ଗୋଟିଏ କୋଠରିରେ ୨ ଶ୍ରେଣୀ

ବଇଣ୍ଡା,୨୮।୫(ଡି.ଏନ.ଏ.) ଶିକ୍ଷାନୁଷ୍ଠାନରେ ଶିକ୍ଷାଦାନ ପାଇଁ ଉପଯୁକ୍ତ ଭିତ୍ତିଭୂମି ନାହିଁ। ଏହି କାରଣରୁ ଗୋଟିଏ କୋଠରିରେ ୨ଟି ଶ୍ରେଣୀର ପିଲାଙ୍କୁ ବସିବାକୁ ପଡ଼ୁଛି। ଏଥିସହ ଶିକ୍ଷକ ଅଭାବ ସମସ୍ୟା ମଧ୍ୟ ରହିଛି। ଏ ନେଇ ଦୀର୍ଘ ୪ ବର୍ଷ ହେଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରାଯାଉଛି। କିନ୍ତୁ ସମାଧାନ ଦିଗରେ ଏଯାଏ କୌଣସି ପଦକ୍ଷେପ ନିଆଯାଇ ନାହିଁ। ଦୀର୍ଘ ୬୪ ବର୍ଷ ପୁରୁଣା ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇସିଣା ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଏପରି ଅବହେଳା ଅଭିଭାବଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି କରିଛି। ବିଦ୍ୟାଳୟ ପରିଚାଳନା କମିଟି ପକ୍ଷରୁ ଗୁରୁବାର ଏ ନେଇ ଅନୁଗୋଳ ଜିଲାପାଳଙ୍କୁ ଏକ ଅଭିଯୋଗପତ୍ର ପ୍ରଦାନ କରାଯାଇଛି।
ପରିଚାଳନା କମିଟି ପକ୍ଷରୁ କୁହାଯାଇଛି, ୧୯୫୮ ମସିହାରେ ବଇସିଣା ଗ୍ରାମରେ ଏହି ବିଦ୍ୟାଳୟ ସ୍ଥାପନ ହୋଇଥିଲା। ବଇସିଣା, ପ୍ରତାପପୁର, ଚୂଳିଆପୁର, ନୂଆଁ ବାଲିଖମଣ, ଖୋଲାରେଗେଡା, ନୂଆଁ ଖୋଲାରେଗେଡ଼ା ଆଦି ଗ୍ରାମର ପିଲାମାନେ ଏଠାରେ ପଢୁଛନ୍ତି। ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ଥିବା ଏହି ଶିକ୍ଷାନୁଷ୍ଠାନରେ ୧୩୭ ଜଣ ଛାତ୍ରୀଛାତ୍ର ରହିଛନ୍ତି। ହେଲେ ବିଦ୍ୟାଳୟରେ ଆବଶ୍ୟକ ଶ୍ରେଣୀ ଗୃହ ନ ଥିବା ଯୋଗୁ ପାଠପଢିବାରେ ଅସୁବିଧା ସୃଷ୍ଟି ହେଉଛି। ୮ଟି ଶ୍ରେଣୀ ପାଇଁ ମାତ୍ର ୪ଟି କୋଠରି ରହିଛି। ଫଳରେ ପ୍ରତ୍ୟେକ ଶ୍ରେଣୀ ଗୃହରେ ୨ଟି ଲେଖାଏ କ୍ଲାସ ହେଉଥିବାରୁ ଠିକ୍‌ ଭାବେ ପଢାଯାଇପାରୁ ନାହିଁ। ବହୁ ପୁରାତନ ବିଦ୍ୟାଳୟ ହୋଇଥିଲେ ମଧ୍ୟ ସମସ୍ୟା ସମାଧାନ କରାଯାଉ ନ ଥିବା ଯୋଗୁ ଛାତ୍ରୀଛାତ୍ରମାନେ ହଇରାଣ ହେଉଛନ୍ତି। ୫ ଜଣ ଶିକ୍ଷକ ଥିବାବେଳେ ଅଷ୍ଟମ ଶ୍ରେଣୀର ପିଲାଙ୍କ ପାଇଁ ଅଧିକ ଶିକ୍ଷକ ଆବଶ୍ୟକ ରହିଛି। କିନ୍ତୁ ଏଯାଏ କାହାରିକୁ ନିଯୁକ୍ତି ଦିଆଯାଇ ନାହିଁ। ସେହିପରି ବିଦ୍ୟାଳୟରେ ପାଚେରିି ନାହିଁ। ରାଜପଥ ସମ୍ପ୍ରସାରଣ ପାଇଁ ଭଙ୍ଗାଯାଇଥିବା ରୋଷେଇ ଘର ପୁନଃ ନିର୍ମାଣ କରାଯାଇ ନାହିଁ। ଛାତ୍ରୀଛାତ୍ରଙ୍କ ଶାରୀରିକ ବିକାଶ ପାଇଁ କ୍ରୀଡ଼ାର ଆବଶ୍ୟକତା ଥିବାବେଳେ ଏହି ସ୍କୁଲରେ ଖେଳ ପଡିଆଟିଏ ନାହିଁ। ଏଥିଯୋଗୁ ଛାତ୍ରୀଛାତ୍ରମାନେ କୌଣସି ପ୍ରକାର ଖେଳ ଖେଳିପାରୁ ନାହାନ୍ତି। ସମସ୍ୟା ସମାଧାନ ପାଇଁ ଶିକ୍ଷା କମିଟି ଓ ଗ୍ରାମବାସୀ ୧୨ ଜାନୁୟାରୀ ୨୦୧୮ ଓ ୫ ଅଗଷ୍ଟ ୨୦୨୧ରେ ବ୍ଲକ ଶିକ୍ଷା ଅଧିକାରୀଙ୍କ ଠାରୁ ଆରମ୍ଭ କରି ଜିଲା ପ୍ରଶାସନ, ଆଠମଲ୍ଲିକ ବିଧାୟକଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ। ତୁରନ୍ତ ନୂତନ ଶ୍ରେଣୀଗୃହ ନିର୍ମାଣ ପାଇଁ ଗ୍ରାମବାସୀ ଦାବି କରିଛନ୍ତି। ଏ ନେଇ ଆଠମଲ୍ଲିକ ବ୍ଲକ ଶିକ୍ଷା ଅଧିକାରୀ ଦାଶରଥି ଶୁଣ୍ଢୀ କହିଛନ୍ତି, ବିଦ୍ୟାଳୟର ସମସ୍ୟାର ସମାଧାନ ଦିଗରେ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

ସ୍କୁଲ ଆସୁ ନ ଥିଲେ ପିଲା: ଘରକୁ ଘର ବୁଲି ଛାତ୍ରୀଛାତ୍ରଙ୍କୁ ଡାକିଲେ ବିଇଓ, ୩ ମାସ ମଧ୍ୟରେ…

କୋକସରା, ୨୬।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶ୍ରେଣୀଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏଣୁ ଛାତ୍ରୀଛାତ୍ରଙ୍କ…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri