୨ ଦିନ ପ୍ରବଳ ଛେଚିବ

ଭୁବନେଶ୍ୱର,୧ା୮(ଅନିଲ ଦାସ):କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୧୨ ଘଣ୍ଟାରେ ଆହୁରି ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଅଗଷ୍ଟ ୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଲଘୁଚାପ ପ୍ରଭାବରେ ମହାନଦୀ ଉପରମୁଣ୍ଡ ଛତିଗଡରେ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ଏଥିଯୋଗୁ ମହାନଦୀ, ବୈତରଣୀ, ସୁବର୍ଣ୍ଣରେଖା, ବୁଢାବଳଙ୍ଗ ନଦୀ ଫୁଲିବ। ଏପରିକି ଏହି ନଦୀଗୁଡିକରେ ବନ୍ୟା ହେବାର ସମ୍ଭାବନା ଆଶଙ୍କା ସୃଷ୍ଟି ହୋଇଛି।
ପାଣିପାଗ ବିଭାଗ ସୂଚନା ଅନୁଯାୟୀ ମଙ୍ଗଳବାର ଓ ବୁଧବାର ଅଧିକାଂଶ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁସାରେ ମଙ୍ଗଳବାର ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା ଓ ଢେଙ୍କାନାଳ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲାରେ ୧୫ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏହି ଜିଲାଗୁଡିକ ପାଇଁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ସେହିପରି ଏହି ସମୟରେ କେନ୍ଦୁଝର, ଅନୁଗୋଳ, ଦେବଗଡ, ସୁନ୍ଦରଗଡ, ସମ୍ବଲପୁର, ସୋନୁପର, ବୌଦ୍ଧ, କନ୍ଧମାଳ, ରାୟଗଡା, ନବରଙ୍ଗପୁର, କୋରାପୁଟ ଏବଂ ନୟାଗଡରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ। ଏହି ସବୁ ଜିଲା ପାଇଁ ୟେଲୋ ୱାର୍ନିଂ ଜାରି କରାଯାଇଛି। ସେହିପରି ବୁଧବାର ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ଦେବଗଡ, ସମ୍ବଲପୁର, ସୋନପୁର, ବୌଦ୍ଧ, ସୁନ୍ଦରଗଡ, କଟକ ଓ ବାଲେଶ୍ୱର ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ମୌସୁମୀ ସକ୍ରିୟ ରହିଥିବାରୁ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇଛି। ଭୁବନେଶ୍ୱରରେ ସର୍ବାଧିକ ୧୮୬ ମିଲିମିଟର ବର୍ଷା ହୋଇଥିବା ବେଳେ, ଚାନ୍ଦବାଲିରେ ୨୦, ବାରିପଦାରେ ୧୪.୨, ତାଳଚେରରେ ୪୨, ଫୁଲବାଣୀ ୧୮.୨, ସୋନପୁର ୧୬.୮, ନୟାଗଡରେ ୧୯.୮ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?