Posted inରାଜ୍ୟ

କଲେଜ ଅଧ୍ୟକ୍ଷଙ୍କ ନାମରେ ୨ କୋଟିର ସମ୍ପତ୍ତି

ଝାରସୁଗୁଡ଼ା ଅଫିସ,୨୦ା୭: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ମଙ୍ଗଳବାର କଳାହାଣ୍ଡି ଜିଲା ଭବାନୀପାଟଣା ସରକାରୀ ପଲିଟେକ୍‌ନିକ କଲେଜ ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ରାୟଙ୍କ ଘରେ ଚଢ଼ାଉ କରିଛି। ତାଙ୍କ କଲେଜ କାର୍ଯ୍ୟାଳୟ, ପୈତୃକ ଘର କେନ୍ଦ୍ରାପଡ଼ା ଜିଲା ନିଆଳି ଥାନାର ଉଜଙ୍ଗ, ସୁନ୍ଦରଗଡ଼ରେ ସ୍ତ୍ରୀଙ୍କ କାର୍ଯ୍ୟାଳୟ, ଭୁବନେଶ୍ୱରରେ ଥିବା ପ୍ଲଟ ଆଦି ୬ ସ୍ଥାନରେ ଏକାଥରେ ଚଢ଼ାଉ କରିଥିଲା ଭିଜିଲାନ୍ସ ଟିମ୍‌।

ପୂର୍ବରୁ ଅଧ୍ୟକ୍ଷ ରାୟ ଝାରସୁଗୁଡ଼ା ଇଞ୍ଜିନିୟରିଂ ସ୍କୁଲ୍‌ରେ ମେକାନିକାଲ୍‌ ଅଧ୍ୟାପକ ଭାବେ କାମ କରୁଥିଲେ। ଗତ ଏପ୍ରିଲରେ ସେ ସେଠାରୁ ବଦଳି ହୋଇ ଭବାନୀପାଟଣା ସରକାରୀ ପଲିଟେକ୍‌ନିକ କଲେଜରେ ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି। ତାଙ୍କ ସ୍ତ୍ରୀ ସୁଚିଶ୍ମିତା ପାଠୀ ପୂର୍ବରୁ ଝାରସୁଗୁଡ଼ାରେ କ୍ଷୁଦ୍ର ଜଳସେଚନ (ଏମ୍‌ଆଇ) ବିଭାଗରେ ଆସିଷ୍ଟାଣ୍ଟ ଇଞ୍ଜିନିୟର ଥିଲେ। ଏବେ ସେ ସୁନ୍ଦରଗଡ଼ରେ ଏମ୍‌ଆଇ ଆସିଷ୍ଟାଣ୍ଟ ଇଞ୍ଜିନିୟର ଭାବେ କାର୍ଯ୍ୟରତ। ଉଭୟଙ୍କ ନାମରେ ଝାରସୁଗୁଡ଼ା ୟୁନିଟ୍‌ରେ ୩ଟି ଦୁଇମହଲା କୋଠା, ୭ ପ୍ଲଟ୍‌, ବ୍ୟାଙ୍କ ଓ ପୋଷ୍ଟ ଅଫିସରେ ୭୦ଲକ୍ଷ ଟଙ୍କାର ଜମା, ନଗଦ ୩୦ ହଜାର ଟଙ୍କା, ୧ ଲକ୍ଷ ୨୦ହଜାର ଟଙ୍କାର ଅଳଙ୍କାର, ଗୋଟିଏ ମାରୁତି କାର୍‌ ରହିଛି। ସମୁଦାୟ ସମ୍ପତ୍ତିର ମୂଲ୍ୟ ୨କୋଟିରୁ ଊର୍ଦ୍ଧ୍ୱ ହେବ ବୋଲି ଭିଜିଲାନ୍ସ ବିଭାଗ ତରଫରୁ କୁହାଯାଇଛି।

ରାଉରକେଲା ଭିଜିଲାନ୍ସ ଏସ୍‌ପି ସାରା ଶର୍ମାଙ୍କ ନିର୍ଦ୍ଦେଶକ୍ରମେ ଡିଏସ୍‌ପି ବୀରେନ୍ଦ୍ର କୁମାର ନାୟକଙ୍କ ନେତୃତ୍ୱରେ ଝାରସୁଗୁଡ଼ା, ରାଉରକେଲା, ଦେବଗଡ଼ ଓ ସୁନ୍ଦରଗଡ଼ ଭିଜିଲାନ୍ସ ବିଭାଗର ଅଧିକାରୀଙ୍କୁ ନେଇ ୬ଟି ଟିମ୍‌ କରାଯାଇଥିଲା। ଏଥିରେ ସୁନ୍ଦରଗଡ଼ ଡିଏସ୍‌ପି ସୁଧାଂଶୁ ଶେଖର ପୂଜାରୀ, ଝାରସୁଗୁଡ଼ା ଡିଏସ୍‌ପି ପ୍ରଦୀପ କୁମାର ଆଇନ୍ଦ, ଦେବଗଡ଼ ଡିଏସ୍‌ପି ଜଗଦୀଶ ପ୍ରସାଦ ପଟେଲ, ରାଉରକେଲା ଡିଏସ୍‌ପି କାଦମ୍ବିନୀ ସାମଲ, ଇନ୍ସପେକ୍ଟର ରଶ୍ମିତା ଲାକ୍ରା, ଅଭୟ ପ୍ରଧାନ, ସୁଧୀର ସାହୁ ପ୍ରମୁଖ ସାମିଲ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ଥାନାରେ ଅଭିଯୋଗ

ହାଟଡିହୀ,୩୧।୭(ଶୁଭକାନ୍ତ ନାୟକ):ରାଜ୍ୟରେ ଭାଜପା ସରକାର ଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ନେଇ ଅସନ୍ତୋଷ ପ୍ରକାଶ ପାଇଛି । ଏପରି…

ଶନିବାର ଭଦ୍ରକ ଜିଲାରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୩୧।୭: ଜିଲାରେ ଦେଖାଦେଇଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶନିବାର ଭଦ୍ରକ ଜିଲାର ସମସ୍ତ ସ୍କୁଲ…

କାଲି ଘଣ୍ଟାରେ ୧୦ଟା ବାଜିବ ହେଲେ ସେ ଆଉ ସ୍କୁଲ ଯିବେନି: ଶିକ୍ଷକଙ୍କୁ ଝୁରୁଛି…

ହାଟଡିହୀ, ୩୧/୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲର ଆଦର୍ଶ ଶିକ୍ଷକ ପଦ୍ମନାଭ ପଣ୍ଡାଙ୍କୁ ବିଦ୍ୟାଳୟ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ…

ଭୁବନେଶ୍ୱର: ହାଇଟେକ୍ ଛକ ନିକଟ କୁଆଖାଇ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି

ଭୁବନେଶ୍ୱର, ୩୧ା୭: ରାଜଧାନୀ ଭୁବନେଶ୍ୱରର ହାଇଟେକ୍ ଛକ ନିକଟସ୍ଥ କୁଆଖାଇ ନଦୀକୁ ଜଣେ ମହିଳା ଡେଇଁ ପଡ଼ିଥିବା ଘଟଣା ସାମ୍ନାକୁ ଆସିଛି। ମହିଳାଜଣଙ୍କ ନଦୀକୁ ଡେଇଁବା ପରେ…

ପୋଲିସ ଫାଣ୍ଡି କୋଠା ଅଧାପନ୍ତରିଆ

ରିଷିଡା,୩୧ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲାର ବହୁ ପୁରାତନ ରିଷିଡ଼ା ପୋଲିସ ଫାଣ୍ଡି ପ୍ରତିଷ୍ଠାପରଠୁ ଅଦ୍ୟାବଧି ଖପର ଓ ଆଜବେଷ୍ଟସ୍‌ ଘରେ ଚାଲିଆସୁଛି। ବାରମ୍ବାର ଦାବି ପରେ ନୂତନ…

ଉପାନ୍ତରେ ବିକାଶ ବାଟବଣା: ଖଣ୍ଡିଏ ପକ୍କା ରାସ୍ତା ପାଇଁ ଆକୁଳ ନିବେଦନ କରୁଛନ୍ତି ତଳ କନ୍ଦାଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅନ୍ତର୍ଗତ ତଳ କନ୍ଦାଗୁଡ଼ା ଗ୍ରାମରେ ସ୍ଵାଧୀନତାର ବହୁ ବର୍ଷ ପରେ ବି…

ଚାଷୀଙ୍କୁ ମିଳୁନି ସାର, ବଢୁଛି କଳାବଜାର

ଧରାକୋଟ,୩୧ା୭(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଦୀର୍ଘଦିନ ପରେ ଧରାକୋଟ ଅଞ୍ଚଳରେ ଭଲ ବର୍ଷା ହୋଇଥିବାରୁ ଚାଷୀ ଚାଷକାର୍ଯ୍ୟ ଆଗେଇ ନେଉଛନ୍ତି। ତେବେ ଚାଷରେ ପ୍ରୟୋଗ ପାଇଁ ଆବଶ୍ୟକ ପରିମାଣର…

ଆଲିଆବାଦ ସ୍କୁଲରେ ଶିକ୍ଷକ ଅଭାବ: ୪୮ ଛାତ୍ରଛାତ୍ରୀଙ୍କ ପାଇଁ ମାତ୍ର ଜଣେ ଶିକ୍ଷୟିତ୍ରୀ

ଗଞ୍ଜାମ, ୩୧/୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ଆଲିଆବାଦ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri