କରୋନା ଏନ୍ତୁଡିଶାଳରେ ୨ କୋଟି ଲୋକ ଘରେ ବନ୍ଦୀ…

ବେଜିଂ, ୧୩।୧ : କରୋନାର ଏନ୍ତୁଡ଼ିଶାଳ ଚାଇନାରେ ପୁଣି କରୋନ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଚାଇନା ନିଜର ’ଜିରୋ କୋଭିଡ ପଲିସି’ ଅନ୍ତର୍ଗତ ଆକ୍ରାନ୍ତଙ୍କ ସହ ଖେଳୁଛି। ସୋସିଆଲ ମିଡିଆରେ ଏହାର କିଛି ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓରେ ଦେଖିବାକୁ ମିଳୁଛି ଯେ ଲକ୍ଷ ଲକ୍ଷ ଲୋକଙ୍କୁ କ୍ୟାଣ୍ଟିନ କ୍ୟାମ୍ପରେ ରଖାଯାଇଥିବାବେଳେ ବହୁ ସଂକ୍ରମିତଙ୍କୁ ଧାତବ ବାକ୍ସରେ ବନ୍ଦୀ କରି ରଖାଯାଇଛି।

ଚାଇନା ଆସନ୍ତା ମାସରେ ଶୀତକାଳୀନ ଅଲିମ୍ପିକ୍ସ ଆୟୋଜନ କରିବାକୁ ଯାଉଥିବାରୁ ଏହାକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ଗ୍ରହଣ କରିଛି।

ପ୍ରତ୍ୟେକ ବ୍ୟକ୍ତିଙ୍କ ମୋବାଇଲରେ ’ଟ୍ରାକ ଏବଂ ଟ୍ରେସ’ ଆପକୁ ରଖିବାକୁ ବାଧ୍ୟତା ମୂଳକ କରାଯାଇଛି। ଏହା ମାଧ୍ୟମରେ, ଆକ୍ରାନ୍ତ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ଲୋକଙ୍କୁ ଚିହ୍ନଟ କରାଯାଇ କ୍ୱାଣ୍ଟିନ କ୍ୟାମ୍ପକୁ ପଠାଯାଉଛି। ସରକାରଙ୍କ କଟକଣା ଯୋଗୁ ଦୁଇ କୋଟିିରୁ ଅଧିକ ଲୋକ ଘରେ ବନ୍ଦୀ ରହିଛନ୍ତି।

ବହୁ ଲୋକଙ୍କ ପାଖରେ ଖାଦ୍ୟ ସାମଗ୍ରୀ ନଥିବାରୁ ସେମାନେ ଭୋକିଲା ରହୁଛନ୍ତି। ସେମାନଙ୍କୁ ଖାଦ୍ୟ ଓ ପାନୀୟଜଳ ଆଣିବା ଲାଗି ବାହାରକୁ ଯିବାକୁ ଅନୁମତି ଦିଆଯାଉ ନାହିଁ। ସରକାରୀ ଆଇନ ଭୟରେ ଲୋକମାନେ ନିଜ ସହର ଛାଡି ଚାଲିଯାଉଥିବା ମଧ୍ୟ ଦେଖିବାକୁ ମିଳୁଛି।

ରାତି ଅଧରେ ଲୋକଙ୍କୁ ନିଦରୁ ଉଠାଇ ଘରୁ ବାହାରି କ୍ୟାମ୍ପକୁ ଯିବାକୁ କୁହାଯାଉଛି। ସେମାନଙ୍କୁ ବସ୍‌ରେ ଭର୍ତ୍ତି କରାଯାଇ କ୍ୟାମ୍ପକୁ ନିଆଯାଉଛି।

ଟୁଇଟରରେ ସୋଙ୍ଗପିଆଙ୍ଗ ନାମକ ଜଣେ ଚାଇନା ନାଗରିକ ସରକାର କୋଭିଡ ନୀତି ଏବଂ ନାଗରିକଙ୍କ ଉପରେ ଦମନ କରିବାର ଭିଡିଓ ଅପ୍‌ଲୋଡ୍‌ କରିଛନ୍ତି। ଏସବୁୂ ଭିଡ଼ିଓ ନେଇ ଅନ୍ତର୍ଜାତୀୟ ମାନବାଧିକାର ସଂଗଠନଗୁଡ଼ିକ ପକ୍ଷରୁ ଚିନ୍ତା ପ୍ରକଟ କରାଯାଇଛି।

କରୋନାରେ ଆକ୍ରାନ୍ତ ଗର୍ଭବତୀ ମହିଳା, ଶିଶୁ ଏବଂ ବୃଦ୍ଧମାନଙ୍କୁ ଧାତବ ବାକ୍ସରେ ଦୁଇ ସପ୍ତାହ ପାଇଁ ବନ୍ଦୀ କରି ରଖାଯାଉଛି। ସେମାନଙ୍କ ପାଇଁ କାଠ ବେଡ୍‌ ଏବଂ ଦୁଇଟି କାଠରେ ଶୌଚାଳୟ ନିର୍ମାଣ କରାଯାଇଛି। ସେଠାରେ ସେମାନେ ଅତି ଦୟନୀୟ ଭାବେ ରହୁଥିବାର ଭିଡ଼ିଓ ସୋସିଆଲ ମିଡ଼ିଆରେ ଭାଇରାଲ ହେବା ପରେ ଅନ୍ତର୍ଜାତୀୟସ୍ତରରେ ଲୋକଙ୍କ ମଧ୍ୟରେ ଆକ୍ରୋଶ ସୃଷ୍ଟି ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିମ ଇଣ୍ଡିଆ ଜର୍ସି ପିନ୍ଧି ପଡ଼ିଆକୁ ଓହ୍ଲାଇଥିଲେ ସଚିନ ତେନ୍ଦୁଲକର, ‘ନମ୍ବର ୧୦’ ଦେଖି ପ୍ରଶଂସକଙ୍କ ମଧ୍ୟରେ ଖେଳିଗଲା…

ନୂଆଦିଲ୍ଲୀ,୩।୭: ସଚିନ ତେନ୍ଦୁଲକର ନୀଳ ୧୦ ନମ୍ବର ଜର୍ସି ପିନ୍ଧି ପଡ଼ିଆକୁ ପାଦ ଦେଇଥିଲେ। ଏହି ଚିତ୍ରଗୁଡ଼ିକ ଦେଖି ପ୍ରଶଂସକଙ୍କ ମଧ୍ୟରେ ତୁରନ୍ତ ଏକ ସ୍ମୃତିର ଭାବନା…

ଜୟପୁର ଏସ୍‌ଡିଆଇପିଆରଙ୍କୁ ମିଳିଲା ନୂଆ ଦାୟିତ୍ୱ

କୋରାପୁଟ,୩ା୭(ଅମିତାଭ ବେହେରା): ଜୟପୁର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଯଶୋଦା ଗାଦବାଙ୍କୁ କୋରାପୁଟ ଜିଲାର ଭାରପ୍ରାପ୍ତ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆରଓ) ଭାବେ…

ଝାଡ଼ଖଣ୍ଡର ଅର୍ଥମନ୍ତ୍ରୀ ଛାଡିଲେ ସରକାରୀ ସୁରକ୍ଷା, ୧୬ ସୁରକ୍ଷାକର୍ମୀ, ୩ଟି ଗାଡ଼ି ଫେରାଇ ଦେଲେ

ରାଞ୍ଚି,୩।୭: ଅର୍ଥମନ୍ତ୍ରୀ ରାଧା କୃଷ୍ଣ କିଶୋର ତାଙ୍କ ଆବଶ୍ୟକତାକୁ ଅଣଦେଖା କରିବା ପାଇଁ ପୋଲିସ ମୁଖ୍ୟାଳୟ ଉପରେ ଅସନ୍ତୁଷ୍ଟ। ଯଦିଓ ସେ ସ୍ପଷ୍ଟ ଭାବରେ ତାଙ୍କର ଅଭିଯୋଗ…

ଏହି ସ୍ଥାନରେ ମାଓବାଦୀଙ୍କ ବଡ଼ ଅସ୍ତ୍ରାଗାର ଠାବ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

କୋରାପୁଟ,୩ା୭(ଅମିତାଭ ବେହେରା): କୋରାପୁଟ ଜିଲାର ବୈପାରୀଗୁଡ଼ା ଥାନା ଅଧୀନ ତେନ୍ତୁଳିଗୁମ୍ମା ଜଙ୍ଗଲରେ କୋରାପୁଟ ଡିଭିଏଫ୍‌ ପକ୍ଷରୁ ଚଳାଯାଇଥିବା ସର୍ଚ୍ଚ ଅପରେଶନ ସମୟରେ ମାଓବାଦୀଙ୍କ ଏକ ବଡ଼ ଅସ୍ତ୍ର…

ଅନ୍ଧାରରେ ପାଙ୍ଗାଲି ଗ୍ରାମବାସୀ, ଆନ୍ଦୋଳନ ପାଇଁ ନିଷ୍ପତ୍ତି ନେଇ କହିଲେ…

ଦାରିଙ୍ଗବାଡ଼ି,୩ା୭(ଅରୁଣ ସାହୁ): ଦିନେ କି ଦୁଇ ଦିନ ନୁହଁ ଗତ ୪ ଦିନ ବିତିଲା ଏକ ଅନୁସୂଚିତ ଜନଜାତି ବସବାସ କରୁଥିବା ଦୁର୍ଗମ ଗ୍ରାମ ଅନ୍ଧାରରେ ରହିଛି…

ଦୁଇ ବାଇକ୍‌ ମୁହାଁମୁହିଁ, ଜଣଙ୍କ ଜୀବନ ଗଲା, ୨ ଗୁରୁତରଙ୍କୁ…

ମୋହନା,୩ା୭(ମନ୍ମଥ ମିଶ୍ର): ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି। ଗଜପତି ଜିଲା ମୋହନା ଥାନା ୩୨୬ ଜାତୀୟ…

ପିଲାଦିନର ବନ୍ଧୁଙ୍କୁ ସାହାଯ୍ୟ ପାଇଁ ଆଗେଇ ଆସିଲେ ବାଚସ୍ପତି: ପରିବାର ଲୋକଙ୍କୁ ଭେଟି କହିଲେ…

ନୂଆଦିଲ୍ଲୀ,୩।୭: କୋଟା-ବୁନ୍ଦିର ଏମ୍‌ପି ତଥା ଲୋକ ସଭା ବାଚସ୍ପତି ଓମ ବିର୍ଲା ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ନିକଟରେ ତାଙ୍କର ଏକ ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ସେ…

ପ୍ରଧାନମନ୍ତ୍ରୀ ମୋଦି ଅମରନାଥ ଯାତ୍ରୀଙ୍କୁ ଲେଖିଲେ ଚିଠି, ୫ ପ୍ରତିଜ୍ଞା ନେବାକୁ କଲେ ଅନୁରୋଧ

ନୂଆଦିଲ୍ଲୀ,୩।୭: ଶୁକ୍ରବାର ଅମରନାଥ ଯାତ୍ରା ଆରମ୍ଭ ହୋଇଛି। ପ୍ରଥମ ଦଳରେ ଶହ ଶହ ତୀର୍ଥଯାତ୍ରୀ ‘ବାବା ବର୍ଫାନୀ’ଙ୍କ ଆଶୀର୍ବାଦ ନେବାକୁ ବାହାରିଛନ୍ତି। ଏହି ଅବସରରେ, ପ୍ରଧାନମନ୍ତ୍ରୀ ମୋଦି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri