ଭୁବନେଶ୍ୱର,୨୧ା୧(ବ୍ୟୁରୋ):ଦୁର୍ନୀତି, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ, କର୍ତ୍ତବ୍ୟରେ ଅବହେଳା ଆଦି କାରଣରୁ ବାଲେଶ୍ୱର ବନ୍ୟପ୍ରାଣୀ ଡିଭିଜନ ଅନ୍ତର୍ଗତ କୁଲଡ଼ିହା ବନ୍ୟପ୍ରାଣୀ ରେଞ୍ଜ୍ର ସହକାରୀ ବନ ସଂରକ୍ଷକ (ଏସିଏଫ୍) ଲକ୍ଷ୍ମଣ ପ୍ରଧାନ ଓ ସୁନ୍ଦରଗଡ଼ ବିଶ୍ରା ରେଞ୍ଜ୍ର ଫରେଷ୍ଟର ଭରତ କୁମାର ଘଡ଼େଇଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ ଯେ ଏସିଏଫ୍ ଲକ୍ଷ୍ମଣ ପ୍ରଧାନଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗରେ ଲୋକପାଳଙ୍କ ନିକଟରେ ଏକ ମାମଲା ଦାଏର ହୋଇଥିଲା । ଏଥିଯୋଗୁ ତାଙ୍କୁ ଚାକିରିରୁ ନିଲମ୍ବନ କରାଯାଇଥିଲା । ସାଧାରଣ ପ୍ରଶାସନ (ଭିଜିଲାନ୍ସ) ବିଭାଗ ତାଙ୍କ ବିରୋଧରେ କର୍ତ୍ତବ୍ୟରେ ଅବହେଳା, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଯୋଗୁ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଥିଲା । ଏହାଛଡ଼ା କୁଲଡ଼ିହା ବନ୍ୟପ୍ରାଣୀ ରେଞ୍ଜ ଦାୟିତ୍ୱରେ ଥିବାବେଳେ ସ୍ଥାନୀୟ ଜଙ୍ଗଲରେ ଗୋଟିଏ ମୃତ ଓ ଗଳିତ ପୁରୁଷ ହସ୍ତୀ ମିଳିଥିଲା, ଯାହାର ଦୁଇଟି ଦାନ୍ତକୁ କାଟି ନିଆଯାଇଥିଲା । ସେହିପରି ସୁନ୍ଦରଗଡ଼ ବିଶ୍ରା ରେଞ୍ଜ୍ର ଫରେଷ୍ଟର ଭରତ କୁମାର ଘଡ଼େଇଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗରେ ଭିଜିଲାନ୍ସ ବାରମ୍ବାର ମାମଲା ଦାଏର କରିଥିଲା। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ, ଆପରାଧିକ କାର୍ଯ୍ୟକଳାପ ଆଦି କାରଣ ଯୋଗୁ ଏସବୁ ମାମଲା ଏବେ ମଧ୍ୟ ବିଚାରାଧୀନ ରହିଛି । ଏସିଏଫ୍ ଲକ୍ଷ୍ମଣ ପ୍ରଧାନ ଓ ଫରେଷ୍ଟର ଘଡ଼େଇ ଆଉ ଅଧିକ ଦିନ ଚାକିରିରେ ରହିବା ଜନସ୍ବାର୍ଥ ବିରୋଧୀ ବୋଲି ହୃଦୟଙ୍ଗମ କରି ମନ୍ତ୍ରୀ ଆରୁଖ ଉଭୟଙ୍କୁ ଚାକିରିରୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫-‘ଟି’ ଜରିଆରେ ଦୁର୍ନୀତିଗ୍ରସ୍ତ, ଅପାରଗ ଓ କର୍ତ୍ତବ୍ୟରେ ଘୋର ଅବହେଳା ପ୍ରଦର୍ଶନ କରି ଆସୁଥିବା ସରକାରୀ କର୍ମଚାରୀ ଓ ଅଧିକାରୀମାନଙ୍କୁ ଚାକିରିରୁ ବାଧ୍ୟତାମୂଳକ ଅବସର ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଏହିଭଳି କର୍ମଚାରୀ ଓ ଅଧିକାରୀମାନଙ୍କୁ ଚାକିରିରୁ ବାଧ୍ୟତାମୂଳକ ଅବସର ଦିଆଯାଇ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରାଯାଉଛି ।
କଫ୍ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ
ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…
୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…
ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…
ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ
ଦୁବାଇ,୫ା୯: ମହିଳା ଏସିଆ କପ୍ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…
ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ
କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…
ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…
ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…
‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’
ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…
ଠିକାଦାରଙ୍କ ବିଲ୍ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍ ଏଇ: ଅଫିସ୍ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ
କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍ ଡିଭିଜନ୍ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…
ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…
ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…
Archives

