ଭୁବନେଶ୍ୱର,୨୧ା୧(ବ୍ୟୁରୋ):ଦୁର୍ନୀତି, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ, କର୍ତ୍ତବ୍ୟରେ ଅବହେଳା ଆଦି କାରଣରୁ ବାଲେଶ୍ୱର ବନ୍ୟପ୍ରାଣୀ ଡିଭିଜନ ଅନ୍ତର୍ଗତ କୁଲଡ଼ିହା ବନ୍ୟପ୍ରାଣୀ ରେଞ୍ଜ୍ର ସହକାରୀ ବନ ସଂରକ୍ଷକ (ଏସିଏଫ୍) ଲକ୍ଷ୍ମଣ ପ୍ରଧାନ ଓ ସୁନ୍ଦରଗଡ଼ ବିଶ୍ରା ରେଞ୍ଜ୍ର ଫରେଷ୍ଟର ଭରତ କୁମାର ଘଡ଼େଇଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ ଯେ ଏସିଏଫ୍ ଲକ୍ଷ୍ମଣ ପ୍ରଧାନଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗରେ ଲୋକପାଳଙ୍କ ନିକଟରେ ଏକ ମାମଲା ଦାଏର ହୋଇଥିଲା । ଏଥିଯୋଗୁ ତାଙ୍କୁ ଚାକିରିରୁ ନିଲମ୍ବନ କରାଯାଇଥିଲା । ସାଧାରଣ ପ୍ରଶାସନ (ଭିଜିଲାନ୍ସ) ବିଭାଗ ତାଙ୍କ ବିରୋଧରେ କର୍ତ୍ତବ୍ୟରେ ଅବହେଳା, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଯୋଗୁ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଥିଲା । ଏହାଛଡ଼ା କୁଲଡ଼ିହା ବନ୍ୟପ୍ରାଣୀ ରେଞ୍ଜ ଦାୟିତ୍ୱରେ ଥିବାବେଳେ ସ୍ଥାନୀୟ ଜଙ୍ଗଲରେ ଗୋଟିଏ ମୃତ ଓ ଗଳିତ ପୁରୁଷ ହସ୍ତୀ ମିଳିଥିଲା, ଯାହାର ଦୁଇଟି ଦାନ୍ତକୁ କାଟି ନିଆଯାଇଥିଲା । ସେହିପରି ସୁନ୍ଦରଗଡ଼ ବିଶ୍ରା ରେଞ୍ଜ୍ର ଫରେଷ୍ଟର ଭରତ କୁମାର ଘଡ଼େଇଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗରେ ଭିଜିଲାନ୍ସ ବାରମ୍ବାର ମାମଲା ଦାଏର କରିଥିଲା। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ, ଆପରାଧିକ କାର୍ଯ୍ୟକଳାପ ଆଦି କାରଣ ଯୋଗୁ ଏସବୁ ମାମଲା ଏବେ ମଧ୍ୟ ବିଚାରାଧୀନ ରହିଛି । ଏସିଏଫ୍ ଲକ୍ଷ୍ମଣ ପ୍ରଧାନ ଓ ଫରେଷ୍ଟର ଘଡ଼େଇ ଆଉ ଅଧିକ ଦିନ ଚାକିରିରେ ରହିବା ଜନସ୍ବାର୍ଥ ବିରୋଧୀ ବୋଲି ହୃଦୟଙ୍ଗମ କରି ମନ୍ତ୍ରୀ ଆରୁଖ ଉଭୟଙ୍କୁ ଚାକିରିରୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫-‘ଟି’ ଜରିଆରେ ଦୁର୍ନୀତିଗ୍ରସ୍ତ, ଅପାରଗ ଓ କର୍ତ୍ତବ୍ୟରେ ଘୋର ଅବହେଳା ପ୍ରଦର୍ଶନ କରି ଆସୁଥିବା ସରକାରୀ କର୍ମଚାରୀ ଓ ଅଧିକାରୀମାନଙ୍କୁ ଚାକିରିରୁ ବାଧ୍ୟତାମୂଳକ ଅବସର ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଏହିଭଳି କର୍ମଚାରୀ ଓ ଅଧିକାରୀମାନଙ୍କୁ ଚାକିରିରୁ ବାଧ୍ୟତାମୂଳକ ଅବସର ଦିଆଯାଇ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରାଯାଉଛି ।
ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା ସଦର ମହକୁମାକୁ ନୂଆବର୍ଷର ଭେଟି
ଛତ୍ରପୁର,୨୮।୧୨: ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି ଗଞ୍ଜାମ...
ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …
ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...
ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍
ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍ଯାପିତ ହୋଇଯାଇଛି...
ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍ ଆସିଲା ଭାଲୁ : ପରେ…
ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...
ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା
କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...
ସଙ୍କଟରେ ପକ୍ଷୀକୁଳ
ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...
ଉଦ୍ଦେଶ୍ୟ ଓ ଉଦାସୀନତା
ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...
କାଠଗଡ଼ାକୁ ଯିବେ ରହମାନ୍ ଡକୈତ
ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...
Archives


