ଋଷିକୂଲ୍ୟା ନଦୀରେ ଭାସିଗଲେ ୨ ଭାଇ

ପୁରୁଷୋତ୍ତମପୁର,୨୫।୧୦(ଡି.ଏନ.ଏ): ଗାଧୋଉଥିବା ବେଳେ ଭାସିଗଲେ ୨ ଭାଇ। ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶୋଳଘର ନିକଟରେ ଥିବା ଋଷିକୂଲ୍ୟା ନଦୀରେ ମଙ୍ଗଳବାର ଏଭଳି ଅଘଟଣ ଘଟିଛି। ସେମାନେ ହେଲେ କୃଷ୍ଣ ଜନ୍ଦ୍ର ମହାନ୍ତି (୧୫) ଏବଂ କାହ୍ନୁ ଚରଣ ମହାନ୍ତି (୧୨)। ତେବେ ସାନ ଭାଇକୁ ଉଦ୍ଧାର କରାଯାଇଥିବା ବେଳେ ବଡ ଭାଇ ଭାସିଯାଇଥିବା ଜଣାପଡିଛି।
ସୂଚନାଯୋଗ୍ୟ, ଆଜି ସକାଳେ ଦୁଇ ଭାଇ ଗାଧୋଉଥିବା ବେଳେ ଭାସି ଯାଇଥିଲେ। ଏହା ଦେଖି ନିକଟରେ ଗାଧୋଉବା ଜଣେ ମହିଳା ସାହାସିକତାର ସହ ପାଣି ମଧ୍ୟରେ ପଶି ସାନଭାଇ କାହ୍ନୁ ଚରଣଙ୍କୁ ଉଦ୍ଧାର କରିଥିବା ବେଳେ ବଡଭାଇ କୃଷ୍ଣ ଚନ୍ଦ୍ର ପାଣି ଶ୍ରୋତରେ ଭାସି ଯାଇଥିଲେ। ଉଦ୍ଧାର ହୋଇଥିବା କାହ୍ନୁଙ୍କ ସ୍ବାସ୍ଥ୍ୟାବସ୍ଥା ଠିକ୍‌ ରହିଛି। ଖବରପାଇ ପୁରୁଷୋତ୍ତମପୁର ବିଡିଓ ବିଜୟ କୁମାର ବେହେରା ,ତହସିଲଦାର ସନ୍ତୋଷ କୁମାର ସାହୁ, ଅତିରିକ୍ତ ତହସିଲଦାର ସୁନିଲ କୁମାର ଟୁଡୁ ଘଟଣାସ୍ଥଳରେ ପହଞ୍ଚି ଓଡ୍ରାଫ ଟିମ ଓ ପୁରୁଷୋତ୍ତମପୁର ଅଗ୍ନିଶମବାହିନୀକୁ ଖବର ଦେଇଥିଲେ। ଉଭୟେ ଓଡ୍ରାଫ ଓ ଦମକଳ ବାହିନୀ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନଦୀର ପାଣି ଶ୍ରୋତରେ ବୋଟ ମାଧ୍ୟମରେ ପଶି ଖୋଜିବାରେ ଲାଗିଥିବା ବେଳେ ଗ୍ରାମବାସୀ ମଧ୍ୟ ଖୋଜିବାରେ ଲାଗିଛନ୍ତି । ଶୋଳଘରର ସନ୍ତୋଷ ମହାନ୍ତି ବ୍ରହ୍ମପୁରରେ ରହୁଥିଲେ। ମାତ୍ର ଦୀପାବଳି ଉତ୍ସବ ପାଳନ କରିବା ଲାଗି ସୋମବାର ନିଜ ଗ୍ରାମକୁ ଆସିଥିଲେ। ମଙ୍ଗଳବାର ସକାଳେ ଦୁଇ ପୁଅଙ୍କୁ ସାଙ୍ଗରେ ଧରି ଗ୍ରାମ ନିକଟସ୍ଥ ଋଷିକୁଲ୍ୟା ନଦୀକୁ ଗାଧୋଇବାକୁ ଯାଇଥିଲେ। ଦୁଇ ଭାଇ ନଦୀ ପଠାରେ ଖେଳୁଥିବା ବେଳେ ନଦୀକୁ ଖସିଯାଇଥିଲେ। ଏହାକୁ ନେଇ ଗ୍ରାମରେ ଶୋକକୁଳ ପରିବେଶ ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri