୨କୋଟିର ବ୍ରାଉନ୍‌ସୁଗାର ଜବତ: ବଡ଼ଭାଇ ଗିରଫ, ସାନଭାଇ ଚମ୍ପଟ

ବାଲେଶ୍ୱର,୮।୧୨(ବାଞ୍ଛାନିଧି ଦେ): ବାଲେଶ୍ୱର ଅବକାରୀ ବିଭାଗକୁ ମିଳିଛି ବଡ଼ ସଫଳତା। ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଅଡ଼ରବଜାରର ଜଣେ ବ୍ରାଉନ୍‌ସୁଗାର ବ୍ୟବସାୟୀଙ୍କ ଘରେ ଚଢ଼ାଉ କରାଯାଇ ୨କିଲୋ ଗ୍ରାମ୍ ବ୍ରାଉନ୍‌ସୁଗାର ଜବତ ହୋଇଛି। ଅଭିଯୁକ୍ତ ବଡ଼ଭାଇ ଅମଜେତ୍ ଖାନ୍‌ଙ୍କୁ ଗିରଫ କରାଯାଇଥିବା ବେଳେ ସାନଭାଇ ସବିର ଖାନ୍ ଚମ୍ପଟ ମାରିଥିବା ଜଣାପଡ଼ଛି। ଜବତ ବ୍ରାଉନ୍‌ସୁଗାରର ମୂଲ୍ୟ ୨କୋଟି ଟଙ୍କା ହେବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।

ଅଡ଼ରବଜାର ସ୍ଥିତ ଅମଜେତ ଖାନ୍‌ଙ୍କ ଘରେ ଏହି ବ୍ରାଉନ୍‌ସୁଗାର ଥିବା ଅବକାରୀ ବିଭାଗ ପାଖରେ ଖବର ଥିଲା। ବ୍ୟବସାୟୀ ଜଣକ ମଧ୍ୟପ୍ରଦେଶରୁ ଏହାକୁ ଆଣି ବାଲେଶ୍ୱର ସହର ସମେତ ବିଭିନ୍ନ ସ୍ଥାନକୁ ଚୋରା ଚାଲାଣ ହୋଇଥାନ୍ତା। ବିଶ୍ୱସ୍ତ ସୂତ୍ରରୁ ଖବରପାଇ ଅବକାରୀ କମିଶନର ଓ ଅବକାରୀ ଏସ୍‌ପି ସୁଶାନ୍ତ ପାଢ଼ୀଙ୍କ ନିର୍ଦ୍ଦେଶକ୍ରମେ ଏକ ୧୫ଜଣିଆ ଟିମ୍ ଗଠନ କରାଯାଇ ବ୍ରାଉନସୁଗାର ବେପାରୀଙ୍କୁ ଧରିବା ପାଇଁ ଯୋଜନା ପ୍ରସ୍ତୁତ ହୋଇଥିଲା।

ଯୋଜନା ମୁତାବକ ଅବକାରୀ ମୋବାଇଲ ଆଇଆଇସି ହରିହରି ସିଂହ, ମୋବାଇଲ ଓଆଇସି ଭକ୍ତଚରଣ ସ୍ୱାଇଁ, ସଦର ଆଇଆଇସି ଦୀପ୍ତିମୟୀ ସାହୁ ଓ ଓଆଇସି ପ୍ରଜ୍ଞା ପାରମିତା ନାୟକ ପ୍ରମୁଖ ସହଦେବଖୁଣ୍ଟା ଥାନା ପେଲିସ ସହାୟତାରେ ଶନିବାର ରାତି ତମାମ୍ ବେପାରୀଙ୍କ ଘର ଚାରିପଟେ ଜଗି ରହିଥିଲେ । ରବିବାର ସକାଳେ ଚଢ଼ାଉ କରି ତାଙ୍କ ବାସଭବନରୁ ୨କିଲୋ ଗ୍ରାମ୍ ବ୍ରାଉନ୍‌ସୁଗାର, ନଗଦ ୫ହଜାର ୭ଶହ ଟଙ୍କା ସହ ମୋବାଇଲ ଜବତ କରିଥିଲେ ।

ବଡ଼ଭାଇ ଅମଜେତ ଖାନ୍‌କୁ କରାଯାଇଥିବା ବେଳେ ସାନଭାଇ ସାବିର ଖାନ୍ କୌଶଳକ୍ରମେ ଖସି ପଳାଇ ଥିଲେ । ଏ ସମ୍ପର୍କରେ ଅବକାରୀ ଥାନାରେ ୨୧ସି ଏନ୍‌ଡ଼ିପିଏସ୍ ଆକ୍ଟ ମୂଳେ ଏକ ମାମଲା (ନଂ. ୨୮୮/୨୪-୨୫) ରୁଜୁ ହୋଇଛି । ଗିରଫ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି । ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ ହାଜତକୁ ପଠାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦାୟିତ୍ୱରୁ ଦୂରେଇ ଯାଉଛି ପୋଲିସର ମାନବାଧିକାର ସୁରକ୍ଷା ସେଲ୍‌

କଟକ ସଦର, ୧୪/୯ (ସୁଶାନ୍ତ କୁମାର ଜେନା): ବିଭିନ୍ନ ଫୌଜଦାରୀ ମାମଲାର ରାୟକୁ ସୁପ୍ରିମକୋର୍ଟ ଓ ହାଇକୋର୍ଟ ସମୟକୁ ସମୟ ସମୀକ୍ଷା କରି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ…

ଆସନ୍ତାକାଲି ନୂଆଖାଇ: ପୂଜା ପାଇଁ ଘର ଘର ବୁଲି ଚାଉଳ ସଂଗ୍ରହ

କେସିଙ୍ଗା, ୧୪।୯ (ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇକୁ ନେଇ ସବୁଠି ଉତ୍ସାହ ଓ ଆନନ୍ଦର ପରିବେଶ। ଆସନ୍ତାକାଲି ନୂଆଖାଇ ପାଳନ ହେବାକୁ ଥିବାବେଳେ ଗରିବଠାରୁ…

‘ଢେମ୍‌ସା ନୃତ୍ୟ ଆନ୍ଧ୍ରପ୍ରଦେଶର’ ଗୁଗ୍‌ଲରେ ଉଲ୍ଲେଖ ନେଇ ବଢ଼ୁଛି ଅସନ୍ତୋଷ

ପଟ୍ଟାଙ୍ଗି,୧୪ା୯(ଶରତ କୁମାର ଧଳ):କୋରାପୁଟ କଫି ଏବେ ବ୍ରିକ୍ସ ସମ୍ମିଳନୀରେ ବିଶ୍ୱ ପ୍ରତିନିଧିମାନଙ୍କୁ ପରଷା ଯାଉଛି। କୋରାପୁଟ କଫିକୁ ବିଶ୍ୱ ଦରବାରରେ ପରିଚିତ କରାଇବା ପାଇଁ ଚେଷ୍ଟା ଜାରି…

ଧରାପଡ଼ିଲା ଓରାଙ୍ଗଉଟାନର ଚାଲାଣର ମାଷ୍ଟରମାଇଣ୍ଡ୍‌: ଏହି ୨ ଜଣ କରୁଥିଲେ…

ଭୁବନେଶ୍ୱର/ଭୋଗରାଇ,୧୪ା୯ (ତ୍ରିନାଥ ମହାନ୍ତି/ପ୍ରଦୀପ ଦାସ):ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗ୍‌ଉଟାନ ଶାବକ ଉଦ୍ଧାର ଘଟଣାରେ ଅନ୍ତର୍ଜାତୀୟ ଚୋରା ଚାଲାଣକାରୀଙ୍କ ଲିଙ୍କ୍‌ ରହିଛି। ପଶ୍ଚିବଙ୍ଗ ଦୀଘାସ୍ଥିତ ଗ୍ରାଣ୍ଡ୍‌ ହେରିଟେଜ୍‌…

ଏଆଇ ପ୍ରତି ସତର୍କତା

ଇରାନ ଓ ଆମେରିକା ମଧ୍ୟରେ ଯୁଦ୍ଧ ଲାଗି ରହିଛି। ଇତିମଧ୍ୟରେ ୟେମେନ୍‌ର ଇରାନ ସମର୍ଥିତ ହାଉତି ବିଦ୍ରୋହୀମାନେ ଲୋହିତ ସାଗରର ଦକ୍ଷିଣ ପ୍ରବେଶ ପଥରେ ଥିବା ‘ମାୟୁନ୍‌’…

‘ବ୍ରିକ୍ସ ଥାଳି’ (BRICS Thali) କୁ ନେଇ ରାଜନୀତି ସରଗରମ; ନିରାମିଷ ଖାଦ୍ୟ ତାଲିକାକୁ ନେଇ କଂଗ୍ରେସ-ଭାଜପା ମଧ୍ୟରେ ରାଜନୈତିକ ଲଢ଼େଇ

ନୂଆଦିଲ୍ଲୀ,୧୪।୯: ନୂଆଦିଲ୍ଲୀରେ ଅନୁଷ୍ଠିତ ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀର ସଫଳ ସମାପ୍ତି ପରେ ଦେଶରେ ଏକ ନୂଆ ରାଜନୈତିକ ବିବାଦ ଦେଖାଦେଇଛି। ଏହି ବିବାଦ ସମ୍ମିଳନୀ ଅବସରରେ…

ମାରିଦେବ AI!

ଓ୍ବାଶିଂଟନ,୧୪ା୯: କୃତ୍ରିମ ବୁଦ୍ଧିମତ୍ତା (ଏଆଇ)ର ଦୁରୁପଯୋଗ ହୋଇପାରେ ବୋଲି ଆନ୍ଥ୍ରୋପିକ୍‌ ସିଇଓ ଡାରିଓ ଆମୋଦେଇ ଆଶଙ୍କା ବ୍ୟକ୍ତ କରିଛନ୍ତି। ତେଣୁ ଏଆଇର କ୍ଷମତା ବୃଦ୍ଧି ହାର କମାଇବା…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା

ନୂଆଦିଲ୍ଲୀ,୧୪ା୯(ପି.ଟି.): ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି)ଗୁଡ଼ିକ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟା ବୋଲି ବ୍ରିକ୍ସ ନେତାମାନେ ସ୍ବୀକାର କରିଛନ୍ତି ଏବଂ ଏକ ସୁସ୍ଥ ଜୀବନଶୈଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?