ପଛକୁ ପଛ ୨ଟି ଘୂର୍ଣ୍ଣିବଳୟ,ଝଡବର୍ଷା ସମ୍ଭାବନା : ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୬ା୬(ବନ୍ଦନା ସେଠୀ):ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲା ବିଶେଷକରି ଦକ୍ଷିଣ ଓଡ଼ିଶାରେ ବର୍ଷା ଲାଗି ରହିଛି। ଅପରପକ୍ଷେ ଉପକୂଳ ଓଡ଼ିଶାର କିଛି ଜିଲାରେ ଗତ ଦୁଇ ତିନିଦିନ ହେବ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ଅନୁଗୋଳରେ ସର୍ବାଧିକ ତାପମାତ୍ରା ୩୯.୧ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ ତାଳଚେର ୩୯, ସମ୍ବଲପୁର ୩୮.୬, ହୀରାକୁଦ ୩୮.୪, ଝାରସୁଗୁଡା ୩୮.୨, ବାରିପଦା, ବାଲେଶ୍ୱର ଏବଂ ନୂଆପଡ଼ା ୩୮, କଟକ ୩୭.୬ ଓ ଭୁବନେଶ୍ୱରରେ ୩୭.୨ ଡିଗ୍ରୀ ରହିଥିଲା। ତେବେ ଆଗାମୀ ୨ଦିନ ଅର୍ଥାତ୍‌ ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ପ୍ରଭାବ ଦେଖିବାକୁ ମିଳିବ। ତେବେ ପଛକୁ ପଛ ଦୁଇଟି ଘୂର୍ଣ୍ଣିବଳୟ ଆସୁଥିବାରୁ ଓ ଲଘୁଚାପ ସୃଷ୍ଟି ହେଲେ ରାଜ୍ୟରେ ଭଲ ବର୍ଷା ହେବ ବୋଲି ଆଶା କରାଯାଉଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଶୁକ୍ରବାର ଝଡ଼ବର୍ଷା ପାଇଁ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ରାୟଗଡା ଏବଂ ଗଜପତି ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

ଲଗାଣ ବର୍ଷାରେ ବେହାଲ ଥୁଆମୂଳ ରାମପୁର: ଧସିଲା ପାହାଡ଼, ଗଛ ପଡ଼ି ରାସ୍ତା ଅବରୋଧ

ଥୁଆମୂଳ ରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ‘ରେଡ୍‌ ୱାର୍ଣ୍ଣିଂ’ ଜାରି ହୋଇଥିବା ବେଳେ ଥୁଆମୂଳ ରାମପୁର ବ୍ଲକ୍‌ରେ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ମାନସିକ ଭିନ୍ନକ୍ଷମ ଯୁବତୀ ୮ ମାସର ଗର୍ଭବତୀ, ପ୍ରଶାସନିକ ସହାୟତା ଦାବି

କଲ୍ୟାଣସିଂହପୁର, ୨୫।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?