ଲଘୁଚାପ: ୨ ଦିନ ପ୍ରବଳ ବର୍ଷା  

ଭୁବନେଶ୍ୱର,୧୪ା୮(ବ୍ୟୁରୋ)- ଉତ୍ତର ଓଡ଼ିଶା ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏଥିସହିତ ସମୁଦ୍ର ପତ୍ତନରୁ ୭.୬ କିମି ଉପର ଦକ୍ଷିଣ ପଶ୍ଚିମ ଦିଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଏଥିଯୋଗୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପୁରୀ, ଜଗତ୍‌ସିଂହପୁର, ସମ୍ବଲପୁର, ଅନୁଗୋଳ ଏବଂ ଦେବଗଡ଼ ଜିଲାର କେତେକ ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଏହି ସମୟରେ କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ଭଦ୍ରକ, ଢେଙ୍କାନାଳ, ବୌଦ୍ଧ, ସୁବର୍ଣ୍ଣପୁର, ବରଗଡ଼, ବଲାଙ୍ଗୀର ଜିଲାର କେତେକ ସ୍ଥାନରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ଼, ମାଲକାନଗିରି ଏବଂ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସତର୍କ କରିଛି। ୧୫ ତାରିଖରେ ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗୀର, ଦେବଗଡ଼, ଅନୁଗୋଳ, ବୌଦ୍ଧ, ନୂଆପଡ଼ା ଏବଂ ସୁବର୍ଣ୍ଣପୁର ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଏହି ସବୁ ଜିଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିଦିନ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, କଳାହାଣ୍ଡି ଏବଂ ଢେଙ୍କାନାଳ ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ। ଏନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଲଘୁଚାପ ଯୋଗୁ ୧୬ ତାରିଖରେ ମଧ୍ୟ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ବରଗଡ଼, ନୂଆପଡ଼ା, ନବରଙ୍ଗପୁର, ବୌଦ୍ଧ ଏବଂ ବଲାଙ୍ଗୀର ଜିଲାରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। ଲଘୁଚାପ ଯୋଗୁ ଉପକୂଳରେ ଘଣ୍ଟାକୁ ୪୫ରୁ ୫୫ କିମି ବେଗରେ ପବନ ବହିବାର ସମ୍ଭାବନା ଅଛି। ଏହି ସମୟରେ ସମୁଦ୍ରକୁ ନ ଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ସତର୍କ କରାଯାଇଛି। ଲଘୁଚାପକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ରିଲିଫ୍‌ କିମିଶନର(ଏସ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲାପାଳମାନଙ୍କୁ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri