୨ ଗଞ୍ଜେଇ ମାଫିଆ କୋଭିଡ୍‌ ହସ୍‌ପିଟାଲରୁ ଚମ୍ପଟ

ଗୋପାଳପୁର,୧୫ା୭(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଗୋପାଳପୁର ଥାନା ଅନ୍ତର୍ଗତ ଶୀତଳାପଲ୍ଲୀ କୋଭିଡ୍‌ ହସ୍‌ପିଟାଲରୁ ୨ ଗଞ୍ଜେଇ ମାଫିଆ ରବିବାର ସନ୍ଧ୍ୟାରେ ଚମ୍ପଟ ମାରିଛନ୍ତି। ହସ୍ପିଟାଲର ଜେନେରାଲ ମ୍ୟାନେଜର ସନ୍ଦୀପ ମିଶ୍ର ୨୪ ଘଣ୍ଟା ପରେ ସୋମବାର ରାତିରେ ଏନେଇ ଗୋପାଳପୁର ଥାନାରେ ଅଭିଯୋଗ କରିଥିଲେ। ପୋଲିସ ମାମାଲା (ନଂ.୧୦୧/୨୦) ରୁଜୁ କରି ତଦନ୍ତ ଚଳାଇଛି। ପ୍ରକାଶ ଯେ, ଗତ ୩ ତାରିଖରେ ଗଜପତିରୁ ଭୁବନେଶ୍ୱର ଗଞ୍ଜେଇ ଚାଲାଣ ହେଉଥିବା ଅବକାରୀ ଗୁଇନ୍ଦା ବିଭାଗ ସୂଚନା ପାଇଥିଲା। ବିଭାଗୀୟ ଅଧିକାରୀ ବ୍ରହ୍ମପୁର ନୂଆ ବସ୍‌ଷ୍ଟାଣ୍ଡରେ ଚଢ଼ାଉ କରି ଏକ ଟାଟାସୁମୋରୁ ୧୦୭କେଜି ଗଞ୍ଜେଇ ଜବତ କରିବା ସହ ୨ ମାଫିଆଙ୍କୁ ଗିରଫ କରିଥିଲେ। ସେମାନେ ହେଲେ ଭୁବନେଶ୍ୱର ବରଗଡ଼ ବ୍ରିଟ୍‌ କଲୋନୀର ରମେଶ ଚନ୍ଦ୍ର ପ୍ରଧାନ (୨୫) ଓ ଅର୍ଜୁନ ସ୍ବାଇଁ(୩୫)। ମାମଲା (ନଂ.୫୫/୨୦-୨୧) ରୁଜୁ କରି ୪ ତାରିଖରେ ଉଭୟଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ବ୍ରହ୍ମପୁର ମଣ୍ଡଳ କାରାଗାରକୁ ପଠାଇଦିଆଯାଇଥିଲା। ସେତେବେଳେ ୨ ଅଭିଯୁକ୍ତଙ୍କ ସ୍ବାବ୍‌ ସଂଗ୍ରହ କରି ପରୀକ୍ଷା ପାଇଁ ପଠାଯାଇଥିଲା। ୭ ତାରିଖରେ ରିପୋର୍ଟ ପଜିଟିଭ ଆସିବା ପରେ ଅଭିଯୁକ୍ତଙ୍କୁ ପାରଳା ମହାରାଜା କୋଭିଡ୍‌ କେୟାର ସେଣ୍ଟରରେ ଭର୍ତ୍ତି କରାଯାଇଥିଲା। ଗତ ୧୦ ତାରିଖରେ ଅଧିକ ଚିକିତ୍ସା ପାଇଁ ସେଠାରୁ ଶୀତଳାପଲ୍ଲୀ କୋଭିଡ୍‌ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ରବିବାର ସନ୍ଧ୍ୟାରେ ୨ ଅଭିଯୁକ୍ତ କୌଣସି ପ୍ରକାରେ ସେଠାରୁ ଖସି ପଳାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri