ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି ବିଧାୟକ ଡ଼. ସିଦ୍ଧାନ୍ତ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଆସନ୍ତା ଜୁଲାଇ ୨୦ ଏବଂ ୨୧ ଦୁଇଦିନ ଧରି ବଜାର ଗାନ୍ଧୀ ଛକରେ ଏହି ମହୋତ୍ସବ କରିବାକୁ ନିଷ୍ପତ୍ତି ନିଆଯାଇଛି । ଖେମୁଣ୍ଡି ଲୋକକଳାର ପ୍ରଚାର ପ୍ରସାର ସହ ଖେମୁଣ୍ଡି ମାଟିର ଐତିହ୍ୟକୁ ସ୍ୱତନ୍ତ୍ର ପରିଚୟ ପ୍ରଦାନ ନିମନ୍ତେ ପ୍ରଥମ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ଗୁଡିକର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରାଯାଇଥିଲା ।

ମହୋତ୍ସବର ପ୍ରଥମ ଦିନରେ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ଖଣି ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ସାନଖେମୁଣ୍ଡି ବିଧାୟକ ରମେଶ ଚନ୍ଦ୍ର ଜେନା, ଚିକିଟି ବିଧାୟକ ମନୋରଞ୍ଜନ ଦ୍ୟାନସାମନ୍ତରା, ଛତ୍ରପୁର ବିଧାୟକ କୃଷ୍ଣ ନାୟକ, ବ୍ରହ୍ମପୁର ବିଧାୟକ କେ. ଅନିଲ କୁମାରଙ୍କ ସମେତ ସ୍ଥାନୀୟ ଲୋକ ପ୍ରତିନିଧିମାନଙ୍କୁ ଏବଂ ଦ୍ଵିତୀୟ ଦିବସରେ ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର, ଗଞ୍ଜାମ ଜିଲାପାଳଙ୍କ ସମେତ ବିଭିନ୍ନ ପ୍ରଶାସନିକ ଅଧିକାରୀଙ୍କୁ ନିମନ୍ତ୍ରଣ କରାଯିବ ବୋଲି ଆଜିର ବୈଠକରେ ଚୂଡାନ୍ତ ନିଷ୍ପତ୍ତି ନିଆଯାଇଥିଲା।

ବୈଠକରେ ସଂସ୍କୃତି ଗବେଷକ ଡ଼. କୃଷ୍ଣଚନ୍ଦ୍ର ନିଃଶଙ୍କ, ଏନଏସି ଅଧ୍ୟକ୍ଷ ପ୍ରଫୁଲ ପଣ୍ଡା, ତହସିଲଦାର ସନ୍ତୋଷ କୁମାର ସାହୁ, ଏନଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ଅବିନାଶ ମିଶ୍ର, ବିଚିତ୍ର ବର୍ଣ୍ଣାଳି ନାଟ୍ୟ ସଂସଦ ସଭାପତି ବିଶ୍ୱନାଥ ସାହୁ, ସମ୍ପାଦକ ଆଲୋକ ବିଷୋୟୀ, କାଉନସିଲର ସୁନିଲ କୁମାର ପଣ୍ଡା, ଲୋକକଳା ବିଶେଷଜ୍ଞ ସନ୍ତୋଷ କୁମାର ପାଢ଼ୀ, ବିପିନ ବିହାରୀ ଦାଶ, ରଘୁନାଥ ପାଣିଗ୍ରାହୀ, ଅରୁଣ କୁମାର ସାହୁ, କଳା ପ୍ରଶିକ୍ଷକ ପ୍ରଭାତ ପାଢ଼ୀ ଙ୍କ ସମେତ ବିଚିତ୍ର ବର୍ଣ୍ଣାଳି ନାଟ୍ୟ ସଂସଦର ବହୁ ସଦସ୍ୟ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଚନ୍ଦ୍ରବାବୁ, ୨୦୪୭ ସୁଦ୍ଧା ଭାରତ…

ଅମରାବତୀ,୧୨।୭: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଭାରତ ବିଶ୍ୱ ସ୍ତରରେ…

ପୁରୁଷୋତ୍ତମପୁର ରଥଯାତ୍ରା ନେଇ ପୋଲିସର ପ୍ରସ୍ତୁତି

ପୁରୁଷୋତ୍ତମପୁର,୧୨ା୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ରଥଯାତ୍ରାର ସୁପରିଚାଳନା ନେଇ ଏକ ପ୍ରସ୍ତୁତି ବୈଠକ ଆଇଆଇସି କୁଳମଣିସେଠୀଙ୍କ ତତ୍ତ୍ୱାବଧାନରେ ରବିବାର ଅନୁଷ୍ଠିତ ହୋଇଯାଇଛି।…

କନ୍ଧମାଳରୁ ଗଞ୍ଜେଇ ଚଲାଣ ବେଳେ ମାଡ଼ି ବସିଲା ପୋଲିସ, ଆଉ ତା’ପରେ…

ଭଞ୍ଜନଗର,୧୨।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବୁଗୁଡ଼ା ଥାନା…

ଡେଲିଭରି ବୟର ସଙ୍ଗୀନ କାରନାମା! ଅର୍ଡର ଦେବା ପରେ ପଶିଲେ, ମହିଳାଙ୍କୁ ପ୍ରାଇଭେଟ୍ ପାର୍ଟ…

ବେଙ୍ଗାଲୁରୁ,୧୨।୭: ଶନିବାର ବେଙ୍ଗାଲୁରୁରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଡେଲିଭରି ଏଜେଣ୍ଟ ଘରେ ଜୋରଜବରଦସ୍ତ ପ୍ରବେଶ କରି ମହିଳାଙ୍କ ସମ୍ମୁଖରେ ଅଶ୍ଳୀଳ କାର୍ଯ୍ୟ…

ଜାତୀୟସ୍ତରରେ ସମ୍ମାନିତ ହେଲେ ବ୍ରାହ୍ମଣୀଗାଁର ଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି, ୧୨ା୭ (ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ୍‌ ବ୍ରାହ୍ମଣୀଗାଁ ଅଞ୍ଚଳରର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ା ପୁଣିଥରେ ଜାତୀୟସ୍ତରରେ ସମ୍ବର୍ଦ୍ଧିତ ହୋଇ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି।…

ଭଗ୍ନ ସରକାରୀ କାର୍ଯ୍ୟାଳୟରେ ଖାଲି କଫ ସିରପ ଶିଶି, ଅଞ୍ଚଳବାସୀ କହିଲେ…

କର୍ଲାମୁଣ୍ଡା,୧୨ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲାର କର୍ଲାମୁଣ୍ଡା ବ୍ଲକର ଏକ ପରିତ୍ୟକ୍ତ ଉଦ୍ୟାନ ବିଭାଗ କାର୍ଯ୍ୟାଳୟ ପରିସରରେ ବହୁ ସଂଖ୍ୟକ କଫ ସିରପର ଖାଲି ଶିଶି ପଡ଼ିଥିବା…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରକ, ଚାଲିଗଲା ବାପାଙ୍କ ସହ ୨ ପୁଅଙ୍କ ଜୀବନ

ଉମରକୋଟ,୧୨।୭(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଦେଓଭରଣ୍ଡୀଠାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ବାଇକ୍‌ ଉପରେ ଚଢ଼ିଯିବ ଫଳରେ ବାପାଙ୍କ…

ପ୍ରଭାତ ଭାଜପାରେ ସାମିଲ ହେବା ପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ, ବିଜେଡିରେ ଭୂକମ୍ପ….

ଭୁବନେଶ୍ବର,୧୨ା୭: ଭାଜପାରେ ମିଶିଲେ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri