ରାଜ୍ୟରେ କରୋନା ନେଲା ୨ ଜୀବନ

ଭୁବନେଶ୍ୱର,୪।୧୨(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୪୨୦ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଏବଂ ଯାଜପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।