ରାଜ୍ୟରେ ଆଉ ୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୭୫ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଗଞ୍ଜାମ ଏବଂ କୋରାପୁଟରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।