ଝାଡ଼ାବାନ୍ତିରେ ୨ ମୃତ, ୧୬ ଆକ୍ରାନ୍ତ

ଭବାନୀପାଟଣା,୪।୯(ସ୍ବ.ପ୍ର.): କଳାହାଣ୍ଡି ଜିଲା ଥୁଆମୁଲ ରାମପୁର ବ୍ଲକ ବିରିକୋଟ ପଞ୍ଚାୟତ ସେମେଲପଦର ଗ୍ରାମର କେନ୍ଦୁପଡାରେ ଗତ ୨ଦିନ ହେଲା ଝାଡାବାନ୍ତି ବ୍ୟାପିବାରେ ଲାଗିଛି। ଏଥିରେ ବର୍ତ୍ତମାନ ସୁଦ୍ଧା ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ପ୍ରାୟ ୧୬ଜଣ ଆକ୍ରାନ୍ତ ଥିବା ଜଣାପଡିଛି। ମୃତ ବ୍ୟକ୍ତି ହେଲେ ବୃଦ୍ଧ ଡମୁ ମାଝୀ ଓ ବୃଦ୍ଧା ସୁନାଙ୍ଗ ଦେଈ। ଦୂଷିତ ଜଳ ପାନ ଯୋଗୁ ଝାଡାବାନ୍ତି ବ୍ୟାପୁଥିବା ଗ୍ରାମବାସୀ କହିଛନ୍ତି। ଆକ୍ରାନ୍ତ ବ୍ୟକ୍ତିଙ୍କୁ ଥୁଆମୁଲ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଅନ୍ୟ ଆକ୍ରାନ୍ତଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ହେଉଥିବା ସ୍ବାସ୍ଥ୍ୟବିଭାଗ ପକ୍ଷରୁ ଜାଣିବାକୁ ମିଳିଛି। ଏହାମଧ୍ୟରେ ସ୍ବାସ୍ଥ୍ୟବିଭାଗର ଏକ ଟିମ୍‌ ଉକ୍ତ ଗ୍ରାମକୁ ଯାଇ ପରିସ୍ଥିତି ଅନୁଧ୍ୟାନ କରିବା ସହ ଲୋକଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ଝାଡାବାନ୍ତି ଆକ୍ରାନ୍ତ ବ୍ୟକ୍ତିଙ୍କୁ ଓ୍ୟଷଧ ଦିଆଯିବା ସହ ଲୋକଙ୍କୁ ସଚେତନ କରାଯାଉଛି।
ସୂଚନାଯୋଗ୍ୟ ଯେ, ଥୁଆମୁଲ ରାମପୁର ଆଦିବାସୀ ଅଧ୍ୟୁଷିତ ଏକ ଦୁର୍ଗମ ଅଞ୍ଚଳ। ଘଞ୍ଚ ଜଙ୍ଗଲ ପରିପୂର୍ଣ୍ଣ ଏହି ଅଞ୍ଚଳରେ ମାଓବାଦୀ ସକ୍ରିୟ ଥିବା ବେଳେ ରାସ୍ତାଘାଟର ସୁବିଧା ନାହିଁ। ପ୍ରଶାସନିକ ଅଧିକାରୀଙ୍କ ପାଦ ଏଠାରେ ପଡ଼େନାହିଁ କହିଲେ ଚଳେ। ପାନୀୟ ଜଳର ସୁବିଧା ନ ଥିବାରୁ କେନ୍ଦୁପଡାର ଲୋକେ ମୁଖ୍ୟତଃ ଝରଣା ପାଣି ଉପରେ ନିର୍ଭର କରିଥାନ୍ତି। ଏପଟେ ରାସ୍ତାଘାଟର ସୁବିଧା ନ ଥିବା ବେଳେ ସଚେତନତା ଅଭାବ ଯୋଗୁ ଅନେକ ସମୟରେ ଲୋକେ ଭାଗ୍ୟକୁ ଆଦରି ପଡି ରହିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଲେକ୍ଟ୍ରିସିଆନକୁ ଭଲ ପାଉଥିଲେ ନାବାଳିକା, ରାଗିଯାଇ ଝିଅର ଗଳା କାଟିଦେଲେ ବାପା

ବେଙ୍ଗାଲୁରୁ,୧୮।୫: ବେଙ୍ଗାଲୁରୁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଝିଅର ପ୍ରେମକୁ ସହିନପାରି ହତ୍ୟା କଲେ ବାପା । ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ…

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ: ଏମିତି କ’ଣ ଆଲୋଚନା ହେଲା କହିଦେଲେ ବସନ୍ତ ପଣ୍ଡା

ଭୁବନେଶ୍ୱର,୧୮।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଆସିବା ପରେ ସୋମବାର ସକାଳେ ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ ବସିଥିଲା। ଯେଉଁଥିରେ ଦଳକୁ…

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

ସହଜରେ ଦୂର ହେବ ଅବସାଦ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ସୁଷମ ତଥା ଭିଟାମିନ୍‌ଯୁକ୍ତ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ ନିଜକୁ କେତେ ସୁସ୍ଥ ରଖିପାରିବା ତାହା ମୁଖ୍ୟତଃ ଆମେ ପ୍ରତିଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri