ଚାଷ ଜମିକୁ ଯିବା ହେଲା କାଳ, ବୁଡିଗଲେ ୨ ଶିଶୁ

ବାଲିଗୁଡା,୨୨।୮:(ଡି.ଏନ.ଏ.): କନ୍ଧମାଳ ଜିଲା ବାଲିଗୁଡା ଥାନା ଅନ୍ତର୍ଗତ ସୁଡ୍ରା ପଞ୍ଚାୟତର ଜାର୍ଗୀ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି । ଚାଷ ଜମିରେ ବୁଡି ୨ ଶିଶୁଙ୍କ ମୃତ୍ୟୁ ହୋଇଛି । ସୂଚନାଯୋଗ୍ୟ, ଗ୍ରାମର ଦୁଇ ପରିବାରର ଲୋକେ ସା ସମୟରେ ବିଲ ଦେଖିବାକୁ ଯାଇଥିବା ବେଳେ ତାଙ୍କ ସହ ଦୁଇ ଶିଶୁ ମଧ୍ୟ ବିଲକୁ ଯାଇଥିଲେ । ହେଲେ ବିଲରେ ବର୍ଷା ପାଣି ଭର୍ତ୍ତି ହୋଇଥିବାରୁ ଜାଣି ନପାରି ବିଲକୁ ପଶି ଯାଇଥିଲେ। ଫଳରେ ଉଭୟଙ୍କ ମୃତ୍ୟୁ ଘଟିଥିଲା । ମୃତ ଶିଶୁ ପୁତ୍ରର ବୟସ ୭ ବର୍ଷ ହୋଇଥିବା ବେଳେ ଶିଶୁ କନ୍ୟାର ବୟସ ୫ ବର୍ଷ । ମୃତ୍ୟୁ ଖବର ପାଇବା ପରେ ଗାଁରେ ଶୋକର ଛାୟା ଖେଳିଯାଇଛି। ବାଲିଗୁଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ବ୍ୟବଚ୍ଛେଦ ପାଇଁ ବାଲିଗୁଡା ଉପଖଣ୍ଡ ଡାକ୍ତରଖାନାକୁ ପଠାଇଛନ୍ତି । ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର

ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…

ରବି ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଇନ୍ଦ୍ରାବତୀ ଉଠା ଜଳସେଚନ ଅଞ୍ଚଳର ଚାଷୀମାନେ ଚଳିତ ବର୍ଷ ରବି ଚାଷ ଧାନ ବିକ୍ରି ପଞ୍ଜିକରଣରୁ ବାଦ ପଡ଼ିଛନ୍ତି। ଫଳରେ କୋକସରା ବ୍ଳକ…

ଉତ୍କଳ ପ୍ରଦେଶ ଗଠନରେ ବଡ଼ଖେମୁଣ୍ଡିର ଅବଦାନ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଉତ୍କଳ ସମ୍ମିଳନୀ ଗଞ୍ଜାମ ଜିଲା ଶାଖା ଆନୁକୂଲ୍ୟରେ ପବିତ୍ର ଉତ୍କଳ ଦିବସ ଅବ୍ୟବହିତ…

ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri