ଉତ୍ତରପ୍ରଦେଶର ୨ ଗଞ୍ଜେଇ ବେପାରୀ ଗିରଫ

ପଦ୍ମପୁର, ୩।୩(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ପଦ୍ମପୁର ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ୨ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ଉତ୍ତରପ୍ରଦେଶର ଗୁଲାମ ଖାନ(୨୫)ଓ ରାଜ ବାହାଦୁର(୨୪)। ସୂଚନା ଅନୁଯାୟୀ ଗୁରୁବାର ରାତିରେ ପଦ୍ମପୁର ପୋଲିସ ଗଞ୍ଜେଇ ଚାଲାଣ ଖବରପାଇ ପଦ୍ମପୁର ବ୍ଲକ ଇନ୍ଦୁପୁର ପଞ୍ଚାୟତ ଖିଲାମୁଣ୍ଡା ବ୍ରିଜ୍‌ ନିକଟରେ ରାଉତରଙ୍ଗାରୁ ଉତ୍ତରପ୍ରଦେଶ ଯାଉଥିବା ଏକ କାର୍‌ ଉପରେ ଚଢ଼ାଉ କରିଥିଲା। ପଦ୍ମପୁର ପୋଲିସ ୩୦ କେଜି ଗଞ୍ଜେଇ ଜବତକରି ଅଭିଯୁକ୍ତ ଗୁଲାମ ଓ ରାଜଙ୍କୁ ଗିରଫ କରିଛି। ପୋଲିସ ଗଞ୍ଜେଇ ଚାଲାଣରେ ବ୍ୟବହୃତ କାର୍‌ ସହ ଅଭିଯୁକ୍ତଙ୍କଠାରୁ ୨ଟି ମୋବାଇଲ, ନଗଦ ୩୨୦୦ ଟଙ୍କା ଜବତ କରାଯାଇଛି। ଏ ନେଇ ପଦ୍ମପୁର ଥାନାରେ କେସ୍‌ ନମ୍ବର ୪୫/ ୨୩ରେ ମାମଲା ରୁଜୁ ହୋଇଛି। ଅଭିଯୁକ୍ତ ଦ୍ୱୟଙ୍କୁ କୋର୍ଟ ଚାଲାଣ କରାଯାଇଥିବା ନେଇ ପଦ୍ମପୁର ଥାନାଧିକାରୀ ରାଜେଶ ବଳିୟାରସିଂ ସୂଚନା ଦେଇଛନ୍ତି।
ଏଠାରେ ସୂଚନାଯୋଗ୍ୟ, ପଦ୍ମପୁର ଥାନାରେ ଗତ ସପ୍ତାହକ ମଧ୍ୟରେ ୪ ଟି ବେଆଇନ ଗଞ୍ଜେଇ କେସ୍‌ ରୁଜୁ କରାଯାଇଥିବା ବେଳେ ୧୨୭ କେଜି ଗଞ୍ଜେଇ ସହ ଗୋଟିଏ କାର୍‌, ୩ ବାଇକ୍‌ ଆଉ ୭ଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବର୍ଷା, ବାପାଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରି ହେଲେ ଭାବବିହ୍ବଳ

ପଦ୍ମପୁର,୨୯ା୪(ପ୍ରଦୀପ୍ତ ଦାଶ): ସୋମବାର ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବରିହା ତାଙ୍କ ନାମାଙ୍କନପତ୍ର ଦାଖଲ କରିବା କାର୍ଯ୍ୟକ୍ରମ ରହିଥିବାବେଳେ ସକାଳୁ ସକାଳୁ ପଦ୍ମପୁରସ୍ଥିତ...

ପଖାଳକୁ ଭାରି ପଡ଼ିଲାଣି ପିଆଜ, ଆଳୁ

ବଲାଙ୍ଗୀର,୨୯ା୪(ବୀରେନ୍ଦ୍ର କୁମାର ଝାଙ୍କର): ପ୍ରଚଣ୍ଡ ଖରାରେ ତାପମାତ୍ରା ବୃଦ୍ଧି ଏବେ ଲୋକଙ୍କୁ ଅସ୍ତବ୍ୟସ୍ତ କରି ପକାଇଛି। ଏତିକି ବେଳେ ଆଳୁ, ପିଆଜ ଏବଂ ପନିପରିବା ଦରବୃଦ୍ଧି...

ବାସି, ଦୂଷିତ ଖାଦ୍ୟ ବିକ୍ରି ବଢ଼ୁଛି

ନୟାଗଡ଼,୨୯।୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ବିଭିନ୍ନ ହୋଟେଲ, ଢ଼ାବା, ଜଳଖିଆ ଦୋକାନରେ ବିକ୍ରି ହେଉଥିବା ଖାଦ୍ୟ ଆଖିକୁ ଭଲ ଦେଖାଯାଉଥିଲେ ହେଁ ଗୁଣବତ୍ତା(ମାନ) ଠିକ୍‌ ରହୁନି...

ଲୁରୁ ଗ୍ରାମରେ ପଡ଼ିନାହିଁ ବିକାଶର ପାଦଚିହ୍ନ

ପାରଳାଖେମୁଣ୍ଡି,୨୯ା୪ (ଗିରିଧାରୀ ପରିଛା): ସରକାର ଯୋଜନା ଉପରେ ଯୋଜନା କରୁଛନ୍ତି। ହେଲେ ଅନେକ ଯୋଜନା ବହୁ ଜାଗାରେ ପହଞ୍ଚି ପାରୁନାହିଁ। ଦୀର୍ଘ ବର୍ଷର ସ୍ଥାୟୀ ସରକାର...

ସରୁନି ପୋଲ ସଂଯୋଗୀକରଣ ରାସ୍ତା

ବାଲେଶ୍ୱର,୨୯ା୪(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ତେନ୍ତୁଳିଦା ପଞ୍ଚାୟତ ବୋଇତବାଙ୍କ ଘାଟରେ ଦୀର୍ଘ ଦିନ ହେବ ବିଜୁ ସେତୁ ନିର୍ମାଣ ସରିଥିଲେ ମଧ୍ୟ ସଂଯୋଗୀକରଣ...

୮ ଟଙ୍କାରେ ବିକିଥିଲେ, ୩୦ରେ କିଣୁଛନ୍ତିି

ରାମଚନ୍ଦ୍ରପୁର,୨୯ା୪(ଗଣେଶ୍ୱର ସା): ରାଜ୍ୟକୁ ଆଳୁ ଉତ୍ପାଦନ କ୍ଷେତ୍ରରେ ସ୍ବାବଲମ୍ବୀ କରିବାପାଇଁ ସରକାର ଉଦ୍ୟାନ ବିଭାଗ ଜରିଆରେ ଆଳୁ ମିଶନ କାର୍ଯ୍ୟକାରୀ କରିଛନ୍ତି। ମାତ୍ର ଏହା ଠିକ୍‌...

୧୨ ବର୍ଷ ଧରି କୁକୁଡ଼ା ଚିଆଁ ଉତ୍ପାଦନ କେନ୍ଦ୍ର ବନ୍ଦ

କେନ୍ଦ୍ରାପଡ଼ା,୨୯ା୪ (ଜଗନ୍ନାଥ ଧଳ): ଛକ ବଜାରଠାରୁ ଗ୍ରାମାଞ୍ଚଳରେ କୁକୁଡା ମାଂସ ବିକ୍ରୟ କେନ୍ଦ୍ର ଭରପୂର ରହିଛି। କେଜି ପ୍ରତି ୨୨୦ରୁ ୩୫୦ ଟଙ୍କାରେ ମାଂସ ବିକ୍ରି...

ଗଣେଶ୍ୱରଙ୍କ ସମ୍ମୁଖରେ ଦୁଇ ମହିଳା ପ୍ରତିଦ୍ୱନ୍ଦ୍ୱୀ

କେନ୍ଦ୍ରାପଡ଼ା, ୨୯ା୪ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ବିଧାନସଭା ନିର୍ବାଚନ ରାଜନୀତି ଏକ ରୋଚକ ସ୍ଥିତିରେ ପହଞ୍ଚତ୍ଛି। ରାଜ୍ୟର ପ୍ରମୁଖ ୩ ରାଜନୈତିକ ଦଳର ବିଧାୟକ ପ୍ରାର୍ଥୀ ଘୋଷଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri