୩ଟି ଚୋରି ଘଟଣାରେ ୨ଭାଇ ଗିରଫ

ଦିଗପହଣ୍ଡି,୨୮|୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ପାଟପୁର ପୋଲିସ  ୩ ଟି ଚୋରି ଘଟଣାରେ ଦୁଇ ଭାଇ ଙ୍କ ୫ ଅଭିଯୁକ୍ତଙ୍କୁ ମଙ୍ଗଳବାର ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଅଭିଯୁକ୍ତ ମାନେ ହେଲେ ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜୟପୁର କଲୋନୀ ର ଦୁଇ ଭାଇ  ଆର.ଭଗବାନ ଓ ଆର.ଭାସ୍କର। ଅନ୍ୟ ଅଭିଯୁକ୍ତ ମାନେ ହେଲେ  ଆର.କାଳିଆ, ଆର.ବିକ୍ରାନ୍ତ ଏବଂ ଆର. ଅଜୁ। ସେମାନଙ୍କ ନିକଟରୁ ସୁନା ଚେନ୍,କାନଫୁଲ,ରୂପା ଅଳଙ୍କାର, ପିତ୍ତଳ ରୁଖା,ଥାଳି ପ୍ରଭୃତି ଜବତ କରାଯାଇଛି। ଥାନା ମାମଲା ନଂ.୫୦/୨୫,୫୧/୨୫ ଏବଂ ୫୨/୨୫ ଅନୁଯାୟୀ ଜାମିନ ଆବେଦନ ନାମଞ୍ଜୁର ହେବାରୁ ସମସ୍ତ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଥିବା ତଦନ୍ତକାରୀ ଅଧିକାରୀ ଏଏସଆଇ ସୁଧୀର କୁମାର ନାୟକ ଜଣାଇଛନ୍ତି। ଗତ ୨୦ ତାରିଖ ରୁ ୨୪ ତାରିଖ ମଧ୍ୟରେ ଏସ.ରଘୁନାଥପୁର ଏବଂ ବଡିଆଓସ୍ତା ଗ୍ରାମରେ ସିରିଜ ଚୋରି ହୋଇଥିଲା।ଆଇଆଇସି ଦୀପ୍ତି ରଞ୍ଜନ ବେହେରା ଙ୍କ ନେତୃତ୍ୱରେ ସ୍ଵତନ୍ତ୍ର ସ୍କ୍ୱାର୍ଡ ଗଠନ କରାଯାଇ ବିଭିନ୍ନ ସନ୍ଦିଗ୍ଧ ଅଞ୍ଚଳରେ ଚଢାଉ କରି ଅଭିଯୁକ୍ତ ମାନଙ୍କୁ ଗିରଫ କରାଯିବା ସହ ସେମାନଙ୍କ ନିକଟରୁ ଚୋରି ସାମଗ୍ରୀ ଜବତ କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

ଓଡିଆ ଭାଷା ସାହିତ୍ୟର ଶ୍ରୀବୃଦ୍ଧିରେ ଗୁରୁତ୍ୱପୂର୍ଣ୍ଣ ଥିଲା ଭଞ୍ଜନଗରର ଭୂମିକା

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ରବିବାର ଓଡିଆ ଭାଷା ସାହିତ୍ୟର ଶ୍ରୀବୃଦ୍ଧି ସାଧନରେ ଭଞ୍ଜନଗରର ଭୂମିକା ଉପରେ ଏକ…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri