ଆସିଲା କି ତୃତୀୟ ଲହର! ଭୀମସାର ୨ ଶିଶୁ କରୋନା ପଜିଟିଭ୍‌ ଚିହ୍ନଟ

ସମ୍ବଲପୁର ଅଫିସ,୧୪ା୮: ବୁର୍ଲା ବଡ଼ ଡାକ୍ତରଖାନାରେ ଦୁଇ ଶିଶୁ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ୮ ମାସର ଶିଶୁ ଥିବାବେଳେ ଆଉ ଜଣେ ୫ ବର୍ଷର। ଏନେଇ ଭୀମସାର ଅଧୀକ୍ଷକ ଡା. ଲାଲମୋହନ ନାୟକ ସୂଚନା ଦେଇଛନ୍ତି। ଉଭୟ ଶିଶୁ ଅସୁସ୍ଥତା ଯୋଗୁ ଭୀମସାରରେ ଭର୍ତ୍ତି ହୋଇଥିଲେ। ତେବେ ଆଣ୍ଟିଜେନ୍‌ ଟେଷ୍ଟରେ ଉଭୟଙ୍କ ରିପୋର୍ଟ ପଜିଟିଭ୍‌ ଆସିଥିଲା। ଏହି ଶିଶୁ ଦୁଇଜଣଙ୍କର ଚିକିତ୍ସା ଚାଲିଛି।

ରାଜ୍ୟରେ ଦ୍ୱିତୀୟ ଲହର ଟିକେ ତଳମୁହାଁ ହୋଇଥିବା ବେଳେ ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ଆକଳନ କରିଥିବା ତୃତୀୟ ଲହର ଏବେ ଆସିଗଲା କି ବୋଲି ଆଲୋଚନା ହେଉଛି। ଅନ୍ୟପକ୍ଷରେ ରାଜ୍ୟ ସରକାର ସମ୍ଭାବ୍ୟ ତୃତୀୟ ଲହରକୁ ନେଇ ପ୍ରସ୍ତୁତ ରହିଛନ୍ତି। ଚିକିତ୍ସା ନିମନ୍ତେ ଡାକ୍ତର, ନର୍ସ ଏବଂ ଅନ୍ୟ ମେଡିକାଲ ଷ୍ଟାଫ୍‌ମାନଙ୍କୁ ତାଲିମ ବି ଦିଆଯାଉଛି। ଯୁଦ୍ଧକାଳୀନ ଭିତ୍ତିରେ ଆୟୁସିୟୁ ବେଡ୍‌ ସଂରକ୍ଷିତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛ।


Enter your email to get our daily news in your inbox.

All Right Reserved By Dharitri.Com

ଓଏଏସ୍‌ ଅଫିସର ସ୍ତରରେ ଅଦଳ ବଦଳ: ବଦଳିଲେ ୨୧ ବିଡିଓ, ଉପଜିଲାପାଳ

ଭୁବନେଶ୍ୱର, ୨୬।୧ (ବ୍ୟୁରୋ): ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ଅଦଳ ବଦଳ କରିଛନ୍ତି। ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ପକ୍ଷରୁ ଏ ନେଇ ଶନିବାର...

ପଞ୍ଜାବରେ ଲକ୍‌ଡାଉନ ପ୍ରଭାବ : ୫୦% କମିଛି ଚାଷୀ ଆତ୍ମହତ୍ୟା

ଜଳନ୍ଧର,୧୨।୫: ଦେଶବ୍ୟାପୀ ଲକ୍‌ଡାଉନ ଯୋଗୁ ସମସ୍ତ କ୍ଷେତ୍ର ପ୍ରଭାବିତ ହୋଇଛି। ପ୍ରାକୃତିକ ଦୁର୍ବିପାକର ଚିର ସହଚର ପାଲଟିଥିବା କୃଷି କ୍ଷେତ୍ର ମଧ୍ୟ ଏଥିରୁ ବାଦ୍‌ ପଡ଼ି...

ସଙ୍ଗରୋଧ କେନ୍ଦ୍ରରୁ ଫେରାର ପ୍ରବାସୀଙ୍କୁ ଉଦ୍ଧାର କଲେ ଗ୍ରାମବାସୀ

ବେତନଟୀ,୩ା୬(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଯୁଗଳ ପଞ୍ଚାୟତ ସଙ୍ଗରୋଧ କେନ୍ଦ୍ରରୁ ଜଣେ ପ୍ରବାସୀ ମଙ୍ଗଳବାର ଅପରାହ୍ନ ୨ଟା ବେଳେ ଫେରାର ହୋଇଯାଇଥିଲେ। ସଙ୍ଗରୋଧ...

ମନ୍ତ୍ରୀ ସୁଶାନ୍ତ ସିଂଙ୍କୁ କରୋନା

ଭୁବନେଶ୍ୱର,୧୭ା୮(ବ୍ୟୁରୋ) : ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ ସୋମବାର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ସେ ନିଜେ ଟୁଇଟ୍‌ କରି ଜନସାଧାରଣଙ୍କୁ ସୂଚନା ଦେଇଛନ୍ତି।...

ଶାରଳା ମନ୍ଦିର ଖୋଲିବାକୁ ଜିଲାପାଳଙ୍କ ସବୁଜ ସଙ୍କେତ

ଜଗତ୍‌ସିଂହପୁର ଅଫିସ୍‌,୧୮ା୧୨: ଜଗତ୍‌ସିଂହପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ହେଉଛନ୍ତି ମା’ ଶାରଳା। କୋଭିଡ୍‌-୧୯ ପୂର୍ବରୁ ମା’ଙ୍କ ଦର୍ଶନ ପାଇଁ ରାଜ୍ୟ ତଥା ଦେଶର ବିଭିନ୍ନ ପ୍ରାନ୍ତରୁ...

କୋଭିଡ୍‌ ଟିକା ପରେ ମୃତ୍ୟୁ

ତରବୋଡ଼/ନୂଆପଡ଼ା ଅଫିସ, ୨୭।୧: କୋଭିଡ୍‌ ଟିକା କୋଭାକ୍ସିନ ନେବାର ୨ ଦିନ ପରେ ଜଣେ ହସ୍ପିଟାଲ ସୁରକ୍ଷା କର୍ମଚାରୀଙ୍କ ମଙ୍ଗଳବାର ମୃତ୍ୟୁ ଘଟିଛି। ଏଭଳି ଘଟଣା...

କରୋନାରେ ଆଖି ବୁଜିଲେ ଦିଗପହଣ୍ଡି ବିଜୁ ଯୁବ ବାହିନୀ ସଦସ୍ୟ

ଦିଗପହଣ୍ଡି,୧୧।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ସାନଦାଣ୍ଡ ସାହି ନିବାସୀ ତଥା ବିଜୁ ଯୁବ ବାହିନୀ ସଦସ୍ୟ ଏମ. ଶିବରାମଙ୍କର ଶନିବାର କରୋନାରେ ମୃତ୍ୟୁ ଘଟିଛି। ଗତ...

କର୍ମଚାରୀଙ୍କୁ ଛଟେଇ କଲା ମିଶ୍ରିଲାଲ କମ୍ପାନୀ

କାଳିଆପାଣି,୧୧।୪(ଡିଏନଏ): ଲକ୍‌ଡାଉନ ସମୟରେ କୌଣସି କର୍ମଚାରୀଙ୍କୁ କମ୍ପାନିପକ୍ଷରୁ ଛଟେଇ କରାଯାଇ ପାରିବ ନାହିଁ କିମ୍ବା ଦରମା କାଟିପାରିବେ ନାହିଁ ବୋଲି ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ରହିଛି।...

Advertisement


Archives

Model This Week