୨ କୋଟି ଟଙ୍କାର ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର

ଚିତ୍ରକୋଣ୍ଡା,୨୮।୫(ଡି.ଏନ.ଏ): ଚିତ୍ରକୋଣ୍ଡା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଚିତ୍ରକୋଣ୍ଡା ଥାନାଧିକାରୀ ମୁକୁନ୍ଦ ମେଲେକାଙ୍କ ଠାରୁ ମିଳିଥିବା ସୂଚନାନୁଯାଇ ଜଙ୍ଗଲରେ ଚୋରାଚାଲାଣ ନିମନ୍ତେ ରଖାଯାଇଥିବା ଗଞ୍ଜେଇକୁ ଗତକାଲି ରାତିରେ ଜବତ କରିଛି ପୋଲିସ। ସୂଚନା ଅନୁଯାୟୀ, କୌଣସି ଏକ ବିଶ୍ବସ୍ତ ସୂଚନା ଆଧାରରେ ଚିତ୍ରକୋଣ୍ଡା ପୋଲିସକୁ ଚିତ୍ରକୋଣ୍ଡା ବ୍ଲକ ବଡ଼ପଦର ପଞ୍ଚାୟତ ଅଞ୍ଚଳରେ ଗଞ୍ଜେଇ ଚୋରାଚାଲାଣ ହେଉଥିବା ନେଇ ଖବର ମିଳିଥିଲା। ତୁରନ୍ତ ଚିତ୍ରକୋଣ୍ଡା ଥାନାଧିକାରୀ ମୁକୁନ୍ଦ ମେଲେକାଙ୍କ ନେତୃତ୍ୱରେ ଏକ ପୋଲିସ ଟିମ ବଡ଼ପଦର ପଞ୍ଚାୟତର ସଙ୍ଗମାଗୁଡା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଚଡାଉ କରିଥିଲା । ଦୂରରୁ ପୋଲିସକୁ ଦେଖି ଗଞ୍ଜେଇ ଚୋରାଚାଲାଣକାରୀ ଅନ୍ଧାରର ସୁଯୋଗ ନେଇ ଗଞ୍ଜେଇ ଛାଡି ଜଙ୍ଗଲ ଭିତରକୁ ପଳାଇଯାଇଥିଲେ। ଗଞ୍ଜେଇଗୁଡ଼ିକୁ ଜବତ କରି ପୋଲିସ ଥାନାକୁ ଆଣିଥିଲା। ଯାହାର ଆନୁମାନିକ ମୂଲ୍ୟ ଦୁଇ କୋଟି ପନ୍ଦର ଲକ୍ଷ ହେବ ବୋଲି କୁହାଯାଉଛି।