ଆଜିଠୁ ଭାଜପାର ୨ ଦିନିଆ ରାଷ୍ଟ୍ରୀୟ ଅଧିବେଶନ

ଭୁବନେଶ୍ୱର,୧୭।୨(ସୁନିତ୍‌ ମିଶ୍ର): ଭାଜପାର ୨ ଦିନିଆ ରାଷ୍ଟ୍ରୀୟ ଅଧିବେଶନ ଶନିବାର ଠାରୁ ନୂଆଦିଲ୍ଲୀଠାରେ ଅନୁଷ୍ଠିତ ହେବ। ଏହି ଅଧିବେଶନରେ ଆଗାମୀ ସାଧାରଣ ନିର୍ବାଚନର ଚୂଡ଼ାନ୍ତ ରଣନୀତି ପ୍ରସ୍ତୁତ କରାଯିବ। ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡା ରାଷ୍ଟ୍ରୀୟ ଅଧିବେଶନକୁ ଉଦ୍‌ଘାଟନ କରିବେ ବୋଲି ଦଳର ରାଜ୍ୟ ମୁଖପାତ୍ର ସଜ୍ଜନ ଶର୍ମା ସୂଚନା ଦେଇଛନ୍ତି। ଏକ ପ୍ରେସ୍‌ ବିଜ୍ଞପ୍ତି ଜରିଆରେ ସଜ୍ଜନ କହିଛନ୍ତି, ଏହି ଅଧିବେଶନରେ ସମସ୍ତ ରାଷ୍ଟ୍ରୀୟ ପଦାଧିକାରୀ ଓ କାର୍ଯ୍ୟକାରିଣୀ ସଦସ୍ୟ, ରାଷ୍ଟ୍ରୀୟ ପରିଷଦ ସଦସ୍ୟ, ଏମ୍‌ପି, ବିଧାୟକ, ପୂର୍ବତନ ଏମ୍‌ପି, ରାଜ୍ୟ ପଦାଧିକାରୀ, ରାଜ୍ୟ ମୋର୍ଚ୍ଚାର ରାଜ୍ୟ ସଭାପତି ଓ ସାଧାରଣ ସମ୍ପାଦକ, ରାଜ୍ୟ କୋର୍‌ କମିଟି, ନିର୍ବାଚନ କମିଟି, ଶୃଙ୍ଖଳା କମିଟି, ଅର୍ଥ କମିଟି ସଦସ୍ୟ, ଲୋକ ସଭା ପ୍ରଭାରୀ, ସଂଯୋଜକ, ବିସ୍ତାରକ, ରାଜ୍ୟ ମୁଖପାତ୍ର, ଗଣମାଧ୍ୟମ ଓ ସାମାଜିକ ଗଣମାଧ୍ୟମ ରାଜ୍ୟ ସଂଯୋଜକ, ଜିଲା ସଭାପତି ଓ ପ୍ରଭାରୀ, ସମସ୍ତ ପ୍ରକୋଷ୍ଠର ରାଜ୍ୟ ସଂଯୋଜକମାନେ ଯୋଗଦେବେ। ଆସନ୍ତା ୧୮ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରୀୟ ଅଧିବେଶନର ସମାପନ କାର୍ଯ୍ୟକ୍ରମରେ ଯୋଗଦେଇ ଅଭିଭାଷଣ ପ୍ରଦାନ କରିବେ। ରାଷ୍ଟ୍ରୀୟ ଅଧିବେଶନରେ ଯୋଗଦେବା ପାଇଁ ଓଡ଼ିଶାରୁ ସମସ୍ତ ନେତୃବୃନ୍ଦ ଦିଲ୍ଲୀ ଯାଇଛନ୍ତି ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ରିଫିଲିଂ ବେଳେ ଭୟଙ୍କର ବିସ୍ଫୋରଣ: ଜଳିଲା…

ଭୁବନେଶ୍ୱର,୨୧।୩: ଭରତପୁର ଥାନା କଳିଙ୍ଗନଗରରେ ବିସ୍ଫୋରଣ ଘଟି ଜଣେ ଗୁରୁତର ହୋଇଛନ୍ତି। ଉକ୍ତ ବେଆଇନ ଗ୍ୟାସ ଡିପୋରେ ଭୟଙ୍କର ବିସ୍ଫୋରଣ ଘଟିଛି। ଏଥିରେ ଛାତ ଉଡି ଯାଇଥିବାବେଳେ…

