୨ ଦିନିଆ ହାଇଲାଇଫ୍‌ ଏକ୍‌ଜିବିଶନ ଉଦ୍‌ଘାଟିତ

ଭୁବନେଶ୍ୱର,୧୧।୧୦(ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ହାଇଲାଇଫ୍‌ ଏକ୍‌ଜିବିଶନ ପକ୍ଷରୁ ଏକ ୨ ଦିନିଆ ସ୍ବତନ୍ତ୍ର ପ୍ରଦର୍ଶନୀ ଭୁବନେଶ୍ୱରର ମେ ଫେୟାର କନ୍‌ଭେନଶନ ସେଣ୍ଟରଠାରେ ମଙ୍ଗଳବାର ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଉକ୍ତ ପ୍ରଦଶର୍ନରେ ୧୦୦ରୁ ଅଧିକ ଟପ୍‌ ଡିଜାଇନର ଅଂଶଗ୍ରହଣ କରିଥିବାବେଳେ ସେମାନଙ୍କର ଫ୍ୟାଶନ, ଷ୍ଟାଇଲ, ଡେକର ଏବଂ ଲକ୍‌ଜୁରି ସାମଗ୍ରୀ ପ୍ରଦର୍ଶନୀ ସାଙ୍ଗକୁ ବିକ୍ରୟ ପାଇଁ ଉପଲବ୍ଧ ହେଉଛି ବୋଲି ଆୟୋଜକଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଅପରପକ୍ଷରେ ମୁମ୍ବାଇ, ଚେନ୍ନାଇ, କୋଲକାତା, ନୂଆଦିଲ୍ଲୀ ସମେତ ହାଇଦ୍ରାବାଦ, ବାଙ୍ଗାଲୋର, ପାଟନା, ଅହମ୍ମଦାବାଦ, ଭୋପାଳ, ଆସାମ ଏବଂ ଜମ୍ମୁ ଓ କଶ୍ମୀରର ବ୍ୟବସାୟୀ ଓ ଡିଜାଇନରଙ୍କ ଦ୍ୱାରା ପ୍ରସ୍ତୁତ ସ୍ବତନ୍ତ୍ର କଲେକ୍ସନ ଓ ଅନ୍ୟାନ୍ୟ ବାସୋପଯୋଗୀ ସାମଗ୍ରୀ ଉକ୍ତ ପ୍ରଦର୍ଶନୀରେ ଉପଲବ୍ଧ। ଏପରିକି ଗ୍ରାହକଙ୍କ ପାଇଁ ଘରକରଣା ସାମଗ୍ରୀଠାରୁ ଆରମ୍ଭ କରି ପରିଧାନ ଓ ଫ୍ୟାଶନର ବିସ୍ତୃତ ବର୍ଗ ଉପଲବ୍ଧ। ଏ ସମ୍ପର୍କରେ ହାଇଲାଇଫ୍‌ର ଏମ୍‌ଡି ତଥା ସିଇଓ ଆବେୟ ପି ଡୋମିନକ କହିଛନ୍ତି, ଫ୍ୟାଶନ, ଷ୍ଟାଇଲ, ଡେକର ଓ ଲକ୍‌ଜରି ଭଳି ସାମଗ୍ରୀ ସହ ଟ୍ରେଣ୍ଡି ଡିଜାଇନର ଓ୍ବେରସ, େଓଡ୍ବିଂ କଲେକ୍ସନ, ଏଥେନିକ ଡିଜାଇନ ଏବଂ ଦୈନନ୍ଦନି ପରିଧାନଯୋଗ୍ୟ ଫ୍ୟାଶନ୍‌ ସହ ଆପାରେଲ ଆସୋସିରିଜ, ଜୁଏଲେରି ଏବଂ ସୁଜ୍‌ ଓ ଘର ପାଇଁ ଅନ୍ୟାନ୍ୟ ଫ୍ୟାଶନ୍‌ ସାମଗ୍ରୀ ଉଭୟ କାରବାର ଓ ପ୍ରଦର୍ଶନୀ ପାଇଁ ରହିଥିବା ସେ ବିସ୍ତୃତ ଆଲୋକପାତ କରିଛନ୍ତି। ଉଲ୍ଲେଖଯୋଗ୍ୟ, ୨୦୨୩ ଅକ୍ଟୋବର ୧୦ ଓ ୧୧ ତାରିଖ (୨ ଦିନିଆ) ଉକ୍ତ ପ୍ରଦର୍ଶନୀ ମେ ଫେୟାର କନ୍‌ଭେନଶନ ସେଣ୍ଟରଠାରେ ସକାଳ ୧୦ ଘଟିକାରୁ ସନ୍ଧ୍ୟା ୮ ଘଟିକା ପର୍ଯ୍ୟନ୍ତ ଜାରି ରହିବ।


Enter your email to get our daily news in your inbox.

All Right Reserved By Dharitri.Com

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri