ମା’ଙ୍କ ଏକାଦଶାହରେ ଚାଲିଗଲା ସାନପୁଅଙ୍କ ଜୀବନ, ଦ୍ୱାଦଶାହରେ ବି ଚାଲିଗଲେ ବଡ଼ପୁଅ

ଦିଗପହଣ୍ଡି,୨୬ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ମୌଳାଭଞ୍ଜା ଗ୍ରାମ ନିକଟ ମା’ ସାତଭଉଣୀ ମନ୍ଦିର ନିକଟରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଟାଟା ଏସି ଗାଡ଼ି ଏବଂ ସ୍କୁଟି ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ ସାନଭାଇ ଅଜୟ କୁମାର ମହାରଣା ଓରଫ ମିଟୁଙ୍କ ମୃତ୍ୟୁ ହୋଇଥିବା ବେଳେ ବୁଧବାର ଅପରାହ୍ନରେ ବଡ଼ଭାଇ ଅରୁଣ କୁମାର ମହାରଣାଙ୍କ ଚିକିତ୍ସାଧୀନ ଅବସ୍ଥାରେ ବ୍ରହ୍ମପୁର ବଡ଼ ମେଡ଼ିକାଲରେ ମୃତ୍ୟୁ ହୋଇଯାଇଥିବା ଜଣାପଡ଼ିଛି।

ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମର ତ୍ରିନାଥ ମହାରଣାଙ୍କ ସହଧର୍ମିଣୀ କନକଲତା ମହାରଣାଙ୍କ ଗତ ୧୦ ଦିନ ପୂର୍ବେ ମୃତ୍ୟୁ ଘଟିଥିଲା। ମଙ୍ଗଳବାର ଏକାଦଶାହ କାର୍ଯ୍ୟ ରହିଥିବା ବେଳେ ବୁଧବାର ଦ୍ବାଦଶାହ ଶୁଦ୍ଧି ଭୋଜି କାର୍ଯ୍ୟ ନିମନ୍ତେ ଦୁଇଭାଇ ଅଜୟ ଓ ଅରୁଣ ନିଜ ସ୍କୁଟି ଯୋଗେ ବାଳକୃଷ୍ଣପୁର ଗ୍ରାମରୁ ସହଦେବ ଟିକରପଡ଼ା ଯାଉଥିଲେ। ଏହି ସମୟରେ ଦୁର୍ଘଟଣା ଘଟିଥିଲା। ଉଭୟଙ୍କୁ ଉଦ୍ଧାର କରାଯାଇ ଦିଗପହଣ୍ଡି ମେଡିକାଲ ଅଣାଯାଇଥିଲା। ସେଠାରେ ଉପସ୍ଥିତ ଡାକ୍ତର ସାନଭାଇ ଅଜୟଙ୍କୁ ମୃତ ଘୋଷିତ କରିବା ସହ ଅରୁଣଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରିଥିଲେ। ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୨ଟା ସମୟରେ ଚିକିତ୍ସାଧୀନ ଅବସ୍ଥାରେ ଅରୁଣଙ୍କ ମୃତ୍ୟୁ ହୋଇଥିବା ପରିବାର ଲୋକଙ୍କୁ ଡାକ୍ତର ସୂଚନା ଦେଇଥିଲେ। ସ୍ତ୍ରୀ ଓ ଦୁଇ ରୋଜଗାରିଆ ପୁଅକୁ ହରାଇ ବାପା ତ୍ରିନାଥ ଭାଙ୍ଗି ପଡ଼ିଛନ୍ତି। ଯେହେତୁ ସ୍ତ୍ରୀଙ୍କ ଏକାଦଶାହରେ ସାନପୁଅ ଏବଂ ଦ୍ବାଦଶାହରେ ବଡ଼ପୁଅର ଏଭଳି ମୃତ୍ୟୁ ସହ୍ୟ କରିପାରୁ ନାହାନ୍ତି ତ୍ରିନାଥ। ଏନେଇ ତଦନ୍ତକାରୀ ଅଧିକାରୀ ଦିଗପହଣ୍ଡି ଥାନା ଏଏସ୍‌ଆଇ ମନୋଜ ସିଂ ମାମଲା ନଂ.୪୨୯/୨୫ ଅନୁଯାୟୀ ଉଭୟ ଗାଡିକୁ ଜବତ କରି ତଦନ୍ତ ଚଳାଇଥିବା ବେଳେ ଗାଡ଼ି ଚାଳକ ଫେରାର ରହିଛନ୍ତ। ପୋଲିସ ବୁଧବାର ସକାଳୁ ଅଜୟଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ପଠାଇଥିଲା। ଅପରାହ୍ନ ଗୋଟାଏ ସମୟରେ ମୃତଦେହ ଗ୍ରାମରେ ପହଞ୍ଚିବାର କିଛି କ୍ଷଣକ ମଧ୍ୟରେ ବଡ଼ଭାଇ ଅରୁଣଙ୍କ ମୃତ୍ୟୁ ଖବର ଗ୍ରାମରେ ପହଞ୍ଚିବା ପରେ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଯାଇଥିଲା ବିଳମ୍ବିତ ସନ୍ଧ୍ୟାରେ ଅରୁଣଙ୍କ ମୃତଦେହ ଗ୍ରାମରେ ପହଞ୍ଚିବା ସହ ଗାଁ ଶ୍ମଶାନରେ ଗୋଟିଏ ଜୁଇରେ ଦୁଇଭାଇଙ୍କ ଅନ୍ତିମ ସଂସ୍କାର ହୋଇଥିଲା।ଦିଗପହଣ୍ଡି ତହସିଲଦାର ସନ୍ତୋଷ କୁମାର ସାହୁ ଗ୍ରାମରେ ପହଞ୍ଚି ମୃତକଙ୍କ ପରିବାର ଲୋକଙ୍କୁ ସମବେଦନା ଜଣାଇବା ସହ ରେଡ୍‌କ୍ରସ ପାଣ୍ଠିରୁ ୬୦ ହଜାର ଟଙ୍କା ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିଛନ୍ତି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ଦେବରକୋଣ୍ଡାଙ୍କ ପ୍ରେମ ଆଗରେ ହାରିଗଲେ ରୋନାଲ୍ଡୋ-ମେସି, ଫୁଟବଲ ଖେଳାଳିଙ୍କ ରେକର୍ଡ ଭାଙ୍ଗିଲେ ‘ବିରୋଶ’

ଚେନ୍ନାଇ,୭।୩: ୨୬ ଫେବୃଆରୀରେ ଉଦୟପୁରରେ ଅନୁଷ୍ଠିତ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡାଙ୍କ ବିବାହ ଏକ ବିରାଟ କାର୍ଯ୍ୟକ୍ରମଠାରୁ କମ ନଥିଲା। ସେମାନଙ୍କ ବିବାହ ପୂର୍ବ କାର୍ଯ୍ୟକ୍ରମଠାରୁ…

ଉପମୁଖ୍ୟମନ୍ତ୍ରୀ ଯାଉଥିବା ହେଲିକପ୍ଟରରୁ ବାହାରିଲା ଧୂଆଁ: ଆଉ ତା’ପରେ…

ଲକ୍ଷ୍ନୌ,୭।୩: ଉତ୍ତର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ହେଲିକପ୍ଟରକୁ ଲକ୍ଷ୍ନୌ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିବାକୁ ପଡିଛି। କୌଶାମ୍ବୀ ଅଭିମୁଖେ ଯାଉଥିବା ସମୟରେ ହେଲିକପ୍ଟରଟି ହଠାତ୍‌…

ଭାରତକୁ ପଶିଲା ଇରାନୀ ଜାହାଜ, ଆମେରିକାରେ ବାଜିଲା ସାଇରନ!

ନୂଆଦିଲ୍‌ଲୀ,୭।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତି ଖରାପ ହେଉଛି। ସମ୍ପ୍ରତି ଭାରତରୁ ଫେରୁଥିବା ଇରାନୀ ଜାହାଜ ISIS ଡେନା ଉପରେ ଆମେରିକା ଆକ୍ରମଣ କରିଥିଲା। ୮୭ ଜଣ ଇରାନୀ…

ଫାଇନାଲରେ ଟିମ ଇଣ୍ଡିଆ ଜିତନ୍ତୁ କି ହାରନ୍ତୁ, ଏଥର ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ…

ନୂଆଦିଲ୍ଲୀ,୭।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ICC ଟି୨୦ ବିଶ୍ୱକପ ୨୦୨୬ ଫାଇନାଲରେ ମୁହାଁମୁହିଁ ହେବେ। ଏହି ମ୍ୟାଚ ୮ ମାର୍ଚ୍ଚରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ଭାରତୀୟ…

ରାମ ରହିମଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି, ୨୪ ବର୍ଷ ପୁରୁଣା ହତ୍ୟା ମାମଲାରେ କୋର୍ଟ ଶୁଣାଇଲେ ଏମିତି ରାୟ

ରୋହତକ,୭।୩: ଡେରା ସଚ୍ଚା ସୌଦା ମୁଖ୍ୟ ଗୁରମିତ ରାମ ରହିମଙ୍କୁ ଆଜି (ଶନିବାର, ମାର୍ଚ୍ଚ ୭, ୨୦୨୬) ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି…

କଲେଜକୁ ଯାଉଥିଲେ ଛାତ୍ରୀ, ଦ୍ରୁତଗତିରେ ଆସି ଧକ୍କା ଦେଲା ବାଇକ, ଘଟଣାସ୍ଥଳରେ…

ବଲାଙ୍ଗୀର, ୭।୩( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭିଆଇପି ରାସ୍ତା ଭାଗିରଥି ଛକରୁ ସର୍କିଟ ହାଉସ ରାସ୍ତାରେ ଏକ ସ୍ପିଡ ବାଇକର ଧକ୍କାରେ ଜଣେ ଆୟୁର୍ବେଦିକ କଲେଜ…

୧୨ ମାର୍ଚ୍ଚରେ ଯୁଦ୍ଧକୁ ନେଇ ବଡ଼ ଘୋଷଣା କରିବେ ଟ୍ରମ୍ପ! ୩ୟ ବିଶ୍ୱଯୁଦ୍ଧ ନେଇ…

ଓ଼୍ବାଶିଂଟନ୍‌,୭।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗତ ବର୍ଷ ୧୨ ଦିନିଆ ଯୁଦ୍ଧ ସମୟରେ “ବିନା ସର୍ତ୍ତରେ ଆତ୍ମସମର୍ପଣ” ବାକ୍ୟାଂଶ ପୋଷ୍ଟ କରିଥିଲେ, ଯାହା ମାତ୍ର ଛଅ…

ଶିଶୁକୈନ୍ଦ୍ରିକ ଶିକ୍ଷା

ଅନେକ ସମୟରେ ମନକୁ ଆସେ ଆଜି ପର୍ଯ୍ୟନ୍ତ ଆମେ ଏମିତି ପରିବେଶଟେ ସୃଷ୍ଟି କରିପାରିଲେନି ଯେଉଁଠି ବିଦ୍ୟାଳୟ ଖୋଲିବାର ସମୟ ଏବଂ ଛୁଟି ସମୟର ଚିତ୍ର ପ୍ରାୟତଃ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri