ବିଧାନସଭା ଆଗରେ ଧାରଣାଦେଉଥିବାବେଳେ ଅସୁସ୍ଥ ହୋଇପଡିଲେ କଂଗ୍ରେସ ନେତା, ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର,୨୯।୩: କଂଗ୍ରେସ ବିଧାୟକ ଦଳର ନେତା ରାମଚନ୍ଦ୍ର କାଡାମ ଏବଂ ଦଳୀୟ ବିଧାୟକ ଅଶୋକ ଦାସ ଶନିବାର ଦିନ ଓଡ଼ିଶା ବିଧାନସଭା ଆଗରେ ଧାରଣା ଦେଉଥିବା ବେଳେ ଅସୁସ୍ଥ ହୋଇ ପଡ଼ିଛନ୍ତି। ଦୁହିଁଙ୍କୁ ଅସୁସ୍ଥତା ଅନୁଭବ ହେବା ପରେ ତୁରନ୍ତ କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି ବୋଲି ଜଣେ ଦଳୀୟ ନେତା ସୂଚନା ଦେଇଛନ୍ତି।

୨ କଂଗ୍ରେସ ନେତା ବିଧାନସଭା ଭବନର ଗେଟ ନମ୍ବର ୩ ଆଗରେ ଧାରଣାରେ ବସିଥିଲେ। କଂଗ୍ରେସ ନେତାଙ୍କୁ ନିଲମ୍ବନ ଓ ବିଧାନସଭା ପରିସର ଭିତରକୁ ପ୍ରବେଶ କରିବାକୁ ଅନୁମତି ଦିଆଯାଉ ନ ଥିବାରୁ ଏନେଇ ସେ ପ୍ରତିବାଦ କରୁଥିଲେ।
ଏନେଇ କାଡାମ କହିଛନ୍ତି ଯେ ସେମାନେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ନିକଟରେ ଧାରଣା ଦେବାକୁ ଯାଉଥିବାବେଳେ ସୁରକ୍ଷାକର୍ମୀମାନେ ସେମାନଙ୍କୁ ପରିସର ଭିତରକୁ ଛାଡ଼ି ନ ଥିଲେ। ଆମେ ଜାଣୁଛୁ ଯେ ବାଚସ୍ପତି ଆମକୁ ଗୃହରୁ ନିଲମ୍ବିତ କରିଛନ୍ତି। କିନ୍ତୁ ଆମର ବିଧାନସଭା ପରିସରକୁ ପ୍ରବେଶ କରିବାର ଅଧିକାର ରହିଛି। ତଥାପି, ସେମାନେ ଆମକୁ ପ୍ରବେଶ କରାଇ ଦେଉ ନାହାନ୍ତି। ଯାହା ଅଗଣତାନ୍ତ୍ରିକ ଓ ଅସାମ୍ବିଧାନିକ, ବୋଲି କାଡାମ କହିଛନ୍ତି।

ସୂଚନାଥାଉ କି, ପ୍ରାୟ ତିନି ଘଣ୍ଟା ଧରି ଟାଣ ଖରାରେ ଧାରଣା ଜାରି ରଖିବା ପରେ ଦୁଇ କଂଗ୍ରେସ ନେତା ଅସୁସ୍ଥ ଅନୁଭବ କରିଥିଲେ। ଯାହାପରେ ସେମାନଙ୍କୁ କ୍ୟାପିଟାଲ ହସ୍ପିଟାଲକୁ ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇମ୍ରାନ ଖାନ-ବୁଶରା ବିବିଙ୍କୁ ୧୭ ବର୍ଷ ଜେଲଦଣ୍ଡ, ଲାଗିଛି କୋଟି କୋଟି ଟଙ୍କାର ଜରିମାନା

ଇସଲାମାବାଦ,୮।୨: ତୋଶାଖାନା-୨ ଦୁର୍ନୀତି ମାମଲାରେ ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ୧୭ ବର୍ଷ ଜେଲଦଣ୍ଡ…

ଏମାନେ ଧନୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ ବି କରିନାହାନ୍ତି: ତଥାପି ବିବାହ ଭାଇରାଲ

ପ୍ରେମ ଦୁଇଟି ମନର ମିଳନ। ଏହା ପବିତ୍ର, ଏହା ଶାଶ୍ୱତ। ପ୍ରେମ ମାନେ ନୁହେଁ ଜଣକୁ ପାଇ ଖୁସି ହୋଇଯିବା, ବରଂ ପ୍ରେମ ହେଉଛି ତାହା ଯାହାକୁ…

ଉପ ମୁଖ୍ୟମନ୍ତ୍ରୀସ୍‌ଙ୍କ ଗସ୍ତକୁ ନେଇ ପ୍ରସ୍ତୁତି ଜୋରଦାର 

କେସିଙ୍ଗା,୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକକୁ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  ସୋମବାର  ଗସ୍ତରେ ଆସିବେ। ଏ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଜୋରଦାର…

ଭାରତ ସହ T20 World Cupରେ ଖେଳିବାକୁ ରାଜି ହେଲା ପାକିସ୍ତାନ! କେମିତି ୨୪ ଘଣ୍ଟାରେ ବଦଳିଲା ମନୋଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ହେବାକୁ ଥିବା T20 ବିଶ୍ୱକପ ମ୍ୟାଚ ବର୍ଜନ କରିବା ପାଇଁ ଆଲୋଚନା ଆରମ୍ଭ କରିବାକୁ…

ରିଜର୍ଭ ବ୍ୟାଙ୍କରେ ବମ୍ପର ନିଯୁକ୍ତି ସୁଯୋଗ, ଏହି ଦିନ ରହିଛି ଆବେଦନର ଶେଷ ତାରିଖ

ନୂଆଦିଲ୍ଲୀ,୮|୨: ଭାରତୀୟ ରିଜର୍ଭ ବ୍ୟାଙ୍କ ଆଇନ ଅଧିକାରୀ, ପରିଚାଳକ ଏବଂ ସହାୟକ ପରିଚାଳକ ସମେତ ଅନେକ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଆଗ୍ରହୀ ଶିକ୍ଷାର୍ଥୀମାନେ ଫେବୃଆରୀ…

ବେଡ୍‌ରୁମ୍‌ରେ କେବେବି କରିବେନି ଏଭଳି ଭୁଲ୍ : ନହେଲେ

ସ୍ତ୍ରୀସ୍ବାମୀଙ୍କ ସମ୍ପର୍କ ସବୁଠୁ ମଧୁର ଓ ସବୁଠୁ ସୁନ୍ଦର। ଏହି ସମ୍ପର୍କକୁ ଦୀର୍ଘସ୍ଥାୟୀ ଓ ନିବିଡ଼ କରାଇବା ଦିଗରେ ସେମାନଙ୍କ ବେଡ୍‌ରୁମ୍‌ର ବି ଯଥେଷ୍ଟ ଭୂମିକା ରହିଥାଏ…

ଭାଲେଣ୍ଟାଇନ୍ସ ଡେ’ରେ ସାଥୀଙ୍କୁ ଦେବାକୁ ଭୁଲନ୍ତୁନି ଏସବୁ , ନହଲେ…

ବାସ୍ତୁଶାସ୍ତ୍ର ଅନୁଯାୟୀ ଭାଲେଣ୍ଟାଇନ୍ସ ଡେ’ରେ ଏମିତି କିଛି ଉପହାର ସାଥୀକୁ ଦିଅନ୍ତୁ; ଯାହା ତାଙ୍କୁ ଖୁସି ଦେବା ସହ ତାଙ୍କ ଜୀବନରେ ସୁଖ, ସମୃଦ୍ଧି ବି ଆଣିଦେଉଥିବ……

ଭାଲେଣ୍ଟାଇନ ସପ୍ତାହ, ୪ ରାଶିର ବ୍ୟକ୍ତିଙ୍କ ଜୀବନରେ ପ୍ରେମ…

ଭାଲେଣ୍ଟାଇନ୍ସ ସପ୍ତାହ ଫେବୃଆରୀ ୭ ତାରିଖରୁ ଆରମ୍ଭ ହୋଇଛି ଏବଂ ଫେବୃଆରୀ ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଭାଲେଣ୍ଟାଇନ୍ସ ସପ୍ତାହ ପ୍ରେମୀ, ବିବାହିତ ଦମ୍ପତି ଏବଂ ଅବିବାହିତମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri