ନଭେମ୍ବରରେ ୨ ଦିନିଆ ଅନ୍ତର୍ଜାତୀୟ ମିଲେଟ୍‌ ସମ୍ମିଳନୀ

ଭୁବନେଶ୍ୱର,୭ା୯(ଅନିଲ ଦାସ): ମିଲେଟ୍‌ର ବହୁଳ ବ୍ୟବହାର, ଚାଷର ପ୍ରଚାର ଓ ପ୍ରସାର ଉଦ୍ଦେଶ୍ୟରେ ଆସନ୍ତା ନଭେମ୍ବର ୯ ଓ ୧୦ ଦୁଇଦିନ ଧରି ଭୁବନେଶ୍ୱର ଜନତା ମଇଦାନରେ ଅନ୍ତର୍ଜାତୀୟ ମିଲେଟ୍‌ ସମ୍ମିଳନୀ ଅନୁଷ୍ଠିତ ହେବ। ମାଣ୍ଡିଆ ବା ମିଲେଟ୍‌ ଜାତୀୟ ଖାଦ୍ୟ ଶସ୍ୟର ଘରୋଇ ବ୍ୟବହାର ବୃଦ୍ଧି, ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ମିଲେଟ୍‌ ଖାଦ୍ୟ ସଂସ୍କୃତିର ପୁନରୁଦ୍ଧାର, ଜମିର ବିହନ ପ୍ରଣାଳୀ ମାଧ୍ୟମରେ ବାଜରା ଜମିର ସଂରକ୍ଷଣ ଏବଂ ପ୍ରୋତ୍ସାହନ ଦେବା ଏହି ସମ୍ମିଳନୀର ମୁଖ୍ୟ ଉଦ୍ଦେଶ୍ୟ।

ଏ ନେଇ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଆୟୋଜିତ ରାଜ୍ୟସ୍ତରୀୟ ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଛି। ମାଣ୍ଡିଆ ଉତ୍ପାଦନ କ୍ଷେତ୍ରରେ ସଦ୍ୟତମ ଗବେଷଣା, ଚାଷ ଅଭ୍ୟାସ, ମୂଲ୍ୟଯୁକ୍ତ ଉତ୍ପାଦନ ପ୍ରତି ଧ୍ୟାନ ଦେବା ସହିତ ଆୟୋଜନ ହେବାକୁ ଥିବା ସମ୍ମିଳନୀ ଯେପରି ଅନ୍ତର୍ଜାତୀୟ ସ୍ତରର ହୋଇପାରିବ, ସେଥିପ୍ରତି ଦୃଷ୍ଟି ଦେବାକୁ ମୁଖ୍ୟ ଶାସନ ସଚିବ ଗୁରୁତ୍ୱ ଦେଇଛନ୍ତି। ଅମଳ ପରବର୍ତ୍ତୀ ଏବଂ ପ୍ରାଥମିକ ପ୍ରକ୍ରିୟାକରଣ ଉଦ୍ୟୋଗକୁ ପ୍ରୋତ୍ସାହନ, ବାଜରାଭିତ୍ତିକ ଫସଲ ପ୍ରଣାଳୀର ଉତ୍ପାଦକତାରେ ଉନ୍ନତି, ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ମୂଲ୍ୟଯୁକ୍ତ ଉଦ୍ୟୋଗକୁ ପ୍ରୋତ୍ସାହନ ଦେବା ଏହି ସମ୍ମିଳନୀର ଲକ୍ଷ୍ୟ ରହିଛି।

ଓଡ଼ିଶା ମିଲେଟ୍‌ ମିଶନରେ ପୂର୍ବରୁ ସାମିଲ ଥିବା ୧୯ଟି ଜିଲାର ୧୪୩ଟି ବ୍ଲକକୁ ପରିବର୍ଦ୍ଧିତ କରାଯାଇ ଏବେ ୩୦ଟି ଜିଲାର ୧୭୭ ବ୍ଲକକୁ ଅନ୍ତର୍ଭୁକ୍ତ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଓଡ଼ିଶା କ୍ୟାବିନେଟ ବୈଠକରେ ୨୦୨୩-୨୪ରୁ ୨୦୨୬-୨୭ ପର୍ଯ୍ୟନ୍ତ ଓଡ଼ିଶା ମିଲେଟ ମିଶନକୁ ଅନୁମୋଦନ ମିଳିଛି। ଚଳିତ ଆର୍ଥିକ ବର୍ଷରେ ୧.୫ ଲକ୍ଷ ହେକ୍ଟର ଜମିରେ ମିଲେଟ୍‌ ଚାଷ କରିବା ଲକ୍ଷ୍ୟ ରଖାଯାଇଛି। ଏଥିରେ ୨.୨ ଲକ୍ଷରୁ ଊର୍ଦ୍ଧ୍ୱ କୃଷକ ସାମିଲ ହେବେ। ଓସେପା, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସହଯୋଗରେ ଛାତ୍ରୀଛାତ୍ରଙ୍କୁ ସାମିଲ କରିବା ପାଇଁ ମିଲେଟ୍‌ କୁଇଜ୍‌ ପ୍ରତିଯୋଗିତା, ପ୍ରବନ୍ଧ ପ୍ରତିଯୋଗିତା, ଏକ୍ସପୋଜର୍‌ ଭିଜିଟ୍‌, ଫୁଡ୍‌ ଫେଷ୍ଟିଭାଲ୍‌, ଗ୍ରାମୀଣ ଇତିହାସ କାର୍ଯ୍ୟକ୍ରମ ପାଇଁ ଏକ ବିସ୍ତୃତ ଆକ୍ସନ୍‌ ପ୍ଲାନ୍‌ ପ୍ରସ୍ତୁତ କରାଯାଇଛି।

ଓଡ଼ିଶା ମିଲେଟ୍‌ ମିଶନର କୃଷକ, ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଓ ଅନ୍ୟ ଅଂଶୀଦାରଙ୍କ ସଫଳତାର କାହାଣୀ ଏଥିରେ ପ୍ରଦର୍ଶିତ ହେବ। ଏହି ବୈଠକରେ ଉନ୍ନୟନ କମିଶନର ଅନୁ ଗର୍ଗ, କୃଷି ଓ କୃଷକ ସଶକ୍ତୀକରଣ ସଚିବ ଅରବିନ୍ଦ କୁମାର ପାଢ଼ୀ, ମିଶନ ଶକ୍ତି ବିଭାଗ କମିଶନର ତଥା ଶାସନ ସଚିବ ସୁଜାତା କାର୍ତ୍ତିକେୟନ୍‌, କୃଷି ବିଭାଗ ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧାରୀ, ଗୃହ ବିଭାଗ ସ୍ବତନ୍ତ୍ର ଶାସନ ସଚିବ ସନ୍ତୋଷ ବାଲାଙ୍କ ସମେତ ଅନ୍ୟ ପଦାଧିକାରୀମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଦୃଶ୍ୟମ ୩’କୁ ନେଇ ବଢୁଛି କ୍ରେଜ୍‌: ଓପନିଂ ଡେ’ରେ ୫୦ କୋଟି ଟାର୍ଗେଟ୍‌

ମୁମ୍ବାଇ: ବଲିଉଡ୍ର ଲୋକପ୍ରିୟ ସସ୍ପେନ୍ସ-ଥ୍ରିଲର୍‌ ଫ୍ରାଞ୍ଚାଇଜ ‘ଦୃଶ୍ୟମ’ର ତୃତୀୟ ଭାଗକୁ ନେଇ ଦର୍ଶକଙ୍କ ଉତ୍ସାହ ବଢ଼ିବାରେ ଲାଗିଛି। ଅଜୟ ଦେବଗନଙ୍କ ଅଭିନୀତ ‘ଦୃଶ୍ୟମ ୩’ ୨ ଅକ୍ଟୋବର…

ଉନ୍ନତ ଡାଇଗ୍ନୋଷ୍ଟିକ୍‌ ସେବା ଯୋଗାଇବେ ନ୍ୟୁବର୍ଗ-ପ୍ରୋଲାଇଫ୍‌

ଭୁବନେଶ୍ୱର, ୨୪ା୯(ସନ୍ତୋଷ କୁମାର ବେହେରା): ଦେଶର ଅଗ୍ରଣୀ ନ୍ୟୁବର୍ଗ ଡାଇଗ୍ନୋଷ୍ଟିକ୍ସ ସମଗ୍ର ଓଡ଼ିଶାରେ ଉଚ୍ଚମାନର ସୁଲଭ ତଥା ଉନ୍ନତମାନର ଡାଇଗ୍ନୋଷ୍ଟିକ ସେବା ଉପଲବ୍ଧ କରାଇବା ପାଇଁ ଭୁବନେଶ୍ୱରସ୍ଥିତ…

୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର: ଏମାନଙ୍କୁ ମିଳିବ ୧.୫୨ ଲକ୍ଷ ଟଙ୍କା…

ନୂଆଦିଲ୍ଲୀ,୨୫।୯: ୮ମ ବେତନ କମିଶନକୁ ନେଇ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି। ନୂଆ ବେତନ ବ୍ୟବସ୍ଥା ଲାଗୁ ହେଲେ ଦରମା କେତେ ବଢ଼ିବ, ଏହାକୁ…

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…

୧୩୨ କେଭି ଲାଇନ୍‌ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର…

କେବଳ ଭାରତ ନୁହେଁ, ୧୧ ଦେଶରେ ବି ଲାଗିବ UPI ଚାର୍ଜ: ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୨୫।୯: ଭାରତରେ UPI ପେମେଣ୍ଟ ଉପରେ ପ୍ରସ୍ତାବିତ ନୂଆ Merchant Discount Rate (MDR)କୁ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। ୧୫ ଅକ୍ଟୋବର ୨୦୨୬ରୁ ଲାଗୁ…

ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍‌

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…

କୋମଲ ରାଣୀଙ୍କ ସହ ଲାଲବାଗଚା ଦର୍ଶନ: ମୁହଁ ଖୋଲିଲେ ଗୋବିନ୍ଦା, ମୋ ଛବି ଖରାପ…

ମୁମ୍ବାଇ,୨୫।୯: ୯୦ ଦଶକର ଲୋକପ୍ରିୟ ଅଭିନେତା ଗୋବିନ୍ଦା ପୁଣିଥରେ ବଲିଉଡ୍‌ରେ କମବ୍ୟାକ୍‌ କରିବାକୁ ପ୍ରସ୍ତୁତ ହେଉଛନ୍ତି । ଏହାରି ଭିତରେ ତାଙ୍କ ଆଗାମୀ ଫିଲ୍ମ ‘ରୂପା’ର କୋ-ଷ୍ଟାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?