ଚାଷ ଜମିକୁ ଯିବା ହେଲା କାଳ, ବୁଡିଗଲେ ୨ ଶିଶୁ

ବାଲିଗୁଡା,୨୨।୮:(ଡି.ଏନ.ଏ.): କନ୍ଧମାଳ ଜିଲା ବାଲିଗୁଡା ଥାନା ଅନ୍ତର୍ଗତ ସୁଡ୍ରା ପଞ୍ଚାୟତର ଜାର୍ଗୀ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି । ଚାଷ ଜମିରେ ବୁଡି ୨ ଶିଶୁଙ୍କ ମୃତ୍ୟୁ ହୋଇଛି । ସୂଚନାଯୋଗ୍ୟ, ଗ୍ରାମର ଦୁଇ ପରିବାରର ଲୋକେ ସା ସମୟରେ ବିଲ ଦେଖିବାକୁ ଯାଇଥିବା ବେଳେ ତାଙ୍କ ସହ ଦୁଇ ଶିଶୁ ମଧ୍ୟ ବିଲକୁ ଯାଇଥିଲେ । ହେଲେ ବିଲରେ ବର୍ଷା ପାଣି ଭର୍ତ୍ତି ହୋଇଥିବାରୁ ଜାଣି ନପାରି ବିଲକୁ ପଶି ଯାଇଥିଲେ। ଫଳରେ ଉଭୟଙ୍କ ମୃତ୍ୟୁ ଘଟିଥିଲା । ମୃତ ଶିଶୁ ପୁତ୍ରର ବୟସ ୭ ବର୍ଷ ହୋଇଥିବା ବେଳେ ଶିଶୁ କନ୍ୟାର ବୟସ ୫ ବର୍ଷ । ମୃତ୍ୟୁ ଖବର ପାଇବା ପରେ ଗାଁରେ ଶୋକର ଛାୟା ଖେଳିଯାଇଛି। ବାଲିଗୁଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ବ୍ୟବଚ୍ଛେଦ ପାଇଁ ବାଲିଗୁଡା ଉପଖଣ୍ଡ ଡାକ୍ତରଖାନାକୁ ପଠାଇଛନ୍ତି । ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି ।