ଏସ୍‌ବିଆଇ ପକ୍ଷରୁ ୨କୋଟିର ସହାୟତା

ନୂଆଦିଲ୍ଲୀ,୧୮।୧୦: ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସ୍‌ବିଆଇ) ପକ୍ଷରୁ ସଶସ୍ତ୍ର ବଳ ଯୁଦ୍ଧ ଆହତ କଲ୍ୟାଣ ପାଣ୍ଠି (ଏଏଫ୍‌ବିସିଡବ୍ଲ୍ୟୁଏଫ୍‌)କୁ ୨ କୋଟି ଟଙ୍କାର ସହାୟତା ପ୍ରଦାନ କରାଯାଇଛି। ବିଶେଷକରି ଯୁଦ୍ଧ ବା ଲଢ଼େଇ ସମୟରେ ଆହତ ହୋଇଥିବା ସଶସ୍ତ୍ର ସେନା ଯବାନ ଓ ସେମାନଙ୍କ ଉପରେ ନିର୍ଭରଶୀଳ ଥିବା ଲୋକମାନଙ୍କ କଲ୍ୟାଣ ଓ ସହାୟତା ପାଇଁ ଏହି ପାଣ୍ଠି ପ୍ରଦାନ କରାଯାଇଛି। ଅପରପକ୍ଷରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ଦ୍ୱାରା ନୂତନ ଭାବେ ଲୋକାର୍ପଣ କରାଯାଇଥିବା ‘ମା ଭାରତୀ କେ ସପୁତ’ ନାମକ ଏକ ୱେବସାଇଟ୍‌ ଜରିଆରେ ମଧ୍ୟ ଏସବିଆଇ ଉକ୍ତ ପାଣ୍ଠି ପ୍ରଦାନ କରିଛି। ନୂଆଦିଲ୍ଲୀ ଜାତୀୟ ଯୁଦ୍ଧ ସ୍ମାରକୀ ପରିସରରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଏହି ୱେବସାଇଟ୍‌ର ଶୁଭାରମ୍ଭ କରାଯାଇଥିଲା।
ଉଲ୍ଲେଖଯୋଗ୍ୟ ଯେ ଏଏଫ୍‌ବିସିଡବ୍ଲ୍ୟୁଏଫ୍‌ ହେଉଛି ଏକ ତ୍ରି-ସେବା ପାଣ୍ଠି ଯାହାକୁ ସକ୍ରିୟ ସାମରିକ କାର୍ଯ୍ୟକ୍ରମରେ ଜୀବନ ହରାଉଥିବା କିମ୍ବା ଗୁରୁତର ଭାବେ ଆହତ ହେଉଥିବା ଯବାନ- ନୌ ସେନା ଯବାନ- ବାୟୁ ସେନା ଯବାନଙ୍କ ପରିବାରକୁ ତତ୍କାଳ ଆର୍ଥିକ ସହାୟତା ପ୍ରଦାନ କରିବା ଲାଗି ବ୍ୟବହାର କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରୁଷିଆ ସେନାରେ ଏବେବି ୫୫ ଭାରତୀୟ, ତଥ୍ୟ ଦେବାକୁ ମସ୍କୋକୁ ଅନୁରୋଧ କଲା ନୂଆଦିଲ୍ଲୀ

ନୂଆଦିଲ୍ଲୀ,୩ା୧୦: ରୁଷିଆ ସେନାରେ ନିଯୁକ୍ତି ପାଇଥିବା ଭାରତୀୟଙ୍କ ମଧ୍ୟରୁ ଇତିମଧ୍ୟରେ ୧୪୦ ଜଣଙ୍କୁ ମୁକ୍ତ କରାଗଲାଣି। ଏବେ ବି ରୁଷିଆର ସଶସ୍ତ୍ର ସେନାରେ ୫୫ ଭାରତୀୟ କାର୍ଯ୍ୟରତ…

ବନ୍ୟଜନ୍ତୁଙ୍କ ସୁରକ୍ଷା ସମସ୍ତଙ୍କ ଦାୟିତ୍ଵ

ଦିଗପହଣ୍ଡି,୩|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ କାର୍ଯ୍ୟାଳୟ ଅଧିନ ଖମାରିଗାଁ ପଞ୍ଚାୟତ ଅନ୍ତର୍ଗତ ବୁରୁବନ୍ଧ ଗ୍ରାମ ବନସୁରକ୍ଷା ସମିତି ପକ୍ଷରୁ ରାଜ୍ୟ ଜଙ୍ଗଲ ପରିବେଶ…

ଦୁର୍ଗାପୂଜା ପାଇଁ କଡ଼ା ସୁରକ୍ଷା ବ୍ୟାଙ୍କ ଓ ସୁନା ଋଣ ପ୍ରତିଷ୍ଠାନ: ପରିଦର୍ଶନ କଲା ପୋଲିସ

ବଞ୍ଚୋ, ୩।୧୦ (ପ୍ରଦୋଷ ବିଶ୍ୱାଳ): ଆଗାମୀ ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି ଘଷିପୁରା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଘଷିପୁରା…

୪୮ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୨୪୧ କିଲୋମିଟର ବେଗରେ ଫେରିବ ବାତ୍ୟା ‘ନୋଲୋ’ (Nolo), ଉଡ଼ିବ ଘରଦ୍ୱାର! ଚିନ୍ତାରେ ପାଣିପାଗ ବିଶେଷଜ୍ଞ

ନୂଆଦିଲ୍ଲୀ,୩।୧୦: ପାଣିପାଗ ସମ୍ବନ୍ଧୀୟ ଏକ ଖବର ସାମ୍ନାକୁ ଆସିଛି ଯାହା ସମଗ୍ର ବିଶ୍ୱର ପାଣିପାଗ ବିଶେଷଜ୍ଞମାନଙ୍କୁ ଗଭୀର ଚିନ୍ତାରେ ପକାଇଛି। ଗତ କିଛି ଦିନ ଧରି ସମୁଦ୍ର…

ପାରାଲିସିସ୍‌ ପୀଡ଼ିତାଙ୍କ ପରିବାର ପାଖରେ ବିଧାୟକ: ବଢ଼ାଇଲେ ଆର୍ଥିକ ସହାୟତାର ହାତ

ଗଞ୍ଜାମ, ୩।୧୦ (ଅନାଥ ତରାଇ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ବଡ଼ସାହିର ଲକ୍ଷ୍ମୀନାରାୟଣ ବେହେରାଙ୍କ ପତ୍ନୀ ପାର୍ବତୀ ବେହେରା ପାରାଲିସିସ୍‌ ରୋଗରେ ପୀଡ଼ିତ ଥିବା ଖବର ପାଇ…

ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲେ ବୈଭବ ସୂର୍ଯ୍ୟବଂଶୀ, ଜୟ ଶାହାଙ୍କ ପାଦ ଛୁଇଁ ନେଲେ ଆଶୀର୍ବାଦ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ଇତିହାସରେ ଭାରତ ପାଇଁ ସ୍ବର୍ଣ୍ଣ ପଦକ ଜିତିବାରେ ବୈଭବ ସୂର୍ଯ୍ୟବଂଶୀ ସବୁଠାରୁ କମ ବୟସର ଖେଳାଳି ହୋଇପାରିଛନ୍ତି। ଶନିବାର ଅନୁଷ୍ଠିତ ଫାଇନାଲ ମ୍ୟାଚରେ…

ବୁଧ-ମଙ୍ଗଳ ମିଳନରୁ ‘କେନ୍ଦ୍ର ଦୃଷ୍ଟି ରାଜଯୋଗ’; ମିଥୁନ ସମେତ ୪ ରାଶିଙ୍କ ରାତାରାତି ବଦଳିବ ଭାଗ୍ୟ, ପ୍ରଚୁର ଧନଲାଭ!

ଜ୍ୟୋତିଷ ଗଣନା ଅନୁଯାୟୀ, ଅକ୍ଟୋବର ୨ ତାରିଖରୁ କେନ୍ଦ୍ର ଦୃଷ୍ଟି ରାଜଯୋଗର ପ୍ରଭାବ ଦେଖିବାକୁ ମିଳିପାରେ। ଏହି ଯୋଗର ଶୁଭ ପ୍ରଭାବରୁ ୪ଟି ରାଶି ପାଇଁ ଧନ…

ପଞ୍ଚାୟତ ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ; ୪ଟି ପର୍ଯ୍ୟାୟରେ ହେବ ମତଦାନ

ଜୟପୁର,୩।୧୦: ରାଜସ୍ଥାନରେ ପଞ୍ଚାୟତ ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଛି। ରାଜ୍ୟ ନିର୍ବାଚନ କମିଶନର ରାଜେଶ୍ୱର ସିଂହ ଏକ ସାମ୍ବାଦିକ ସମ୍ମିଳନୀରେ ନିର୍ବାଚନ କାର୍ଯ୍ୟସୂଚୀ ଘୋଷଣା କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?