୁ ୬-୪ ଗୋଲରେ ପରାସ୍ତ କରି ତୃତୀୟ ସ୍ଥାନ ଅଧିକାର କରିବା ସହ ବ୍ରୋଞ୍ଜ ପଦକ ହାସଲ କରିଥିଲା। ସେହିପରି ମହିଳା ବର୍ଗରେ ଓଡ଼ିଶା ପୋଲିସ ତାମିଲନାଡୁକୁ ୪-୨ ଗୋଲରେ ପରାସ୍ତ କରି ବ୍ରୋଞ୍ଜ ପଦକ ହାସଲ କରିଛି। ସୂଚନାଯୋଗ୍ୟ, ଗତ ନଭେମ୍ବର ୧୬ରୁ ୩୦ ତାରିଖ ପର୍ଯ୍ୟନ୍ତ ପଶ୍ଚିମବଙ୍ଗ ପୋଲିସ ଆନୁକୂଲ୍ୟରେ କୋଲକାତାସ୍ଥିତ ସାଇ କମ୍ପ୍ଲେକ୍ସଠାରେ ସର୍ବଭାରତୀୟ ପୋଲିସ ହକି ଚାମ୍ପିୟନଶିପ ଅନୁଷ୍ଠିତ ହୋଇଥିଲା। ଉଭୟ ଦଳ ଓଡ଼ିଶା ଫେରିବା ପରେ ପୁରୁଷ ଟିମ୍‌ର ଅଧିନାୟକ ଅଲମ୍ପିୟାନ ବୀରେନ୍ଦ୍ର ଲାକ୍ରା ଓ ଟିମ୍‌ ମ୍ୟାନେଜର ସଞ୍ଜୀବ କୁମାର ଲାକ୍ରା ରାଜ୍ୟ ପୋଲିସ ମୁଖ୍ୟାଳୟରେ ଡିଜିପି ସୁନୀଲ ବଂଶଲଙ୍କୁ ମଙ୍ଗଳବାର ସୌଜନ୍ୟମୂଳକ ସାକ୍ଷାତ୍‌ କରିଛନ୍ତି। ଡିଜିପି ବଂଶଲ କ୍ରୀଡାବିତ୍‌ମାନଙ୍କ ସଫଳତାରେ ଖୁସି ହେବା ସହ ଭବିଷ୍ୟତରେ ଆହୁରି କଠିନ ପରିଶ୍ରମ କରି ରାଜ୍ୟ ପୋଲିସ ପାଇଁ ଅଧିକ ସଫଳତା ଆଣିବାକୁ ପରାମର୍ଶ ଦେଇଥିଲେ। ଅତିରିକ୍ତ ଆରକ୍ଷୀ ମହାନିର୍ଦେଶକ (ଆଇନ ଶୃଙ୍ଖଳା) ଆର୍‌. କେ. ଶର୍ମା ଏହି ସାକ୍ଷାତ୍‌ ସମୟରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri