ସମୁଦ୍ରକୁ ଗଲେ ୨ କୋଟି କଇଁଛ ଶାବକ

ରାଜନଗର, ୧୫ା୫(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଗହୀରମଥାରେ ୫ ଦିନ ହେଲା ବିରଳ ଦୃଶ୍ୟ ଦେଖିବାକୁ ମିଳୁଛି। ଗାତରୁ ବାହାରି ବିରଳ ଅଲିଭ୍‌ ରିଡ୍‌ଲେ କଇଁଛ ଶାବକ ସମୁଦ୍ରକୁ ଯାଇ ବିଚରଣ କରୁଛନ୍ତି। ୫ ଦିନ ମଧ୍ୟରେ ୨ କୋଟି ୨ ଲକ୍ଷ ୨୪ ହଜାର କଇଁଛ ଶାବକ ସମୁଦ୍ରକୁ ଯାଇସାରିଲେଣି। ଏହି ସଂଖ୍ୟା ଆହୁରି ବୃଦ୍ଧି ପାଇବ। ଗତ ୧୦ ତାରିଖରେ ୫୩ ଲକ୍ଷ ୭୬ ହଜାର କଇଁଛ ଶାବକ ଗାତରୁ ବାହାରି ସମୁଦ୍ରକୁ ଯାଇଥିବାବେଳେ ୧୧ରେ ୬୦ ଲକ୍ଷ ୮୦ ହଜାର, ୧୨ ତାରିଖରେ ୫୮ ଲକ୍ଷ ୮୮ ହଜାର, ୧୩ରେ ୨୫ ଲକ୍ଷ ୬୦ ହଜାର ଓ ୧୪ ତାରିଖ ସକାଳେ ୩ ଲକ୍ଷ ୨୦ ହଜାର କଇଁଛ ଶାବକ ସମୁଦ୍ରକୁ ଯାଇଛନ୍ତି। ଭୋର ଏବଂ ଅପରାହ୍ନ ସମୟରେ କଇଁଛ ଶାବକ ଗାତରୁ ବାହାରି ସିଧା ସମୁଦ୍ରକୁ ଯାଉଛନ୍ତି। ଏହି ସମୟରେ କଇଁଛ ଛୁଆଙ୍କୁ କୁକୁର, ବିଲୁଆ ଓ ଶିକାରୀ ପକ୍ଷୀମାନେ ଖାଇଦେବାର ଆଶଙ୍କା ଥିବାରୁ ବନ ବିଭାଗ ପକ୍ଷରୁ ସୁରକ୍ଷାକୁ କଡ଼ାକଡ଼ି କରାଯାଇଛି। ରାଜନଗର ଡିଏଫ୍‌ଓ ଡ. ଯଜ୍ଞଦତ୍ତ ପତି ଗହୀରମଥାର ନାସୀ-୨ରେ ପହଞ୍ଚତ୍ ସୁରକ୍ଷା ବ୍ୟବସ୍ଥା ତଦାରଖ କରୁଛନ୍ତି। କଇଁଛ ଶାବକ ଗାତରୁ ବାହାରି ଯେପରି ଏଣେତେଣେ ନ ଯାଆନ୍ତି କିମ୍ବା କୌଣସି ବନ୍ୟଜନ୍ତୁ ଏ ଅଞ୍ଚଳକୁ ନ ଆସନ୍ତି ସେଥିପାଇଁ ୨ କିମି ୪୦୦ ମିଟର ଅଞ୍ଚଳକୁ ଘେରାବନ୍ଦୀ କରାଯାଇଛି। ଚଳିତବର୍ଷ ମାର୍ଚ୍ଚ ଶେଷ ସପ୍ତାହରେ ନାସୀ-୨ରେ ୫ ଲକ୍ଷ ୧ ହଜାର ୧୪୭ ଅଲିଭ ରିଡ୍‌ଲେ କଇଁଛ ଗଣ ଅଣ୍ଡାଦାନରେ ସାମିଲ ହୋଇଥିଲେ। ସନ୍ଧ୍ୟା ସମୟରେ ମା’ କଇଁଛଗୁଡ଼ିକ ବେଳାଭୂମିର ବାଲୁକା ଶଯ୍ୟାରେ ୪୦ରୁ ୪୫ ସେମିର ମାଠିଆ ଆକୃତିର ଗାତ ଖୋଳି ଅଣ୍ଡାଦାନ କରିଥିଲେ। ପ୍ରତି କଇଁଛ ୧୦୦ରୁ ୧୮୦ ପର୍ଯ୍ୟନ୍ତ ଅଣ୍ଡା ଦେଇଥାନ୍ତି। ଅଣ୍ଡାଦାନ ପରେ ମା’ କଇଁଛ ଗାତକୁ ବାଲିରେ ଘୋଡ଼ାଇ ଚାଲିଯାଇଥାଏ। ଅଣ୍ଡାଦାନର ୪୫ରୁ ୬୦ ଦିନ ମଧ୍ୟରେ ଅଣ୍ଡା ଫୁଟି ସେଥିରୁ ଛୁଆ ବାହାରିଥାନ୍ତି। ଗତ ୫ଦିନ ହେଲା ଅଲିଭ ରିଡ୍‌ଲେ ଶାବକ ଗାତରୁ ବାହାରି ସିଧା ସମୁଦ୍ରକୁ ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?