ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୩୯ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଏବଂ କେନ୍ଦୁଝରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।