ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୯୧ କୁ ବୃଦ୍ଧି ପାଇଛି। କେବଳ ଖୋର୍ଦ୍ଧାରୁ ୨ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।