ନଭେମ୍ବରରେ ୨ ଦିନିଆ ଅନ୍ତର୍ଜାତୀୟ ମିଲେଟ୍‌ ସମ୍ମିଳନୀ

ଭୁବନେଶ୍ୱର,୭ା୯(ଅନିଲ ଦାସ): ମିଲେଟ୍‌ର ବହୁଳ ବ୍ୟବହାର, ଚାଷର ପ୍ରଚାର ଓ ପ୍ରସାର ଉଦ୍ଦେଶ୍ୟରେ ଆସନ୍ତା ନଭେମ୍ବର ୯ ଓ ୧୦ ଦୁଇଦିନ ଧରି ଭୁବନେଶ୍ୱର ଜନତା ମଇଦାନରେ ଅନ୍ତର୍ଜାତୀୟ ମିଲେଟ୍‌ ସମ୍ମିଳନୀ ଅନୁଷ୍ଠିତ ହେବ। ମାଣ୍ଡିଆ ବା ମିଲେଟ୍‌ ଜାତୀୟ ଖାଦ୍ୟ ଶସ୍ୟର ଘରୋଇ ବ୍ୟବହାର ବୃଦ୍ଧି, ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ମିଲେଟ୍‌ ଖାଦ୍ୟ ସଂସ୍କୃତିର ପୁନରୁଦ୍ଧାର, ଜମିର ବିହନ ପ୍ରଣାଳୀ ମାଧ୍ୟମରେ ବାଜରା ଜମିର ସଂରକ୍ଷଣ ଏବଂ ପ୍ରୋତ୍ସାହନ ଦେବା ଏହି ସମ୍ମିଳନୀର ମୁଖ୍ୟ ଉଦ୍ଦେଶ୍ୟ।

ଏ ନେଇ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଆୟୋଜିତ ରାଜ୍ୟସ୍ତରୀୟ ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଛି। ମାଣ୍ଡିଆ ଉତ୍ପାଦନ କ୍ଷେତ୍ରରେ ସଦ୍ୟତମ ଗବେଷଣା, ଚାଷ ଅଭ୍ୟାସ, ମୂଲ୍ୟଯୁକ୍ତ ଉତ୍ପାଦନ ପ୍ରତି ଧ୍ୟାନ ଦେବା ସହିତ ଆୟୋଜନ ହେବାକୁ ଥିବା ସମ୍ମିଳନୀ ଯେପରି ଅନ୍ତର୍ଜାତୀୟ ସ୍ତରର ହୋଇପାରିବ, ସେଥିପ୍ରତି ଦୃଷ୍ଟି ଦେବାକୁ ମୁଖ୍ୟ ଶାସନ ସଚିବ ଗୁରୁତ୍ୱ ଦେଇଛନ୍ତି। ଅମଳ ପରବର୍ତ୍ତୀ ଏବଂ ପ୍ରାଥମିକ ପ୍ରକ୍ରିୟାକରଣ ଉଦ୍ୟୋଗକୁ ପ୍ରୋତ୍ସାହନ, ବାଜରାଭିତ୍ତିକ ଫସଲ ପ୍ରଣାଳୀର ଉତ୍ପାଦକତାରେ ଉନ୍ନତି, ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ମୂଲ୍ୟଯୁକ୍ତ ଉଦ୍ୟୋଗକୁ ପ୍ରୋତ୍ସାହନ ଦେବା ଏହି ସମ୍ମିଳନୀର ଲକ୍ଷ୍ୟ ରହିଛି।

ଓଡ଼ିଶା ମିଲେଟ୍‌ ମିଶନରେ ପୂର୍ବରୁ ସାମିଲ ଥିବା ୧୯ଟି ଜିଲାର ୧୪୩ଟି ବ୍ଲକକୁ ପରିବର୍ଦ୍ଧିତ କରାଯାଇ ଏବେ ୩୦ଟି ଜିଲାର ୧୭୭ ବ୍ଲକକୁ ଅନ୍ତର୍ଭୁକ୍ତ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଓଡ଼ିଶା କ୍ୟାବିନେଟ ବୈଠକରେ ୨୦୨୩-୨୪ରୁ ୨୦୨୬-୨୭ ପର୍ଯ୍ୟନ୍ତ ଓଡ଼ିଶା ମିଲେଟ ମିଶନକୁ ଅନୁମୋଦନ ମିଳିଛି। ଚଳିତ ଆର୍ଥିକ ବର୍ଷରେ ୧.୫ ଲକ୍ଷ ହେକ୍ଟର ଜମିରେ ମିଲେଟ୍‌ ଚାଷ କରିବା ଲକ୍ଷ୍ୟ ରଖାଯାଇଛି। ଏଥିରେ ୨.୨ ଲକ୍ଷରୁ ଊର୍ଦ୍ଧ୍ୱ କୃଷକ ସାମିଲ ହେବେ। ଓସେପା, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସହଯୋଗରେ ଛାତ୍ରୀଛାତ୍ରଙ୍କୁ ସାମିଲ କରିବା ପାଇଁ ମିଲେଟ୍‌ କୁଇଜ୍‌ ପ୍ରତିଯୋଗିତା, ପ୍ରବନ୍ଧ ପ୍ରତିଯୋଗିତା, ଏକ୍ସପୋଜର୍‌ ଭିଜିଟ୍‌, ଫୁଡ୍‌ ଫେଷ୍ଟିଭାଲ୍‌, ଗ୍ରାମୀଣ ଇତିହାସ କାର୍ଯ୍ୟକ୍ରମ ପାଇଁ ଏକ ବିସ୍ତୃତ ଆକ୍ସନ୍‌ ପ୍ଲାନ୍‌ ପ୍ରସ୍ତୁତ କରାଯାଇଛି।

ଓଡ଼ିଶା ମିଲେଟ୍‌ ମିଶନର କୃଷକ, ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଓ ଅନ୍ୟ ଅଂଶୀଦାରଙ୍କ ସଫଳତାର କାହାଣୀ ଏଥିରେ ପ୍ରଦର୍ଶିତ ହେବ। ଏହି ବୈଠକରେ ଉନ୍ନୟନ କମିଶନର ଅନୁ ଗର୍ଗ, କୃଷି ଓ କୃଷକ ସଶକ୍ତୀକରଣ ସଚିବ ଅରବିନ୍ଦ କୁମାର ପାଢ଼ୀ, ମିଶନ ଶକ୍ତି ବିଭାଗ କମିଶନର ତଥା ଶାସନ ସଚିବ ସୁଜାତା କାର୍ତ୍ତିକେୟନ୍‌, କୃଷି ବିଭାଗ ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧାରୀ, ଗୃହ ବିଭାଗ ସ୍ବତନ୍ତ୍ର ଶାସନ ସଚିବ ସନ୍ତୋଷ ବାଲାଙ୍କ ସମେତ ଅନ୍ୟ ପଦାଧିକାରୀମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

ଭୟରେ ଥରହର ଅର୍ପିତା ଚୌଧୁରୀ: କଲେ ଏମିତି କାମ

କଟକ,୩୧।୧୨(କାର୍ତ୍ତିକ ସାହୁ):ଓଡ଼ିଆ ସଙ୍ଗୀତ ଜଗତର ପ୍ରତିଷ୍ଠିତ ଗାୟକ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ ମଙ୍ଗଳବାର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ...

ନୂଆବର୍ଷରେ ପ୍ରବଳ ଶୀତ: ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ...

ରଙ୍ଗ ବଦଳୁଛି

ନିଶ୍ଚିତ ଭାବେ କୁହାଯାଇପାରେ, ପରିବେଶ ଓ ପରିସଂସ୍ଥାନ ବିଗିଡ଼ିଗଲେ ତାହାର ପ୍ରଭାବ ପ୍ରାଣୀ ଓ ଉଦ୍ଭିଦଜଗତ ଉପରେ ପଡ଼ିବ। ନିଜର ସ୍ବାର୍ଥ ସାଧନ ପାଇଁ ପ୍ରକୃତିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri