Posted inରାଜ୍ୟ

କଲେଜ ଅଧ୍ୟକ୍ଷଙ୍କ ନାମରେ ୨ କୋଟିର ସମ୍ପତ୍ତି

ଝାରସୁଗୁଡ଼ା ଅଫିସ,୨୦ା୭: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ମଙ୍ଗଳବାର କଳାହାଣ୍ଡି ଜିଲା ଭବାନୀପାଟଣା ସରକାରୀ ପଲିଟେକ୍‌ନିକ କଲେଜ ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ରାୟଙ୍କ ଘରେ ଚଢ଼ାଉ କରିଛି। ତାଙ୍କ କଲେଜ କାର୍ଯ୍ୟାଳୟ, ପୈତୃକ ଘର କେନ୍ଦ୍ରାପଡ଼ା ଜିଲା ନିଆଳି ଥାନାର ଉଜଙ୍ଗ, ସୁନ୍ଦରଗଡ଼ରେ ସ୍ତ୍ରୀଙ୍କ କାର୍ଯ୍ୟାଳୟ, ଭୁବନେଶ୍ୱରରେ ଥିବା ପ୍ଲଟ ଆଦି ୬ ସ୍ଥାନରେ ଏକାଥରେ ଚଢ଼ାଉ କରିଥିଲା ଭିଜିଲାନ୍ସ ଟିମ୍‌।

ପୂର୍ବରୁ ଅଧ୍ୟକ୍ଷ ରାୟ ଝାରସୁଗୁଡ଼ା ଇଞ୍ଜିନିୟରିଂ ସ୍କୁଲ୍‌ରେ ମେକାନିକାଲ୍‌ ଅଧ୍ୟାପକ ଭାବେ କାମ କରୁଥିଲେ। ଗତ ଏପ୍ରିଲରେ ସେ ସେଠାରୁ ବଦଳି ହୋଇ ଭବାନୀପାଟଣା ସରକାରୀ ପଲିଟେକ୍‌ନିକ କଲେଜରେ ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି। ତାଙ୍କ ସ୍ତ୍ରୀ ସୁଚିଶ୍ମିତା ପାଠୀ ପୂର୍ବରୁ ଝାରସୁଗୁଡ଼ାରେ କ୍ଷୁଦ୍ର ଜଳସେଚନ (ଏମ୍‌ଆଇ) ବିଭାଗରେ ଆସିଷ୍ଟାଣ୍ଟ ଇଞ୍ଜିନିୟର ଥିଲେ। ଏବେ ସେ ସୁନ୍ଦରଗଡ଼ରେ ଏମ୍‌ଆଇ ଆସିଷ୍ଟାଣ୍ଟ ଇଞ୍ଜିନିୟର ଭାବେ କାର୍ଯ୍ୟରତ। ଉଭୟଙ୍କ ନାମରେ ଝାରସୁଗୁଡ଼ା ୟୁନିଟ୍‌ରେ ୩ଟି ଦୁଇମହଲା କୋଠା, ୭ ପ୍ଲଟ୍‌, ବ୍ୟାଙ୍କ ଓ ପୋଷ୍ଟ ଅଫିସରେ ୭୦ଲକ୍ଷ ଟଙ୍କାର ଜମା, ନଗଦ ୩୦ ହଜାର ଟଙ୍କା, ୧ ଲକ୍ଷ ୨୦ହଜାର ଟଙ୍କାର ଅଳଙ୍କାର, ଗୋଟିଏ ମାରୁତି କାର୍‌ ରହିଛି। ସମୁଦାୟ ସମ୍ପତ୍ତିର ମୂଲ୍ୟ ୨କୋଟିରୁ ଊର୍ଦ୍ଧ୍ୱ ହେବ ବୋଲି ଭିଜିଲାନ୍ସ ବିଭାଗ ତରଫରୁ କୁହାଯାଇଛି।

ରାଉରକେଲା ଭିଜିଲାନ୍ସ ଏସ୍‌ପି ସାରା ଶର୍ମାଙ୍କ ନିର୍ଦ୍ଦେଶକ୍ରମେ ଡିଏସ୍‌ପି ବୀରେନ୍ଦ୍ର କୁମାର ନାୟକଙ୍କ ନେତୃତ୍ୱରେ ଝାରସୁଗୁଡ଼ା, ରାଉରକେଲା, ଦେବଗଡ଼ ଓ ସୁନ୍ଦରଗଡ଼ ଭିଜିଲାନ୍ସ ବିଭାଗର ଅଧିକାରୀଙ୍କୁ ନେଇ ୬ଟି ଟିମ୍‌ କରାଯାଇଥିଲା। ଏଥିରେ ସୁନ୍ଦରଗଡ଼ ଡିଏସ୍‌ପି ସୁଧାଂଶୁ ଶେଖର ପୂଜାରୀ, ଝାରସୁଗୁଡ଼ା ଡିଏସ୍‌ପି ପ୍ରଦୀପ କୁମାର ଆଇନ୍ଦ, ଦେବଗଡ଼ ଡିଏସ୍‌ପି ଜଗଦୀଶ ପ୍ରସାଦ ପଟେଲ, ରାଉରକେଲା ଡିଏସ୍‌ପି କାଦମ୍ବିନୀ ସାମଲ, ଇନ୍ସପେକ୍ଟର ରଶ୍ମିତା ଲାକ୍ରା, ଅଭୟ ପ୍ରଧାନ, ସୁଧୀର ସାହୁ ପ୍ରମୁଖ ସାମିଲ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା

କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି।...

୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି, ଅମର-ଶ୍ରୀମୟୀଙ୍କୁ ମିଳିଲା…

ଭୁବନେଶ୍ୱର,୨୩।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଅମର ପ୍ରସାଦ ଶତପଥୀଙ୍କୁ ବିଜେଡିର ବରିଷ୍ଠ ଉପ-ସଭାପତି ଦାୟିତ୍ୱ ଦିଆଯାଇଛି।...

ପାରଳାଖେମୁଣ୍ଡି ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୩।୪: ଆଜି ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ସହରରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଛି। ଏଥିସହ ୧୭ଟି ସହର ତାପମାତ୍ରା ୪୦ ଡିଗ୍ରୀ...

ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲା: ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ

କଟକ,୨୩ା୪ (କାର୍ତ୍ତିକ ସାହୁ): ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ରୁଜୁ ମାମଲାରେ ହାଇକୋର୍ଟ ମୃତକ ମାଖୁନ୍‌ ବାଗ୍‌ଙ୍କ...

ଜାତୀୟ ଧାନ ଗବେଷଣା ଅନୁଷ୍ଠାନର ୭୯ତମ ପ୍ରତିଷ୍ଠା ଦିବସ: ପ୍ରଯୁକ୍ତି ବିଦ୍ୟାର ବିକାଶ ଉତ୍ପାଦନ ବୃଦ୍ଧିରେ ସାହାଯ୍ୟ କରିଛି’

କଟକ,୨୩ା୪ (କାର୍ତ୍ତିକ ସାହୁ) ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ଅନୁଷ୍ଠାନ(ଏନ୍‌ଆର୍‌ଆର୍‌ଆଇ)ର ୭୯ତମ ପ୍ରତିଷ୍ଠା ଦିବସ ଏବଂ ଧାନ ଦିବସ ପ୍ଲାଟିନମ୍‌ ଜୁବୁଲି ସମ୍ମିଳନୀ କକ୍ଷରେ ମଙ୍ଗଳବାର...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ଷ୍ଟାର ପ୍ରଚାରକ ଲିଷ୍ଟରେ ନାହିଁ ୩ ତାରକାଙ୍କ ନାମ

ଭୁବନେଶ୍ୱର,୨୩।୪: ଭାଜପା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଲେନି ୩ ଓଲିଉଡ ଷ୍ଟାର । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ଓଲିଉଡ ଷ୍ଟାରଙ୍କୁ...

ଭାଜପାରେ ଯୋଗ ଦେଲେ ହିନ୍ଦୋଳ ବିଧାୟିକା ସୀମା ନାୟକ

ଭୁବନେଶ୍ୱର,୨୩।୪: ଭାଜପାରେ ସାମିଲ ହେଲେ ହିନ୍ଦୋଳ ବିଧାୟକ ସୀମା ନାୟକ। ଗତକାଲି ରାତିରେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ। ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଆସି ଆନୁଷ୍ଠାନିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri