Posted inଜାତୀୟ

୬ ମାସ ମଧ୍ୟରେ ସୁପ୍ରିମ୍‌କୋର୍ଟରେ ନିଯୁକ୍ତି ହେବେ ୨ ସିଜେଆଇ…

ନୂଆଦିଲ୍ଲୀ, ୨୭।୬ : ଆଗାମୀ ୬ ମାସ ମଧ୍ୟରେ ସୁପ୍ରିମ୍‌କୋର୍ଟରେ ୨ ପ୍ରଧାନବିଚାରପତି(ସିଜେଆଇ) ନିଯୁକ୍ତ ହେବେ। ପ୍ରଧାନ ବିଚାରପତି ଏନଭି ରମନାଙ୍କ ସମେତ ୫ ଜଣ ବିଚାରପତି ଅବସର ନେବେ। ଅବସର ଗ୍ରହଣ କରୁଥିବା ବିଚାରପତିମାନଙ୍କ ମଧ୍ୟରେ ୨ ଜଣ ସିଜେଆଇ ରହିଛନ୍ତି।

ପ୍ରଧାନ ବିଚାରପତି ଏନଭି ରମନାଙ୍କ ଅବସର ପରେ ବରିଷ୍ଠତା ଅନୁଯାୟୀ ଜଷ୍ଟିସ ଏସ.ୟୁ. ଲଲିତ ଭାରତର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ। କିନ୍ତୁ ପ୍ରଧାନ ବିଚାରପତି ଭାବେ ଲଲିତ କାର୍ଯ୍ୟକାଳ ଦୁଇ ମାସ କିଛି ଦିନର ହେବ।

ଏହାପରେ ଜଷ୍ଟିସ ଡି ଓ୍ବାଇ ଚନ୍ଦ୍ରଚୂଡ଼ ବରିଷ୍ଠତାକୁ ଦୃଷ୍ଟିରେ ରଖି ଭାରତର ପ୍ରଧାନ ବିଚାରପତି ହେବେ। ସେ ୨ ବର୍ଷ ଧରି ଭାରତର ପ୍ରଧାନ ବିଚାରପତି ଭାବେ କାର୍ଯ୍ୟ କରିବେ। ଚନ୍ଦ୍ରଚୂଡ଼ଙ୍କ ପିତା ମଧ୍ୟ ପ୍ରଧାନ ବିଚାରପତି ଭାବେ କାର୍ଯ୍ୟ କରିଛନ୍ତି। ଜଷ୍ଟିସ ଖାନଓ୍ବିଲକର ଜୁଲାଇ ୯ରେ ଅବସର ଗ୍ରହଣ କରିବେ।

ପରେ ୨୬ ଅଗଷ୍ଟରେ ପ୍ରଧାନ ବିଚାରପତି ଏନ.ଭି ରମନା ଅବସର ନେବେ। ଏହାପରେ ଅଗଷ୍ଟ ୨୭ରେ ଜଷ୍ଟିସ ଲଲିତ ପ୍ରଧାନବିଚାରପତି ଭାବେ କାର୍ଯ୍ୟ କରିବେ। ସେ ନଭେମ୍ବର ୮ରେ ଅବସର ନେବେ। ତାଙ୍କ ପରେ ଜଷ୍ଟିସ ଚନ୍ଦ୍ରଚୂଡ଼ ୯ ନଭେମ୍ବରରେ ଭାରତର ପ୍ରଧାନ ବିଚାରପତି ହେବେ।

ଜଷ୍ଟିସ ଚନ୍ଦ୍ରଚୂଡ଼ଙ୍କ ପିତା ଓ୍ବାଇଭି ଚନ୍ଦ୍ରଚୂଡ ୨୨ ଫେବୃଆରୀ ୧୯୭୮ ରୁ ୧୧ ଜୁଲାଇ ୧୯୮୫ ପର୍ଯ୍ୟନ୍ତ ଭାରତର ପ୍ରଧାନ ବିଚାରପତି ଥିଲେ। ତାଙ୍କ କାର୍ଯ୍ୟକାଳ ବର୍ତ୍ତମାନ ପର୍ଯ୍ୟନ୍ତଥିବା ସମସ୍ତ ପ୍ରଧାନ ବିଚାରପତିଙ୍କ ମଧ୍ୟରେ ସର୍ବାଧିକ ରହିଛି। ସେ ସାତ ବର୍ଷ ପାଇଁ ପ୍ରଧାନବିଚାରପତି ଭାବେ କାର୍ଯ୍ୟ କରିଥିଲେ। ତାଙ୍କ ପୁଅ ଡିଓ୍ବାଇ ଚନ୍ଦ୍ରଚୂଡ଼ ମଧ୍ୟ ଦୁଇ ବର୍ଷ ପାଇଁ ପ୍ରଧାନ ବିଚାରପତି ଭାବେ କାର୍ଯ୍ୟ କରିବେ।

ସେ ୧୦ ନଭେମ୍ବର ୨୦୨୪ ରେ ଅବସର ନେବେ। ଭାରତର ଆଗାମୀ ପ୍ରଧାନ ବିଚାରପତି ଜଷ୍ଟିସ ୟୁୟୁ ଲଲିତଙ୍କ କାର୍ଯ୍ୟକାଳ ମଧ୍ୟରେ ସୁପ୍ରିମକୋର୍ଟର ଦୁଇଜଣ ଜଷ୍ଟିସ ଅବସର ଗ୍ରହଣ କରିବେ। ସେମାନଙ୍କ ମଧ୍ୟରେ ଜଷ୍ଟିସ ଇନ୍ଦିରା ବାନାର୍ଜୀ ୨୩ ସେପ୍ଟେମ୍ବରରେ ଅବସର ନେବେ ଏବଂ ଜଷ୍ଟିସ ହେମନ୍ତ ଗୁପ୍ତା ୧୧ ଅକ୍ଟୋବର ୨୦୨୨ ରେ ଅବସର ନେବେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri