ଅସମ୍ଭାଳ ଖରା, ରାୟଗଡାରେ ୨ ଦିନ ସ୍କୁଲ-କଲେଜ ଛୁଟି

ରାୟଗଡା,୨୩।୪(ସଙ୍କେତ ପାତ୍ର): ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାୟଗଡା ଜିଲାପାଳ ଆଶୁତୋଷ କୁଲକରନି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ଖରାକୁ ଦୃଷ୍ଟିରେ ରଖି ଆସନ୍ତା ୨ ଦିନ, ଅର୍ଥାତ୍ ଏପ୍ରିଲ ୨୪ ଓ ୨୫ (ଶୁକ୍ରବାର ଓ ଶନିବାର) ସମସ୍ତ ସ୍କୁଲ ଓ କଲେଜରେ ଛୁଟି ଘୋଷଣା କରାଯାଇଛି । ଏହି ନିଷ୍ପତ୍ତି ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ପାଇଁ ପ୍ରଯୁଜ୍ୟ ହେବ ବୋଲି ଜିଲାପାଳ ସ୍ପଷ୍ଟ କରିଛନ୍ତି ।

ତଥାପି, ଏହି ଛୁଟି ସମୟରେ ବିଦ୍ୟାଳୟ ଓ ସମସ୍ତ ଶିକ୍ଷାନୁଷ୍ଠାନର କାର୍ଯ୍ୟାଳୟ ଖୋଲା ରହିବ ଏବଂ ଆବଶ୍ୟକ ଅଫିସ କାର୍ଯ୍ୟ ସାଧାରଣ ଭାବେ ଚାଲିବ ବୋଲି ଉପଜିଲାପାଳ ଜଣାଇଛନ୍ତି । ପତ୍ର ସଂଖ୍ୟା ୩୩୯୩ ଅନୁସାରେ ଜିଲାର ସମସ୍ତ ବ୍ଲକ ଶିକ୍ଷା ଅଧିକାରୀ ଓ ଜିଲା ମଙ୍ଗଳ ଅଧିକାରୀ ସମେତ ସମସ୍ତ ସରକାରୀ, ବେସରକାରୀ ଓ ଅନୁଦାନ ପ୍ରାପ୍ତ ଶିକ୍ଷାନୁଷ୍ଠାନ ପ୍ରଧାନ ଶିକ୍ଷକ ଓ ଶିକ୍ଷୟତ୍ରୀିଙ୍କୁ ଏହି ସନ୍ଦର୍ଭରେ ଅବଗତ କରାଯାଇଛି।

ଉଲ୍ଲେଖନୀୟ ଯେ, ଗତ କିଛି ଦିନ ଧରି ଜିଲାରେ ତାପମାତ୍ରା ୩୮ ଡିଗ୍ରୀରୁ ୪୦ ଡିଗ୍ରୀ ରେକର୍ଡ କରାଯାଉଥିବା ବେଳେ ଅଂଶୁଘାତ ହେବାର ସମ୍ଭାବନା ଅଧିକ ରହିଛି । ଏହି ପରିସ୍ଥିତିରେ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଇ ଏହି ସମୟୋଚିତ ପଦକ୍ଷେପ ଗ୍ରହଣ କରାଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗାର ଦୁଇ ଜଣ ଓପିଏସସିଙ୍କୁ ସମ୍ବର୍ଦ୍ଧନା: ଗରିବଙ୍କ ସମସ୍ୟା ବୁଝିବାକୁ ଉଭୟଙ୍କୁ କହିଲେ ବିଡିଓ

କେସିଙ୍ଗା, ୧୬।୬ (ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୨ ଜଣ ଓପିଏସସିଙ୍କୁ ବୃନ୍ଦାବନ ସଂସ୍କୃତି ଅନୁଷ୍ଠାନ ପକ୍ଷରୁ ବିଏସଏର ନୂତନ ସଭାଗୃହରେ ମଙ୍ଗଳବାର…

ମୃତ୍ୟୁ ପୂର୍ବରୁ ମା’ଙ୍କୁ ହ୍ବାଟଆପ୍‌ରେ ଚାଟିଂ କରିଥିଲେ ଚନ୍ଦ୍ରିକା, କହି ଦେଇଥିଲେ ଏହି କଥା…

କଟକ,୧୬।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ଡିଜିଟାଲ ତଥ୍ୟ ସଂଗ୍ରହ ହୋଇଛି। ଉଦଳା ସ୍ଥିତ ଚନ୍ଦ୍ରିକାଙ୍କ ଘରୁ ତଥ୍ୟ ସଂଗ୍ରହ କରାଯାଇଥିବା କଟକ ଡିସିପି ……

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହିଦିନ ମିଳିବ ହିତାଧିକାରୀଙ୍କୁ ଭତ୍ତା ଟଙ୍କା!

ଭୁବନେଶ୍ୱର,୧୬।୬: ହିତାଧିକାରୀଙ୍କ ପାଇଁ ଆସିଲା ଖୁସିଖବର। ଖୁବ୍‌ଶୀଘ୍ର ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବ ଭତ୍ତା ଟଙ୍କା । ଏନେଇ ମଙ୍ଗଳବାର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ…

ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଲା କେପ୍‌ ଭର୍ଡେ

ଆଟଲାଣ୍ଟା,୧୫ା୬- ବିଶ୍ୱ ମାନ୍ୟତାର ୬୭ତମ ସ୍ଥାନରେ ଥିବା କେପ ଭର୍ଡେ ତା’ର ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଛି। ଟୁର୍ନାମେଣ୍ଟର ଅନ୍ୟତମ ଫେଭରିଟ ସ୍ପେନ ବିପକ୍ଷରେ ଖେଳାଯାଇଥିବା…

ଅଜଣା ରୋଗରେ ବହୁସଂଖ୍ୟକ ଛେଳି ମୃତ; ପ୍ରାଣୀ ବିଭାଗ ପାଖରେ ନାହିଁ ଖବର

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମ୍ମା, ଟିକରପଡ଼ା, ଢେପାପେଣ୍ଠ ପ୍ରଭୃତି ଗ୍ରାମମାନଙ୍କରେ ଗତ କିଛିଦିନ ହେଲା ଅଜଣା ରୋଗରେ…

ଥମୁନି ପଶୁ କାମୁଡ଼ା, ଟିକାକରଣ ଭରସାରେ ରୋଗୀ

ଛତ୍ରପୁର, ୧୬।୬ (ଦିଲୀପ ସାମଲ): ଘରେ ନିରୀହ ପଶୁ ପାଳିଲେ ଗୃହ ପରିବାର ଭିତରେ ଆତ୍ମୀୟତା ସହିତ ସେବା ମନୋବୃତ୍ତି ବଢ଼େ ବୋଲି ବିଶାସରେ ଅଛି। କିନ୍ତୁ…

ମୁହାଁମୁହିଁ ଧକ୍କା ହୋଇ ଜଳିଗଲା ଟ୍ରକ୍‌, ୨ ଚାଳକ ଜୀବନ୍ତ ଦଗ୍ଧ

ସୁନ୍ଦରଗଡ,୧୬।୬(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଭଷ୍ମା ଥାନା ଅନ୍ତର୍ଗତ କଇତରା ନିକଟରେ ବିଜୁ ଏକ୍ସପ୍ରେସ ଓ୍ବେରେ ମଙ୍ଗଳବାର ସକାଳେ ଦୁଇ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା…

ଭାଜପା ଶାସିତ ରାଜ୍ୟର ସବୁ କୋଇଲା ବିଦ୍ୟୁତ ଟେଣ୍ଡର ହାତେଇଲା ଆଦାନୀ ଗ୍ରୁପ; ୨୫ ବର୍ଷରେ କମାଇବ ୧୩.୨୭ ଲକ୍ଷ କୋଟି

ନୂଆଦିଲ୍ଲୀ,୧୬।୬: ୨୦୨୪ରୁ ଭାରତ ସରକାର ଦୀର୍ଘକାଳୀନ କୋଇଲା ବିଦ୍ୟୁତ କ୍ରୟ ଚୁକ୍ତି (PPA) ପୁଣି ଆରମ୍ଭ କରିବା ପରେ, ଆଦାନୀ ଗ୍ରୁପ ଏକ ବଡ଼ ବ୍ୟବସାୟିକ ସଫଳତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri