ଏସ୍‌ବିଆଇ ପକ୍ଷରୁ ୨କୋଟିର ସହାୟତା

ନୂଆଦିଲ୍ଲୀ,୧୮।୧୦: ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସ୍‌ବିଆଇ) ପକ୍ଷରୁ ସଶସ୍ତ୍ର ବଳ ଯୁଦ୍ଧ ଆହତ କଲ୍ୟାଣ ପାଣ୍ଠି (ଏଏଫ୍‌ବିସିଡବ୍ଲ୍ୟୁଏଫ୍‌)କୁ ୨ କୋଟି ଟଙ୍କାର ସହାୟତା ପ୍ରଦାନ କରାଯାଇଛି। ବିଶେଷକରି ଯୁଦ୍ଧ ବା ଲଢ଼େଇ ସମୟରେ ଆହତ ହୋଇଥିବା ସଶସ୍ତ୍ର ସେନା ଯବାନ ଓ ସେମାନଙ୍କ ଉପରେ ନିର୍ଭରଶୀଳ ଥିବା ଲୋକମାନଙ୍କ କଲ୍ୟାଣ ଓ ସହାୟତା ପାଇଁ ଏହି ପାଣ୍ଠି ପ୍ରଦାନ କରାଯାଇଛି। ଅପରପକ୍ଷରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ଦ୍ୱାରା ନୂତନ ଭାବେ ଲୋକାର୍ପଣ କରାଯାଇଥିବା ‘ମା ଭାରତୀ କେ ସପୁତ’ ନାମକ ଏକ ୱେବସାଇଟ୍‌ ଜରିଆରେ ମଧ୍ୟ ଏସବିଆଇ ଉକ୍ତ ପାଣ୍ଠି ପ୍ରଦାନ କରିଛି। ନୂଆଦିଲ୍ଲୀ ଜାତୀୟ ଯୁଦ୍ଧ ସ୍ମାରକୀ ପରିସରରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଏହି ୱେବସାଇଟ୍‌ର ଶୁଭାରମ୍ଭ କରାଯାଇଥିଲା।
ଉଲ୍ଲେଖଯୋଗ୍ୟ ଯେ ଏଏଫ୍‌ବିସିଡବ୍ଲ୍ୟୁଏଫ୍‌ ହେଉଛି ଏକ ତ୍ରି-ସେବା ପାଣ୍ଠି ଯାହାକୁ ସକ୍ରିୟ ସାମରିକ କାର୍ଯ୍ୟକ୍ରମରେ ଜୀବନ ହରାଉଥିବା କିମ୍ବା ଗୁରୁତର ଭାବେ ଆହତ ହେଉଥିବା ଯବାନ- ନୌ ସେନା ଯବାନ- ବାୟୁ ସେନା ଯବାନଙ୍କ ପରିବାରକୁ ତତ୍କାଳ ଆର୍ଥିକ ସହାୟତା ପ୍ରଦାନ କରିବା ଲାଗି ବ୍ୟବହାର କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

UPI ନେଣଦେଣରେ PPI ଚାର୍ଜ କ’ଣ? କାହାର ଲାଭ-କାହାର କ୍ଷତି ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୪: ଆଜିକାଲି ସମୟରେ ୟୁପିଆଇ ନେଣଦେଣ ସାମାନ୍ୟ କଥାରେ ପରିଣତ ହୋଇଗଲାଣି। ରାସ୍ତାକଡ଼ ବୁଲା ବେପାରୀଙ୍କଠାରୁ ଆରମ୍ଭ କରି ବଡ଼ ବଡ଼ ମଲ୍‌ରେ ମଧ୍ୟ ଏହାର...

୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ କଲା ICICI, ପ୍ରଭାବିତ ହୋଇଥିଲେ ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୬।୪: ବେସରକାରୀ ବ୍ୟାଙ୍କ ଆଇସିଆଇସିଆଇ ୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ୍‌ କରିଦେଇଛି। ନିକଟରେ କାର୍ଡଗୁଡ଼ିକ ଜାରି କରାଯାଇଥିବା ବେଳେ ଭୁଲ ୟୁଜର୍ସ ଥିବା ମାମଲା...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ଅନେକ ଦିନର ହ୍ରାସ ପରେ ବଦଳିଲା ଟ୍ରେଣ୍ଡ, ପୁଣି ବୃଦ୍ଧି ପାଇଲା ସୁନା ଏବଂ ରୂପା ମୂଲ୍ୟ

ନୂଆଦିଲ୍ଲୀ,୨୬।୪: ଗତ କିଛି ଦିନ ହେବ ସୁନା ମୂଲ୍ୟରେ ହ୍ରାସ ଘଟିଥିଲା, କିନ୍ତୁ ଶୁକ୍ରବାର ସୁନା ଓ ରୂପା ମୂଲ୍ୟ ବୃଦ୍ଧି ପାଇଛି। ବଜାରରେ ସୁନା...

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ...

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ...

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ...

ଆକ୍ସିସ୍‌ ବ୍ୟାଙ୍କର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬ା୪: ଆକ୍ସିସ୍‌ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥତ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri