ଜନଗଣନାରେ ନିୟୋଜିତ ୨ଜଣଙ୍କ ମୃତ୍ୟୁ

ବେତନଟୀ/ସୁନ୍ଦରଗଡ଼,୨୭।୪(ଧରଣୀଧର ମହାନ୍ତି/ଜୟନାରାୟଣ ମେଣ୍ଡୁଳି): ଜନଗଣନା କାର୍ଯ୍ୟରେ ନିୟୋଜିତ ହୋଇଥିବା ୨ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ୍‌ ଅଧୀନ ପୁରିନ୍ଦା କଖାରୁଆ ବୈଦନାଥ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ରାଜକପୁର ହେମ୍ବ୍ରମଙ୍କ ରବିବାର ସାରେ ବାରିପଦା ପିଆରଏମ୍‌ ମେଡିକାଲ କଲେଜରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। କେନ୍ଦ୍ର ସରକାରଙ୍କ ଜନଗଣନା କାର୍ଯ୍ୟରେ ସେ ସାମିଲ ହୋଇଥିଲେ। ସେ ବେତନଟୀ ବ୍ଲକ ପଞ୍ଚାୟତ ଗାଁରେ ଘର ଘର ବୁଲି ଜନଗଣନା କରୁଥିଲେ। ଗୁରୁବାର ଅତ୍ୟଧିକ ଗରମ ଯୋଗୁ ସେ ଅସୁସ୍ଥ ହୋଇପଡ଼ିଥିଲେ। ଏଥିପାଇଁ ସେ ୨ଦିନ ଛୁଟି ନେଇଥିଲେ। ତାଙ୍କ ଦେହ ଅସୁସ୍ଥ ଥିବା ସତ୍ତ୍ୱେ ମଧ୍ୟ ଜନଗଣନା କାମର ଚାପ ରହୁଛି ବୋଲି ଉକ୍ତ ବିଦ୍ୟାଳୟର କିଛି ସହକର୍ମୀଙ୍କ ନିକଟରେ ଛୁଟି ନେବା ନେଇ ପୂର୍ବରୁ ଜଣେଇଥିଲେ। ରବିବାର ତାଙ୍କର ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର ପାଇ ପରିବାର ସଦସ୍ୟ ଓ ବେତନଟୀ ଓଷ୍ଟା ଶିକ୍ଷକ ସଂଘ ସମେତ ବ୍ଲକ୍‌ର ସମସ୍ତ ଶିକ୍ଷୟିତ୍ରୀ, ଶିକ୍ଷକଙ୍କ ମହଲରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।
ସେହିପରି ସୁନ୍ଦରଗଡ଼ ଜିଲା ଗୁରିଣ୍ଡିଆ ବ୍ଲକ ଅନ୍ତର୍ଗତ ଜର୍ଡା ସରକାରୀ ହାଇସ୍କୁଲର ଶିକ୍ଷକ ଅନୁରାଗ ଶନିବାର ଜଣଗଣନା କାମରେ ନିୟୋଜିତ ଥିଲେ। ହେଲେ ହଠାତ୍‌ ସେ ଅସୁସ୍ଥତା ଅନୁଭବ କରିଥିଲେ। ତୁରନ୍ତ ତାଙ୍କୁ ଗୁରୁଣ୍ଡିଆ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଜିଲା ହସ୍ପିଟାଲକୁ ନିଆଯାଇଥିଲା। ହେଲେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଶନିବାର ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ହେଲେ ତାଙ୍କର ମୃତ୍ୟୁ ଅଂଶୁଘାତଜନିତ କି ନୁହେଁ, ତାହା ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ସ୍ପଷ୍ଟ ହେବ ବୋଲି ଜିଲା ଆପାତକାଳୀନ ଅଧିକାରୀ ଅଶ୍ୱିନୀ କୁମାର ପଣ୍ଡା ପ୍ରକାଶ କରିଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳରେ ଖେଳୁଥିଲେ,ହଠାତ୍ ମାଡ଼ି ଆସିଲା ଜୁଆର: ଭାସିଯାଇ ୮ ବର୍ଷର ଶିଶୁ ମୃତ, କାନ୍ଦ ବୋବାଳିରେ…

ଛତ୍ରପୁର, ୧ା୮(ଦିଲ୍ଲୀପ ସାମଲ / ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୂଆ ପୋଡେମପେଟା ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି। ଗ୍ରାମର…

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ଲଗାଣ ବର୍ଷାରେ କ୍ଷୟକ୍ଷତି ଅଞ୍ଚଳ ପରିଦର୍ଶନ କଲେ କେନ୍ଦୁଝର MP, ପୀଡ଼ିତଙ୍କୁ ଶୀଘ୍ର…

ବଞ୍ଚୋ, ୧।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ହୋଇଥିବା କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରିବା ପାଇଁ କେନ୍ଦୁଝର MP ଅନନ୍ତ ନାୟକ…

ରାଧାରାଣୀଙ୍କୁ ଝୁରୁଛି ଗାଁ ମାଟି: ଅବଦାନ-ସଂଗ୍ରାମୀ ଭୂମିକାକୁ ମନେ ପକାଇଲେ…

ଦିଗପହଣ୍ଡି, ୧ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟସ୍ଥ ରୋହି ଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ରାଧାରାଣୀ ଜେନାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଶନିବାର…

ହାତୀପଲଙ୍କୁ ଚିଡ଼ାଉଥିବା ବେଳେ ବାରଣ କରବାରୁ ବନ କର୍ମଚାରୀଙ୍କୁ ଆକ୍ରମଣ: ୫ ଜଣଙ୍କ ନାମରେ ମାମଲା, ୨ ଗିରଫ

କେନ୍ଦୁଝର/ପାଟଣା, ୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସଦର ରେଞ୍ଜ ସୀମାନ୍ତ ପଦ୍ମପୁର ସଂରକ୍ଷିତ ଜଙ୍ଗଲର ଜାମୁନାଳିଆ ଗାଁ ନିକଟରେ ଏକ…

ବଚସାରୁ ଗୋଡ଼ାଇ ଗୋଡ଼ାଇ କରିଥିଲେ ଆକ୍ରମଣ, ଜାମିନ ଖାରଜ ହେବାରୁ ଜେଲ ଗଲେ…

ଦିଗପହଣ୍ଡି, ୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ସୁନୀଲ ଗୌଡ଼ଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପାଟପୁର ପୋଲିସ ଶନିବାର ଅଭିଯୁକ୍ତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri