୨ ଗୃହରକ୍ଷୀଙ୍କ ନାଁରେ ଏସ୍‌ପିଙ୍କୁ ଅଭିଯୋଗ

ବ୍ରହ୍ମପୁର ଅଫିସ,୨୬।୬: ବ୍ରହ୍ମପୁର ବୈଦ୍ୟନାଥପୁର ଥାନାରେ କାର୍ଯ୍ୟରତ ୨ ଗୃହରକ୍ଷୀଙ୍କ ଦାଦାଗିରି ନେଇ ଅଭିଯୋଗ ହୋଇଛି। ଉକ୍ତ ଗୃହରକ୍ଷୀ ଦ୍ୱୟ ଗତ ୧୬ ତାରିଖ ବିଳମ୍ବିତ ରାତିରେ ଜୟଦୁର୍ଗାନଗରରେ ରହୁଥିବା ଜନୈକା ବିଧବା ମହିଳା ରଜନୀ ନାୟକଙ୍କ କବାଟ ଭାଙ୍ଗି ପଶି ତମ ପୁଅ କାହିଁ ବୋଲି ପଚାରିଥିଲେ। ଘଟଣା ସମ୍ପର୍କରେ ରଜନୀ ପଚାରିବାରୁ ଗୃହରକ୍ଷୀମାନେ ମହିଳାଙ୍କୁ ଜାତିଆଣ ମନ୍ତବ୍ୟ ଦେବା ସହ ତାଙ୍କୁ ଆକ୍ରମଣ ମଧ୍ୟ କରିଥିଲେ। ଘର ଆଲମିରାରେ ଥିବା ୨୫ ହଜାର ଟଙ୍କା ସେମାନେ ଲୁଟି ନେଇଥିଲେ। ମିଥ୍ୟା ମାମଲାରେ ତୁମକୁ ଗିରଫ କରି କୋର୍ଟ ଚାଲାଣ କରାଯିବ ବୋଲି ଗୃହରକ୍ଷୀ ଦ୍ୱୟ ରଜନୀଙ୍କୁ ଧମକ ଦେଇଥିଲେ। ଏ ନେଇ ମହିଳା ଜଣଙ୍କ ବୈଦ୍ୟନାଥପୁର ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ପରେ ମଧ୍ୟ ରଜନୀଙ୍କୁ ନ୍ୟାୟ ମିଳିନଥିଲା। ଏଣୁ ଶନିବାର ସେ ବ୍ରହ୍ମପୁର ଏସ୍‌ପିଙ୍କ ନିକଟରେ ଫେରାଦ ହୋଇ ଗୃହରକ୍ଷୀ ଦୀପକ ପାତ୍ର ଓ ଆଶିଷ ପାଣିଗ୍ରାହୀଙ୍କ ନାମରେ ଅଭିଯୋଗ କରିଛନ୍ତି। ମୁଁ ଜଣେ ବିଧବା, ମୋତେ ସୁରକ୍ଷା ଦିଆଯାଉ। ଉପରୋକ୍ତ ଘଟଣାର ଠିକ୍‌ ତଦନ୍ତ କରାଯାଉ ବୋଲି ସେ ଏସ୍‌ପିଙ୍କୁ ଜଣାଇଛନ୍ତି। ବ୍ରହ୍ମପୁର ଏସ୍‌ପି ଶ୍ରବଣା ବିବେକ ଏମ.କହିଛନ୍ତି, ଏନେଇ ଅଭିଯୋଗ ହୋଇଛି। ଏହାର ତଦନ୍ତ କରାଯାଉଛି, ପ୍ରମାଣ ମିଳିଲେ ଦୋଷୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ଅନଗ୍ରସରଙ୍କ ଅଧିକାର: ସେମାନଙ୍କ ପାଇଁ ମୁକ୍ତ ଆଇନ ସହାୟତା

ଦିଗପହଣ୍ଡି, ୧୦|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଶନିବାର ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଦିଗପହଣ୍ଡି…

କେଏସୟୁବି କଲେଜ୍ ରେ ୩୫ ପ୍ରାର୍ଥୀ ସାବିତ୍ରୀ ମହିଳା ମହାବିଦ୍ୟାଳୟର ସମସ୍ତ ପ୍ରାର୍ଥୀନୀ ନିର୍ଦ୍ୱନ୍ଦରେ ନିର୍ବାଚିତ

ଭଞ୍ଜନଗର, ୧୦।୧୦ (ବାବୁଲା ପ୍ରଧାନ): ଛାତ୍ର ସଂସଦ ନିର୍ବାଚନରେ ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ଅପରାହ୍ଣ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଗଞ୍ଜାମ ଜିଲା…

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

ଖେମୁଣ୍ଡି କଲେଜ ଛାତ୍ର ସଂସଦ ନିର୍ବାଚନ: ବିଭିନ୍ନ ପଦବୀ ପାଇଁ ମଇଦାନ ରେ ୧୪ ପ୍ରାର୍ଥୀ , ଦ୍ବିି – ମୁଖି ପ୍ରତିଦ୍ବନ୍ଦିତା

ଦିଗପହଣ୍ଡି,୧୦|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଥିବାରୁ ଛାତ୍ରୀ ଛାତ୍ର ଙ୍କ…

ନ୍ୟାଶନାଲ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇଲେ ଛତ୍ରପୁର ଝିଅ ଶୁଭସ୍ମିତା

ଛତ୍ରପୁର,୧୦ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଦେବୀନଗର ସାହିର ଯୁବ ଚିତ୍ରଶିଳ୍ପୀ ତଥା ଲେଖିକା ଶୁଭସ୍ମିତା ପଣ୍ଡା ନିଜର ଅନନ୍ୟ କଳାପ୍ରତିଭା ପାଇଁ ନ୍ୟାଶନାଲ ବୁକ୍‌…

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…

ବାଇକ୍ ଧକ୍କାରେ ବୃଦ୍ଧ ଗୁରୁତରଚିକିତ୍ସା ଦାବିରେ ରାସ୍ତାରୋକ

ଚିକିଟି, ୧୦/୦୯/୨୦୨୬ (ପ୍ରକାଶ ଚନ୍ଦ୍ର ସାହୁ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ କେ. ନୂଆଗାଁ ଥାନା ଅଧୀନ ଚିକିଟି ଫାଣ୍ଡି ଅଞ୍ଚଳର ଓଳପୁର ଛକ ନିକଟରେ ଶନିବାର…

କଳିଙ୍ଗା ଘାଟି ବନ୍ଦ: ବିକଳ୍ପ ରାସ୍ତାରେ ଟ୍ରାଫିକ୍ ଜାମ୍, ଜବରଦଖଲ ହଟାଇବାକୁ ତହସିଲଦାରଙ୍କ କଡ଼ା ପଦକ୍ଷେପ

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଓ କନ୍ଧମାଳ ଜିଲାକୁ ସଂଯୋଗ କରୁଥିବା କଳିଙ୍ଗା ଘାଟିରେ ଭୂସ୍ଖଳନ ଯୋଗୁ ଯାତାୟାତ ବନ୍ଦ ରହିଛି। ଫଳରେ ଗଞ୍ଜାମରୁ କନ୍ଧମାଳ ଏବଂ କନ୍ଧମାଳରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?