ଜାତିସଂଘରେ ଆତଙ୍କବାଦ ପୀଡିତଙ୍କ ପାଇଁ ୨ ଦିନିଆ ଶ୍ରଦ୍ଧାଞ୍ଜଳି…

ଜେନେଭା, ୮।୯ : ପ୍ରଥମ ଜାତିସଂଘ ଗ୍ଲୋବାଲ କଂଗ୍ରେସ ସେପ୍ଟେମ୍ବର ୮ ଏବଂ ୯ ରେ ଅନୁଷ୍ଠିତ ହେବ। ଏହି ଅବସରରେ ୨୬/୧୧ ମୁମ୍ବାଇ ଆକ୍ରମଣ ସମେତ ସାରା ବିଶ୍ୱରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ପୀଡ଼ିତଙ୍କ ପାଇଁ ୨ ଦିନିଆ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯିବ। ଜାତିସଂଘର ସେକ୍ରେଟେରୀ ଜେନେରାଲ ଆଣ୍ଟୋନିଓ ଗୁଟେରସ ନ୍ୟୁୟର୍କର ମୁଖ୍ୟାଳୟରେ କଂଗ୍ରେସର ଏହି ବୈଠକ ଡକାଇଛନ୍ତି।

ଏହି କଂଗ୍ରେସ ଆତଙ୍କବାଦୀଙ୍କ ଆକ୍ରମଣର ଶିକାର ହୋଇଥିବା ବ୍ୟକ୍ତିଙ୍କ ପାଇଁ ଅଭିଜ୍ଞତା, ଆହ୍ବାନ ଏବଂ ମରମ ବେଦନାକୁ ସିଧାସଳଖ ଆଦାନ ପ୍ରଦାନ ଲାଗି ଏକ ପ୍ଲାଟଫର୍ମ ପ୍ରଦାନ କରିବ। ମିଳିତ ଜାତିସଂଘରେ ଭାରତର ପ୍ରତିନିଧୀ ଟୁଇଟ କରି ଏହି ସୂଚନା ଦେଇଛନ୍ତି। ମିଳିତ ଜାତିସଂଘ ଅନୁଯାୟୀ, ଏହି କଂଗ୍ରେସ ସଦସ୍ୟ ରାଷ୍ଟ୍ର ତଥା ନାଗରିକ ସଂଗଠନ ଦ୍ୱାରା ନିଆଯାଇଥିବା ଉତ୍ତମ ପଦକ୍ଷେପ ବିଷୟରେ ଜାଣିବା ପାଇଁ ଏହା ଏକ ସୁଯୋଗ ହେବ। ଏହା ନିଶ୍ଚିତ କରିବ ଯେ ପୀଡିତଙ୍କ ସ୍ବରକୁ ଶୁଣାଯିବ ଏବଂ ନିଜ ଦେଶର ସୀମା ବାହାରେ ଏହି ମରମ ବେଦନା ବିଶ୍ୱସ୍ତରରେ ପହଞ୍ଚିବ। ବହୁ ସଂଖ୍ୟକ ଲୋକ ଏଥିରେ ଅଂଶଗ୍ରହଣ କରିବାର ସମ୍ଭାବନା ରହିଛି ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୧୭ ବର୍ଷୀୟା କୁମକୁମଙ୍କ ହ୍ୟାଟ୍ରିକ୍‌: ଏସିଆନ ଗେମ୍ସରେ ପୁଣି ସ୍ବର୍ଣ୍ଣ ଜିତି ରଚିଲେ ଇତିହାସ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ତୀରନ୍ଦାଜଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ମାତ୍ର ୧୭ ବର୍ଷ ବୟସରେ କୁମକୁମ ମୋହଦ ଭାରତକୁ ଦେଇଛନ୍ତି ୧୭ତମ ସ୍ବର୍ଣ୍ଣ…

ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍‌ ଆକ୍ରମଣ କଲା ବାର୍‌ହା, ଆଉ ତା’ପରେ ଘଟିଲା…

ଦେବଗଡ଼/ରିଆମାଳ ୩।୧୦(ଶଶାଙ୍କ ଶେଖର ଝାଙ୍କର/ବଦ୍ରିନାରାୟଣ ଅଗ୍ରୱାଲା), ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ…

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

ଫ୍ରାନ୍ସରେ ଛାତ୍ର-ପୋଲିସ ସଂଘର୍ଷ: ୪୦୦ ସ୍କୁଲ ବନ୍ଦ

ପ୍ୟାରିସ୍‌, ୩।୧୦: ଫ୍ରାନ୍ସରେ ଶୁକ୍ରବାର ବିକ୍ଷୋଭ ଆହୁରି ତୀବ୍ରତର ହୋଇଛି। ହାଇସ୍କୁଲ ଛାତ୍ରୀଛାତ୍ରମାନେ ବିଲ୍ଡିଂଗୁଡ଼ିକର ପ୍ରବେଶପଥ ଅବରୋଧ କରିବା, ପୋଲିସ ସହ ସଂଘର୍ଷ କରିବା ଏବଂ କେତେକ…

ପୁଣି ଆସୁଛି ଲଘୁଚାପ! ବଙ୍ଗୋପସାଗରରେ ନେଇପାରେ ଅବପାତ ରୂପ

ଭୁବନେଶ୍ୱର,୩ା୧୦(ବନ୍ଦନା ସେଠୀ):ସାରା ରାଜ୍ୟରେ ଏବେ ପାରଦ ଉପରମୁହଁା ରହିଥିବାବେଳେ ପ୍ରବଳ ଖରା ସହ ଗୁଳୁଗୁଳି ଅନୁଭୂତ ହେଉଛି। ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ କିଛି ପରିବର୍ତ୍ତନ…

ନେପୋଲିଅନଙ୍କ ରହସ୍ୟମୟ ଚିଠିର ଗୁମର ଖୋଲିଲା ଏଆଇ

ଲଣ୍ଡନ, ୩ା୧୦: ଫ୍ରାନ୍ସର ପ୍ରସିଦ୍ଧ ସମ୍ରାଟ ନେପୋଲିଅନ ବୋନାପାର୍ଟଙ୍କ ଏକ ୨୧୭ ବର୍ଷ ପୁରୁଣା ରହସ୍ୟମୟ ଚିଠିର ଗୁପ୍ତ ସଙ୍କେତକୁ କୃତ୍ରିମ ବୁଦ୍ଧିମତ୍ତା ବା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?