୨ ଗୃହରକ୍ଷୀଙ୍କ ନାଁରେ ଏସ୍‌ପିଙ୍କୁ ଅଭିଯୋଗ

ବ୍ରହ୍ମପୁର ଅଫିସ,୨୬।୬: ବ୍ରହ୍ମପୁର ବୈଦ୍ୟନାଥପୁର ଥାନାରେ କାର୍ଯ୍ୟରତ ୨ ଗୃହରକ୍ଷୀଙ୍କ ଦାଦାଗିରି ନେଇ ଅଭିଯୋଗ ହୋଇଛି। ଉକ୍ତ ଗୃହରକ୍ଷୀ ଦ୍ୱୟ ଗତ ୧୬ ତାରିଖ ବିଳମ୍ବିତ ରାତିରେ ଜୟଦୁର୍ଗାନଗରରେ ରହୁଥିବା ଜନୈକା ବିଧବା ମହିଳା ରଜନୀ ନାୟକଙ୍କ କବାଟ ଭାଙ୍ଗି ପଶି ତମ ପୁଅ କାହିଁ ବୋଲି ପଚାରିଥିଲେ। ଘଟଣା ସମ୍ପର୍କରେ ରଜନୀ ପଚାରିବାରୁ ଗୃହରକ୍ଷୀମାନେ ମହିଳାଙ୍କୁ ଜାତିଆଣ ମନ୍ତବ୍ୟ ଦେବା ସହ ତାଙ୍କୁ ଆକ୍ରମଣ ମଧ୍ୟ କରିଥିଲେ। ଘର ଆଲମିରାରେ ଥିବା ୨୫ ହଜାର ଟଙ୍କା ସେମାନେ ଲୁଟି ନେଇଥିଲେ। ମିଥ୍ୟା ମାମଲାରେ ତୁମକୁ ଗିରଫ କରି କୋର୍ଟ ଚାଲାଣ କରାଯିବ ବୋଲି ଗୃହରକ୍ଷୀ ଦ୍ୱୟ ରଜନୀଙ୍କୁ ଧମକ ଦେଇଥିଲେ। ଏ ନେଇ ମହିଳା ଜଣଙ୍କ ବୈଦ୍ୟନାଥପୁର ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ପରେ ମଧ୍ୟ ରଜନୀଙ୍କୁ ନ୍ୟାୟ ମିଳିନଥିଲା। ଏଣୁ ଶନିବାର ସେ ବ୍ରହ୍ମପୁର ଏସ୍‌ପିଙ୍କ ନିକଟରେ ଫେରାଦ ହୋଇ ଗୃହରକ୍ଷୀ ଦୀପକ ପାତ୍ର ଓ ଆଶିଷ ପାଣିଗ୍ରାହୀଙ୍କ ନାମରେ ଅଭିଯୋଗ କରିଛନ୍ତି। ମୁଁ ଜଣେ ବିଧବା, ମୋତେ ସୁରକ୍ଷା ଦିଆଯାଉ। ଉପରୋକ୍ତ ଘଟଣାର ଠିକ୍‌ ତଦନ୍ତ କରାଯାଉ ବୋଲି ସେ ଏସ୍‌ପିଙ୍କୁ ଜଣାଇଛନ୍ତି। ବ୍ରହ୍ମପୁର ଏସ୍‌ପି ଶ୍ରବଣା ବିବେକ ଏମ.କହିଛନ୍ତି, ଏନେଇ ଅଭିଯୋଗ ହୋଇଛି। ଏହାର ତଦନ୍ତ କରାଯାଉଛି, ପ୍ରମାଣ ମିଳିଲେ ଦୋଷୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

‘ଲୋକେ ସଚେତନ ହେଲେ ଲୋପ ପାଇବ କୁସଂସ୍କାର’; ୩୬ତମ ବାର୍ଷିକ ଉତ୍ସବରେ…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସରସତୀ ଶିଶୁ ବିଦ୍ୟା ମନ୍ଦିର (ଡିହପଢାଳ) ର ୩୬ ତମ ବାର୍ଷିକ ଉତ୍ସବ ମଙ୍ଗଳବାର ସାଂରେ ପାଳିତ ହୋଇଯାଇଛି।...

ବଢୁଛି କୃଷି ଉତ୍ପାଦନ: କୃଷକ ଉତ୍ପାଦକ ସଂଘ କ୍ଷେତ୍ର ପରିଦର୍ଶନ କରି…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- କୃଷି ଓ କୃଷକଙ୍କ ଉନ୍ନତି ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ନୂଆ ନୂଆ ପଦକ୍ଷେପ ନେଉଛନ୍ତି। ଯୁବଚାଷୀଙ୍କୁ କୃଷି କ୍ଷେତ୍ର...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri