୨ ଜଙ୍ଗଲ ବିଭାଗର ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର,୨୧ା୧(ବ୍ୟୁରୋ):ଦୁର୍ନୀତି, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ, କର୍ତ୍ତବ୍ୟରେ ଅବହେଳା ଆଦି କାରଣରୁ ବାଲେଶ୍ୱର ବନ୍ୟପ୍ରାଣୀ ଡିଭିଜନ ଅନ୍ତର୍ଗତ କୁଲଡ଼ିହା ବନ୍ୟପ୍ରାଣୀ ରେଞ୍ଜ୍‌ର ସହକାରୀ ବନ ସଂରକ୍ଷକ (ଏସିଏଫ୍‌) ଲକ୍ଷ୍ମଣ ପ୍ରଧାନ ଓ ସୁନ୍ଦରଗଡ଼ ବିଶ୍ରା ରେଞ୍ଜ୍‌ର ଫରେଷ୍ଟର ଭରତ କୁମାର ଘଡ଼େଇଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ ଯେ ଏସିଏଫ୍‌ ଲକ୍ଷ୍ମଣ ପ୍ରଧାନଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗରେ ଲୋକପାଳଙ୍କ ନିକଟରେ ଏକ ମାମଲା ଦାଏର ହୋଇଥିଲା । ଏଥିଯୋଗୁ ତାଙ୍କୁ ଚାକିରିରୁ ନିଲମ୍ବନ କରାଯାଇଥିଲା । ସାଧାରଣ ପ୍ରଶାସନ (ଭିଜିଲାନ୍‌ସ) ବିଭାଗ ତାଙ୍କ ବିରୋଧରେ କର୍ତ୍ତବ୍ୟରେ ଅବହେଳା, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଯୋଗୁ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଥିଲା । ଏହାଛଡ଼ା କୁଲଡ଼ିହା ବନ୍ୟପ୍ରାଣୀ ରେଞ୍ଜ ଦାୟିତ୍ୱରେ ଥିବାବେଳେ ସ୍ଥାନୀୟ ଜଙ୍ଗଲରେ ଗୋଟିଏ ମୃତ ଓ ଗଳିତ ପୁରୁଷ ହସ୍ତୀ ମିଳିଥିଲା, ଯାହାର ଦୁଇଟି ଦାନ୍ତକୁ କାଟି ନିଆଯାଇଥିଲା । ସେହିପରି ସୁନ୍ଦରଗଡ଼ ବିଶ୍ରା ରେଞ୍ଜ୍‌ର ଫରେଷ୍ଟର ଭରତ କୁମାର ଘଡ଼େଇଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗରେ ଭିଜିଲାନ୍‌ସ ବାରମ୍ବାର ମାମଲା ଦାଏର କରିଥିଲା। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ, ଆପରାଧିକ କାର୍ଯ୍ୟକଳାପ ଆଦି କାରଣ ଯୋଗୁ ଏସବୁ ମାମଲା ଏବେ ମଧ୍ୟ ବିଚାରାଧୀନ ରହିଛି । ଏସିଏଫ୍‌ ଲକ୍ଷ୍ମଣ ପ୍ରଧାନ ଓ ଫରେଷ୍ଟର ଘଡ଼େଇ ଆଉ ଅଧିକ ଦିନ ଚାକିରିରେ ରହିବା ଜନସ୍ବାର୍ଥ ବିରୋଧୀ ବୋଲି ହୃଦୟଙ୍ଗମ କରି ମନ୍ତ୍ରୀ ଆରୁଖ ଉଭୟଙ୍କୁ ଚାକିରିରୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫-‘ଟି’ ଜରିଆରେ ଦୁର୍ନୀତିଗ୍ରସ୍ତ, ଅପାରଗ ଓ କର୍ତ୍ତବ୍ୟରେ ଘୋର ଅବହେଳା ପ୍ରଦର୍ଶନ କରି ଆସୁଥିବା ସରକାରୀ କର୍ମଚାରୀ ଓ ଅଧିକାରୀମାନଙ୍କୁ ଚାକିରିରୁ ବାଧ୍ୟତାମୂଳକ ଅବସର ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଏହିଭଳି କର୍ମଚାରୀ ଓ ଅଧିକାରୀମାନଙ୍କୁ ଚାକିରିରୁ ବାଧ୍ୟତାମୂଳକ ଅବସର ଦିଆଯାଇ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri