ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌ (ନଂ. ଓଡି ୦୭ ଏଟି – ୯୪୫୬) ଧକ୍କାରେ ଦୁଇ ଭାଇ ଗୁରୁତର ହୋଇଛନ୍ତି। ଗୁରୁତର ଦ୍ୱୟ ହେଲେ ସାନଖେମୁଣ୍ଡି ବ୍ଲକ ଜାନକାପଲ୍ଲୀ ଗ୍ରାମର ଚେରୁ ପ୍ରଧାନ(୨୭) ଏବଂ ଅନିଲ ପ୍ରଧାନ (୨୫)। ଦୁଇଭାଇ ବାଇକ୍‌ (ନଂ. ଓଡି ୦୭ ଏଏ -୭୯୮୭) ଯୋଗେ ଯାଉଥିବା ବେଳେ ବିପରୀତ ଦିଗରୁ ଦ୍ରୁତଗତିରେ ଜାନକାପଲ୍ଲୀ ରୁ ଟି. ଗୋବିନ୍ଦପୁର ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌ଟି ବାଇକ୍‌କୁ ଧକ୍କା ଦେବାରୁ ଉଭୟେ ରାସ୍ତାଉପରେ ବାଇକ ସହ କଚାଡ଼ି ହୋଇ ପଡ଼ିଯାଇଥିଲେ। ଆଖପାଖରେ ଥିବା ଲୋକେ ୧୦୮ ଆମ୍ବୁଲାନ୍ସ ଡକାଇ ଉଭୟଙ୍କୁ ଚିକିତ୍ସା ନିମନ୍ତେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲେ। ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବାରୁ ଉଭୟଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ପାଟପୁର ଥାନା ପୋଡ଼ାମାରି ଫାଣ୍ଡି ଅଧିକାରୀ ପ୍ରଭାତ କୁମାର ବାଲିକାନା ସଦଳବଳ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ବସ୍‌ ଓ ବାଇକ୍‌କୁ ଜବତ କରି ତଦନ୍ତ ଚଳାଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?