ଇଦ୍‌ରେ ଝିଅ ସୋଫିଆଙ୍କୁ ନେଇ ବଡ଼ କଥା କହିଦେଲେ ବାପା ମୋକିମ୍‌, ଭବିଷ୍ୟତରେ ଭାଜପା…

ଭୁବନେଶ୍ୱର,୨୧ା୩: ଆଜି ଇଦ୍‌ ପାଳନ ଅବସରରେ ମହମ୍ମଦ ମୋକିମ୍‌ ଝିଅ ସୋଫିଆ ଫିର୍ଦ୍ଦୋସଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି, ମୁଁ ନୂଆ ପାର୍ଟି…

ବାସନ ମାଜିଲେନି ସ୍ବାମୀ, ସ୍ତ୍ରୀ ଡାକିଲେ ପୋଲିସ: ଆଉ ତା’ପରେ ଘଟିଲା…

ଲକ୍ଷ୍ନୌ,୨୧।୩: ଉତ୍ତର ପ୍ରଦେଶର ଏକ ବସ୍ତିରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ମହିଳା ସାରେ ରାତ୍ରୀଭୋଜନ ପ୍ରସ୍ତୁତ କରିବାକୁ ତାଙ୍କ ରୋଷେଇ ଘରେ…

ସୁନା ୧୨,୫୦୦ ଟଙ୍କା, ରୂପା ହେଲା ୩୦ହଜାର ଟଙ୍କା ଶସ୍ତା, ଏକ୍ସପର୍ଟ କହିଲେ ଏହି ରେଟ ଯାଏ ଖସିବ…

ସୁନା ଓ ରୁପା ଦରରେ କ୍ରମାଗତ ଭାବେ ହ୍ରାସ ପରିଲକ୍ଷିତ ହେଉଛି । ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଭିତରେ ତୈଳ ଦର କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି…

ନୂଆ ଚିନି କଳ ସ୍ଥାନ ଚିହ୍ନଟ ପାଇଁ ନୟାଗଡରେ ଆଇପିଏଲ ଟେକ୍ନିକାଲ ଟିମ

ନୟାଗଡ଼,୨୧।୩(ଲୋକନାଥ ମିଶ୍ର): ନୟାଗଡ଼ରେ ନୂଆ ଚିନିଶିଳ୍ପ ଖୋଲିବା ନେଇ ମାର୍ଚ୍ଚ ୬ରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଘୋଷଣା କରିଥିଲେ। ଏପରିକି ଚିନି ଶିଳ୍ପ ଖୋଲିବା ନେଇ…

ବୋଲେରୋ ଧକ୍କାରେ ସଫେଇ କର୍ମଚାରୀ ମୃତ: ରାସ୍ତାରୋକୋ କରି ୫୦ଲକ୍ଷ ଟଙ୍କା କ୍ଷତିପୂରଣ ଦାବି କଲେ…

ପାଇକମାଳ,୨୧।୩( ବଡ ଶତପଥୀ) : ନୃସିଂହନାଥ ମନ୍ଦିରରେ କର୍ମରତ ସଫେଇ କର୍ମଚାରୀ ସକାଳେ ନିଜ କାମ ସାରି ପୁଅକୁ ମେଡିକାଲ ନେବା ପାଇଁ ଘରକୁ ବାଇକରେ ଫେରୁଥିବାବେଳେ…

ଯୁଦ୍ଧକୁ ଡେଇଁଲା ବ୍ରିଟେନ୍‌! କଲା ବଡ଼ ଘୋଷଣା, ଆମେରିକାକୁ…

ଲଣ୍ଡନ,୨୧।୩: ବ୍ରିଟିଶ ସରକାର ହର୍ମୁଜ ଷ୍ଟ୍ରେଟ୍‌ରେ ଆମେରିକା ଜାହାଜକୁ ଟାର୍ଗେଟ କରୁଥିବା ଇରାନୀ କ୍ଷେପଣାସ୍ତ୍ର ସ୍ଥାନଗୁଡ଼ିକ ଉପରେ ଆକ୍ରମଣ କରିବା ପାଇଁ ବ୍ରିଟିଶରେ ଅବସ୍ଥିତ ସାମରିକ ଘାଟି…

ରଥଯାତ୍ରା ପାଇଁ ବୁଗୁଡ଼ା ବନାଞ୍ଚଳରୁ ଗଲା ୧୬ ଖଣ୍ଡ ଫାଶି କାଠ

ବୁଗୁଡ଼ା,୨୧।୩(କାଳିଚରଣ ଦାଶ): ବୁଗୁଡ଼ା ପାଇଁ ଏକ ସୌଭାଗ୍ୟର ଦିନ। ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ତିଆରି ସକାଶେ ଦକ୍ଷିଣ ଘୁମୁସର ବନଖଣ୍ଡ ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri