ପ୍ରମୋଦଙ୍କୁ ୨ କୋଟି, ସୌନ୍ଦର୍ଯ୍ୟଙ୍କୁ ୧.୫ କୋଟି ସହାୟତା

ଭୁବନେଶ୍ୱର,୪ା୧୧,(ଅନିଲ ଦାସ): ନିକଟରେ ଶେଷ ହୋଇଥିବା ପାରା ଏସିଆନ ଗେମ୍ସରେ ୨ ପଦକ ବିଜେତା ପ୍ରମୋଦ ଭଗତ ଏବଂ ସୌନ୍ଦର୍ଯ୍ୟ କୁମାର ପ୍ରଧାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିବା ସହ ଅର୍ଥରାଶି ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀ ପ୍ରମୋଦଙ୍କୁ ୨ କୋଟି ଟଙ୍କା ଏବଂ ସୌନ୍ଦର୍ଯ୍ୟ କୁମାରଙ୍କୁ ୧.୫ କୋଟି ଟଙ୍କାର ଚେକ୍‌ ପ୍ରଦାନ କରିଛନ୍ତି। ପ୍ରମୋଦ ପାରା ବ୍ୟାଡ୍‌ମିଣ୍ଟନରେ ସ୍ବର୍ଣ୍ଣ ସହ ୩ଟି ପଦକ ଜିତିଥିବା ବେଳେ ସୌନ୍ଦର୍ଯ୍ୟ ଚେସ୍‌ରେ ଗୋଟିଏ ସ୍ବର୍ଣ୍ଣ ଓ ରୌପ୍ୟ ପଦକ ହାସଲ କରିଛନ୍ତି। ଉଭୟ ଖେଳାଳିଙ୍କୁ ଅଭିନନ୍ଦନ ଜଣାଇବା ସହ ପ୍ରମୋଦ ଏବଂ ସୌନ୍ଦର୍ଯ୍ୟଙ୍କୁ ସେମାନଙ୍କ ଉତ୍ତମ ପ୍ରଦର୍ଶନ ପାଇଁ ମୁଖ୍ୟମନ୍ତ୍ରୀ ଖୁସିବ୍ୟକ୍ତ କରିଛନ୍ତି। ସେମାନଙ୍କ ଖେଳ ପ୍ରତି ଥିବା ପ୍ରତିବଦ୍ଧତା, ଉତ୍ସର୍ଗ ରାଜ୍ୟକୁ ଗୌରବାନ୍ବିତ କରିଛି। ସେମାନଙ୍କ ବିଜୟ ଆମ ସମସ୍ତଙ୍କୁ ପ୍ରେରଣା ଯୋଗାଇଛି। ଉଭୟ ଖେଳାଳିଙ୍କୁ ଭବିଷ୍ୟତରେ ସମସ୍ତ ସହଯୋଗ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି।
ଏହି କାର୍ଯ୍ୟକ୍ରମରେ ଯୋଗଦେଇ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ.ପାଣ୍ଡିଆନ ଖେଳାଳି ଦ୍ୱୟଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସମସ୍ତ ପ୍ରକାର ପ୍ରୋତ୍ସାହନ ଓ ସହାୟତା ଯୋଗାଇ ଦେଉଥିବାରୁ ସୌନ୍ଦର୍ଯ୍ୟ ପ୍ରଧାନ ଏବଂ ପ୍ରମୋଦ ଭଗତ ମୁଖ୍ୟମନ୍ତ୍ରୀ ଏବଂ ଓଡ଼ିଶାକୁ ଧନ୍ୟବାଦ ଦେଇଛନ୍ତି।
ପାରା ଏସିଆନ ଗେମ୍ସରେ ପ୍ରମୋଦ ପାରା ବ୍ୟାଡ୍‌ମିଣ୍ଟନରେ ପୁରୁଷ ସିଙ୍ଗଲ ଏସ୍‌ଏଲ-୩,ଏସ୍‌ୟୁ-୫ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ଜିତିଥିବା ବେଳେ ପୁରୁଷ ଡବଲ ଓ ମିକ୍ସଡ ଡବଲ୍ସରେ ବ୍ରୋଞ୍ଜ ପଦକ ବିଜୟୀ ହୋଇଛନ୍ତି। ସେହିପରି ସୌନ୍ଦର୍ଯ୍ୟ ପ୍ରଧାନ ରାପିଡି ଭିଆଇ ବିଓ୍ବାନ ଚେସ୍‌ରେ ସ୍ବର୍ଣ୍ଣ ପଦକ ବିଜୟୀ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରୋଗ୍ୟ ସେତୁ ୨.୦ ଆପ୍‌ର ଶୁଭାରମ୍ଭ କଲେ ଜେ.ପି. ନଡ୍ଡା

ନୂଆଦିଲ୍ଲୀ,୨୯ା୬: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା ସୋମବାର ଆରୋଗ୍ୟ ସେତୁ ୨.୦ ଆପ୍‌ ଏବଂ ୟୁନିଫାଏଡ୍‌ ହେଲ୍‌ଥ ଇଣ୍ଟରଫେସ୍‌ (ୟୁଏଚ୍‌ଆଇ) ଲଞ୍ଚ୍‌ କରିଛନ୍ତି। କୋଭିଡ୍‌ ସମୟରୁ ଆରମ୍ଭ…

ବିଶ୍ୱକପ୍‌ ନକ୍‌ଆଉଟ୍‌ରେ କାନାଡାର ପ୍ରଥମ ବିଜୟ

ଇଙ୍ଗଲେଉଡ,୨୯ା୬: ଷ୍ଟିଫେନ ୟୁଷ୍ଟାକିଓଙ୍କ ଗୋଲ ବଳରେ ଇଙ୍ଗଲେଉଡରେ ଖେଳାଯାଇଥିବା ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ କାନାଡା ୧-୦ ଗୋଲରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ଫିଫା ବିଶ୍ୱକପ୍‌ ଇତିହାସରେ…

ପ୍ରେମ ବିବାହକୁ କେନ୍ଦ୍ର କରି ଆକ୍ରମଣ: ବନ୍ଧା ହେଲେ ୭ ଅଭିଯୁକ୍ତ

ଥୁଆମୂଳ ରାମପୁର,୨୯ା୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ତାରାଗାଁଠାରେ ଏକ ଦଳିତ ପରିବାର ଉପରେ ହୋଇଥିବା ଆକ୍ରମଣ ଘଟଣାରେ ପୋଲିସ ସୋମବାର ୭ ଅଭିଯୁକ୍ତଙ୍କୁ ଗିରଫ କରି…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ନେଲେ ବଡ଼ ନିଷ୍ପତ୍ତି: ଖେମୁଣ୍ଡି ଲୋକ ମହୋତ୍ସବ ପାଇଁ ପ୍ରସ୍ତୁତି ଜୋରଦାର

ଦିଗପହଣ୍ଡି, ୨୯।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ସୋମବାର ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ଏକ ପ୍ରସ୍ତୁତି…

ମା’ ମଝିଘରିଆଣୀ ମନ୍ଦିରରୁ ରେକର୍ଡ ଆୟ: ୧.୨୬ କୋଟିରୁ ଅଧିକ ଟଙ୍କା ସହ ୩୨ ଗ୍ରାମ୍‌ ମିଳିଲା ସୁନା

ରାୟଗଡ଼ା,୨୯।୬(କୈଳସ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ଦାନହୁଣ୍ଡି ସୋମବାର ସକାଳେ କଡ଼ା ସୁରକ୍ଷା ମଧ୍ୟରେ ଖୋଲାଯାଇଛି। ମାଜିଷ୍ଟ୍ରେଟ୍‌,…

ଆଫଗାନିସ୍ତାନ ସୀମାରେ ପାକ୍‌ର ବଡ଼ ସାମରିକ କାର୍ଯ୍ୟାନୁଷ୍ଠାନ

ଇସ୍‌ଲାମାବାଦ,୨୯ା୬: ଆଫଗାନିସ୍ତାନ ସୀମାରେ ପାକିସ୍ତାନୀ ସୁରକ୍ଷା ବଳର କାର୍ଯ୍ୟାନୁଷ୍ଠାନରେ ୨୯ଜଣ ଆତଙ୍କବାଦୀ ନିହତ ହୋଇଥିବା ଇସ୍‌ଲାମାବାଦ ସୋମବାର କହିଛି। ଏହି ସଦ୍ୟ ଉତ୍ତେଜନାକୁ ନେଇ ଉଭୟ କାବୁଲ…

ମିଳିନି ଧାନ ବିକ୍ରି ଟୋକନ: ଆତ୍ମାହୁତି ଧମକ ଦେଲେ ଚାଷୀ

ବରଗଡ,୨୯।୬(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଧାନ ବିକ୍ରିରେ ଟୋକନ ସମସ୍ୟାକୁ ନେଇ ଦିନକୁ ଦିନ ସ୍ଥିତି ସଙ୍ଗିନ ହେବାରେ ଲାଗିଛି । ବରଗଡ ଜିଲା ବିଜେପୁର ବ୍ଲକ…

ସାଧାରଣ ଲେକଙ୍କୁ ବଡ଼ ଆଶ୍ୱସ୍ତି: ସରକାର କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୯।୬:ସରକାର ପେଟ୍ରୋଲ ଏବଂ ଡିଜେଲ ସମ୍ପର୍କରେ ଜନସାଧାରଣଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲର ବିକ୍ରୟ ଏବଂ ବଣ୍ଟନ ଉପରେ ଅସ୍ଥାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri