୨ ଗଞ୍ଜେଇ ମାଫିଆ କୋଭିଡ୍‌ ହସ୍‌ପିଟାଲରୁ ଚମ୍ପଟ

ଗୋପାଳପୁର,୧୫ା୭(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଗୋପାଳପୁର ଥାନା ଅନ୍ତର୍ଗତ ଶୀତଳାପଲ୍ଲୀ କୋଭିଡ୍‌ ହସ୍‌ପିଟାଲରୁ ୨ ଗଞ୍ଜେଇ ମାଫିଆ ରବିବାର ସନ୍ଧ୍ୟାରେ ଚମ୍ପଟ ମାରିଛନ୍ତି। ହସ୍ପିଟାଲର ଜେନେରାଲ ମ୍ୟାନେଜର ସନ୍ଦୀପ ମିଶ୍ର ୨୪ ଘଣ୍ଟା ପରେ ସୋମବାର ରାତିରେ ଏନେଇ ଗୋପାଳପୁର ଥାନାରେ ଅଭିଯୋଗ କରିଥିଲେ। ପୋଲିସ ମାମାଲା (ନଂ.୧୦୧/୨୦) ରୁଜୁ କରି ତଦନ୍ତ ଚଳାଇଛି। ପ୍ରକାଶ ଯେ, ଗତ ୩ ତାରିଖରେ ଗଜପତିରୁ ଭୁବନେଶ୍ୱର ଗଞ୍ଜେଇ ଚାଲାଣ ହେଉଥିବା ଅବକାରୀ ଗୁଇନ୍ଦା ବିଭାଗ ସୂଚନା ପାଇଥିଲା। ବିଭାଗୀୟ ଅଧିକାରୀ ବ୍ରହ୍ମପୁର ନୂଆ ବସ୍‌ଷ୍ଟାଣ୍ଡରେ ଚଢ଼ାଉ କରି ଏକ ଟାଟାସୁମୋରୁ ୧୦୭କେଜି ଗଞ୍ଜେଇ ଜବତ କରିବା ସହ ୨ ମାଫିଆଙ୍କୁ ଗିରଫ କରିଥିଲେ। ସେମାନେ ହେଲେ ଭୁବନେଶ୍ୱର ବରଗଡ଼ ବ୍ରିଟ୍‌ କଲୋନୀର ରମେଶ ଚନ୍ଦ୍ର ପ୍ରଧାନ (୨୫) ଓ ଅର୍ଜୁନ ସ୍ବାଇଁ(୩୫)। ମାମଲା (ନଂ.୫୫/୨୦-୨୧) ରୁଜୁ କରି ୪ ତାରିଖରେ ଉଭୟଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ବ୍ରହ୍ମପୁର ମଣ୍ଡଳ କାରାଗାରକୁ ପଠାଇଦିଆଯାଇଥିଲା। ସେତେବେଳେ ୨ ଅଭିଯୁକ୍ତଙ୍କ ସ୍ବାବ୍‌ ସଂଗ୍ରହ କରି ପରୀକ୍ଷା ପାଇଁ ପଠାଯାଇଥିଲା। ୭ ତାରିଖରେ ରିପୋର୍ଟ ପଜିଟିଭ ଆସିବା ପରେ ଅଭିଯୁକ୍ତଙ୍କୁ ପାରଳା ମହାରାଜା କୋଭିଡ୍‌ କେୟାର ସେଣ୍ଟରରେ ଭର୍ତ୍ତି କରାଯାଇଥିଲା। ଗତ ୧୦ ତାରିଖରେ ଅଧିକ ଚିକିତ୍ସା ପାଇଁ ସେଠାରୁ ଶୀତଳାପଲ୍ଲୀ କୋଭିଡ୍‌ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ରବିବାର ସନ୍ଧ୍ୟାରେ ୨ ଅଭିଯୁକ୍ତ କୌଣସି ପ୍ରକାରେ ସେଠାରୁ ଖସି ପଳାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ବନ୍ଦ ଡାକରାରେ ଅତାବିରାରେ ଜନଜୀବନ ପ୍ରଭାବିତ

ଅତାବିରା,୮ା୧୦(ଯୁଧିଷ୍ଠିର ମହାପାତ୍ର): କଂଗ୍ରେସ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାରେ ବରଗଡ଼ ଜିଲା ଅତାବିରା ଠପ୍‌ ହୋଇପଡ଼ିଛି। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ…

ସରକାରୀ ବସ୍‌ କାଚ ଭାଙ୍ଗିଲେ, ସାପ୍ତାହିକ ହାଟ ବି ବନ୍ଦ କଲେ ବିକ୍ଷୋଭକାରୀ

ଛତ୍ରପୁର,୮ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଇଣ୍ଡିଆ ବ୍ଲକ ପକ୍ଷରୁ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦରେ ମଧ୍ୟ ଦେଖାଯାଇଛି। ସିପିଆଇର…

କଂଗ୍ରେସର ବନ୍ଦ ଡାକରାରେ ଅଟକି ରହିଛି ଗାଡ଼ିମୋଟର, ଯାତ୍ରୀ ହନ୍ତସନ୍ତ

ପଟ୍ଟାଙ୍ଗି,୮ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକରେ କଂଗ୍ରେସର ବନ୍ଦ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ, ଦଳର ବ୍ଲକ ସଭାପତି ଅର୍ଜୁନ ବାଙ୍କା…

କଳାହାଣ୍ଡିରେ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ, ଜାତୀୟ ରାଜପଥ ଅବରୋଧ କରି ବିକ୍ଷୋଭକାରୀ…

ଭବାନୀପାଟଣା,୮ା୧୦(ଉତ୍ତମ କୁମାର ଦାଶ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରା ପ୍ରଭାବ କଳାହାଣ୍ଡି ଜିଲାରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ…

କେନ୍ଦ୍ର ସରକାରଙ୍କ ବିରୋଧରେ କଂଗ୍ରେସର ଗର୍ଜନ, ମହାକାଳପଡ଼ାରେ ପଡ଼ିଲା ପ୍ରଭାବ

ମହାକାଳପଡ଼ା,୮ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଇଣ୍ଡି ମେଣ୍ଟ ଓ ଜାତୀୟ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦର ପ୍ରଭାବ ପଡ଼ିଛି। କେନ୍ଦ୍ର ସରକାରଙ୍କ ଦୋମୁହାଁ ନୀତିକୁ ନେଇ ଗର୍ଜିଛନ୍ତି ଇଣ୍ଡି…

ଗଞ୍ଜାମରେ ଓଡ଼ିଶା ବନ୍ଦର ପ୍ରଭାବ: କେନ୍ଦ୍ର ସରକାର ବିରୋଧରେ ଗର୍ଜିଲେ ବିରୋଧୀ

ଗଞ୍ଜାମ,୮।୧୦(ବିଦ୍ୟାଧର ସାହୁ):ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ଗଞ୍ଜାମରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ ସିପିଆଇ(ଏମ) ସମେତ ବାମପନ୍ଥୀ ଦଳ ପକ୍ଷରୁ…

ଘଡ଼ଘଡ଼ି ସହ ଛେଚିବ ବର୍ଷା: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୮ା୧୦(ସୌମ୍ୟରଞ୍ଜନ ରାଉତ):ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ ଆସନ୍ତା ୨ରୁ…

ମୌଳିକ ସୁବିଧାରୁ ବଞ୍ଚିତ ୯୯ ଛାତ୍ରୀଛାତ୍ର

ବାଲେଶ୍ୱର,୮।୧୦,(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ହରିପୁର ପଞ୍ଚାୟତରେ ୧୯୫୯ ମସିହାରେ କସିମିଳା ସରକାରୀ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ହୋଇଥିଲା। ଏଠାରେ ଶିଶୁ ବାଟିକାଠାରୁ ପଞ୍ଚମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?